< ଆୟୁବ 32 >

1 ଏହିରୂପେ ଆୟୁବ ନିଜ ଦୃଷ୍ଟିରେ ଧାର୍ମିକ ହେବାରୁ ଏହି ତିନି ଜଣ ଉତ୍ତର ଦେବାରୁ କ୍ଷାନ୍ତ ହେଲେ।
So these three men ceased to answer Job, because he [was] righteous in his own eyes.
2 ତହିଁରେ ରାମ୍‍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ୱଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେ ପରମେଶ୍ୱରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା।
Then was kindled the wrath of Elihu the son of Barachel the Buzite, of the kindred of Ram: against Job was his wrath kindled, because he justified himself rather than God.
3 ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ।
Also against his three friends was his wrath kindled, because they had found no answer, and [yet] had condemned Job.
4 ସେମାନେ ଇଲୀହୂଠାରୁ ପ୍ରାଚୀନ ଥିବାରୁ ଇଲୀହୂ ଆୟୁବକୁ କଥା କହିବା ପାଇଁ ଅପେକ୍ଷା କରିଥିଲା।
Now Elihu had waited till Job had spoken because they [were] older than he.
5 ପୁଣି, ସେ ସେହି ତିନି ଜଣଙ୍କ ମୁଖରେ କୌଣସି ଉତ୍ତର ନ ଥିବାର ଦେଖି ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।
When Elihu saw that [there was] no answer in the mouth of [these] three men, then his wrath was kindled.
6 ଏଥିଉତ୍ତାରେ ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, “ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷାନ୍ତ ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ।
And Elihu the son of Barachel the Buzite answered and said, I [am] young, and ye [are] very old; wherefore I was afraid, and durst not show you my opinion.
7 ମୁଁ କହିଲି, ‘ଦିନସମୂହ କଥା କହିବେ ଓ ବର୍ଷର ବାହୁଲ୍ୟ ଜ୍ଞାନ ଶିଖାଇବେ।’
I said, Days should speak, and multitude of years should teach wisdom.
8 ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।
But [there is] a spirit in man: and the inspiration of the Almighty giveth them understanding.
9 ବଡ଼ ଲୋକେ ଯେ ଜ୍ଞାନବାନ, ତାହା ନୁହେଁ, ଅବା ପ୍ରାଚୀନମାନେ ଯେ ବିଚାର ବୁଝନ୍ତି, ତାହା ନୁହେଁ।
Great men are not [always] wise: neither do the aged understand judgment.
10 ଏଥିପାଇଁ ମୁଁ କହିଲି, ‘ମୋʼ କଥା ଶୁଣ; ମୁଁ ମଧ୍ୟ ଆପଣା ମତ ପ୍ରକାଶ କରିବି।’
Therefore I said, Hearken to me; I also will show my opinion.
11 ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି, କଅଣ କହିବାକୁ ହେବ, ଏହା ତୁମ୍ଭେମାନେ ଅନୁସନ୍ଧାନ କରିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଯୁକ୍ତି ପାଇଁ ମନୋଯୋଗ କଲି।
Behold, I waited for your words; I gave ear to your reasons, whilst ye searched out what to say.
12 ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା।
Yes, I attended to you, and behold, [there was] none of you that convinced Job, [or] that answered his words:
13 ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ; ପରମେଶ୍ୱର ତାହାକୁ ପରାସ୍ତ କରି ପାରିବେ, ମନୁଷ୍ୟ ନୁହେଁ;
Lest ye should say, We have found out wisdom: God thrusteth him down, not man.
14 କାରଣ ସେ ମୋʼ ବିରୁଦ୍ଧରେ କଥା କହି ନାହିଁ, କିଅବା ମୁଁ ତୁମ୍ଭମାନଙ୍କ କଥାରେ ତାହାକୁ ଉତ୍ତର ଦେବି ନାହିଁ।
Now he hath not directed [his] words against me: neither will I answer him with your speeches.
15 ସେମାନେ ବିସ୍ମିତ ଅଛନ୍ତି, ସେମାନେ ଆଉ ଉତ୍ତର ଦିଅନ୍ତି ନାହିଁ, ସେମାନଙ୍କର କୌଣସି କଥା କହିବାକୁ ନାହିଁ।
They were amazed, they answered no more: they left off speaking.
16 ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି ମୁଁ ଅପେକ୍ଷା କରିବି?
When I had waited, (for they spoke not, but stood still, [and] answered no more; )
17 ମୁଁ ମଧ୍ୟ ଆପଣାର ଉତ୍ତର ଦେବି, ମୁଁ ଆପଣାର ମତ ପ୍ରକାଶ କରିବି।
[I said], I will answer also my part, I also will show my opinion.
18 କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।
For I am full of matter, the spirit within me constraineth me.
19 ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।
Behold, my belly [is] as wine [which] hath no vent; it is ready to burst like new bottles.
20 ମୁଁ ଉଶ୍ୱାସ ପାଇବା ପାଇଁ କଥା କହିବି; ମୁଁ ଓଷ୍ଠାଧର ଫିଟାଇ ଉତ୍ତର ଦେବି।
I will speak, that I may be refreshed: I will open my lips and answer.
21 ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ।
Let me not, I pray you, accept any man's person, neither let me give flattering titles to man.
22 କାରଣ ମୁଁ ଚାଟୁବାଦ କରି ଜାଣେ ନାହିଁ; କଲେ ମୋହର ସୃଷ୍ଟିକର୍ତ୍ତା ଶୀଘ୍ର ମୋତେ ସଂହାର କରିବେ।
For I know not to give flattering titles; [in so doing], my Maker would soon take me away.

< ଆୟୁବ 32 >