< ଆୟୁବ 31 >

1 ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
I MADE a covenant with mine eyes; how then should I look upon a maid?
2 କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
For what [is] the portion of God from above, and the heritage of the Almighty from on high?
3 ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
Is it not calamity to the unrighteous, and disaster to the workers of iniquity?
4 ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
Doth not he see my ways, and number all my steps?
5 ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
If I have walked with vanity, and my foot hath hasted to deceit;
6 ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।
(Let me be weighed in an even balance, that God may know mine integrity; )
7 ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
If my step hath turned out of the way, and mine heart walked after mine eyes, and if any spot hath cleaved to mine hands:
8 ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।
Then let me sow, and let another eat; yea, let the produce of my field be rooted out.
9 ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
If mine heart have been enticed unto a woman, and I have laid wait at my neighbour’s door:
10 ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।
Then let my wife grind unto another, and let others bow down upon her.
11 କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;
For that were an heinous crime; yea, it were an iniquity to be punished by the judges:
12 କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।
For it is a fire that consumeth unto Destruction, and would root out all mine increase.
13 ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
If I did despise the cause of my manservant or of my maidservant, when they contended with me:
14 ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?
What then shall I do when God riseth up? and when he visiteth, what shall I answer him?
15 ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
Did not he that made me in the womb make him? and did not one fashion us in the womb?
16 ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
If I have withheld the poor from [their] desire, or have caused the eyes of the widow to fail;
17 ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
Or have eaten my morsel alone, and the fatherless hath not eaten thereof;
18 (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)
(Nay, from my youth he grew up with me as with a father, and I have been her guide from my mother’s womb; )
19 ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
If I have seen any perish for want of clothing, or that the needy had no covering;
20 ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
If his loins have not blessed me, and if he were not warmed with the fleece of my sheep;
21 ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
If I have lifted up my hand against the fatherless, because I saw my help in the gate:
22 ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ।
Then let my shoulder fall from the shoulder blade, and mine arm be broken from the bone.
23 କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।
For calamity from God was a terror to me, and by reason of his excellency I could do nothing.
24 ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
If I have made gold my hope, and have said to the fine gold, [Thou art] my confidence;
25 ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;
If I rejoiced because my wealth was great, and because mine hand had gotten much;
26 ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
If I beheld the sun when it shined, or the moon walking in brightness;
27 ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;
And my heart hath been secretly enticed, and my mouth hath kissed my hand:
28 ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।
This also were an iniquity to be punished by the judges: for I should have lied to God that is above.
29 ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
If I rejoiced at the destruction of him that hated me, or lifted up myself when evil found him;
30 (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);
(Yea, I suffered not my mouth to sin by asking his life with a curse; )
31 ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’
If the men of my tent said not, Who can find one that hath not been satisfied with his flesh?
32 ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
The stranger did not lodge in the street; but I opened my doors to the traveller;
33 ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
If like Adam I covered my transgressions, by hiding mine iniquity in my bosom;
34 ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ -
Because I feared the great multitude, and the contempt of families terrified me, so that I kept silence, and went not out of the door—
35 ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ), ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!
Oh that I had one to hear me! (lo, here is my signature, let the Almighty answer me; ) and [that I had] the indictment which mine adversary hath written!
36 ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି।
Surely I would carry it upon my shoulder; I would bind it unto me as a crown.
37 ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।
I would declare unto him the number of my steps; as a prince would I go near unto him.
38 ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
If my land cry out against me, and the furrows thereof weep together;
39 ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
If I have eaten the fruits thereof without money, or have caused the owners thereof to lose their life:
40 ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।” ଆୟୁବଙ୍କ କଥା ସମାପ୍ତ ହେଲା।
Let thistles grow instead of wheat, and cockle instead of barley. The words of Job are ended.

< ଆୟୁବ 31 >