< ଆୟୁବ 34 >

1 ଆହୁରି ଇଲୀହୂ ଉତ୍ତର କରି କହିଲା,
Kisha Elihu akasema:
2 “ହେ ଜ୍ଞାନୀମାନେ, ମୋʼ କଥା ଶୁଣ, ହେ ବିଜ୍ଞମାନେ, ମୋʼ କଥାରେ କର୍ଣ୍ଣ ଦିଅ।
“Sikieni maneno yangu, enyi watu wenye hekima; nisikilizeni mimi, ninyi watu wenye maarifa.
3 କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ।
Kwa kuwa sikio huyajaribu maneno kama vile ulimi uonjavyo chakula.
4 ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ।
Tujichagulie wenyewe yaliyo sawa, nasi tujifunze pamoja yaliyo mema.
5 କାରଣ ଆୟୁବ କହିଅଛି, ‘ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;
“Ayubu anasema, ‘Mimi sina hatia, lakini Mungu ameninyima haki yangu.
6 ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ।’
Ingawa niko sawa, ninaonekana mwongo; nami ingawa sina kosa, kidonda changu hakiponi.’
7 ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ।
Ni mtu gani aliye kama Ayubu, anywaye dharau kama maji?
8 ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟ ଲୋକମାନଙ୍କ ସଙ୍ଗେ ଗମନାଗମନ କରେ।
Ashirikianaye na watenda mabaya na kuchangamana na watu waovu.
9 କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’
Kwa kuwa anasema, ‘Haimfaidi mwanadamu kitu chochote anapojitahidi kumpendeza Mungu.’
10 ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।
“Hivyo nisikilizeni mimi, ninyi watu wenye ufahamu. Kamwe Mungu hatendi uovu, Mwenyezi hafanyi kosa.
11 ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳ ଭୋଗ କରାଇବେ।
Humlipa mwanadamu kwa ajili ya lile alilotenda; huleta juu yake kile ambacho matendo yake yanastahili.
12 ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ।
Ni jambo lisiloweza kufikiriwa kwamba Mungu angefanya makosa, kwamba Mwenyezi angepotosha hukumu.
13 କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?
Je, ni nani aliyemtawaza juu ya dunia? Ni nani aliyemweka kuwa mwangalizi wa ulimwengu wote?
14 ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;
Kama lilikuwa kusudi la Mungu, naye akaiondoa Roho yake na pumzi yake,
15 ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ।
wanadamu wote wangeliangamia kwa pamoja, na mtu angerudi mavumbini.
16 ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର।
“Kama ninyi mnaufahamu, sikieni hili; sikilizeni hili nisemalo.
17 ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?
Je, yeye aichukiaye haki aweza kutawala? Je, utamhukumu mwenye haki, Aliye na Nguvu Zote?
18 ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ, ‘ତୁମ୍ଭେମାନେ ଦୁଷ୍ଟ’ ବୋଲି କହିବାର କି ଉପଯୁକ୍ତ?
Je, si ni yeye awaambiaye wafalme, ‘Ninyi hamfai kitu,’ nao watu mashuhuri, ‘Ninyi ni waovu,’
19 ତେବେ ପରମେଶ୍ୱର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?
yeye asiyependelea wakuu, wala haonyeshi upendeleo kwa matajiri kuliko maskini, kwa kuwa wote ni kazi ya mikono yake?
20 ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।
Wanakufa ghafula, usiku wa manane; watu wanatikiswa nao hupita; wenye nguvu huondolewa bila mkono wa mwanadamu.
21 କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ୱରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।
“Macho yake yanazitazama njia za wanadamu; anaona kila hatua yao.
22 ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।
Hakuna mahali penye giza nene, wala uvuli mkubwa, ambapo watenda mabaya wanaweza kujificha.
23 କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।
Mungu hana haja ya kumchunguza mtu sana, ili apate kuja mbele zake kwa hukumu.
24 ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।
Bila kuuliza huwapondaponda wenye nguvu nyingi na kuwaweka wengine mahali pao.
25 ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ୱ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି।
Kwa sababu huyaangalia matendo yao yote, huwaondoa usiku, nao wakaangamia.
26 ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟ ଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;
Anawaadhibu kwa ajili ya uovu wao mahali ambapo kila mmoja ataweza kuwaona,
27 କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;
kwa sababu wameacha kumfuata Mungu, nao hawakuiheshimu njia yake hata moja.
28 ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।
Wamesababisha kilio cha maskini kifike mbele zake, hivyo akasikia kilio cha wahitaji.
29 ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
Lakini kama akinyamaza kimya, ni nani awezaye kumhukumu? Kama akiuficha uso wake, ni nani awezaye kumwona? Ikiwa ni taifa au mtu mmoja, kwake ni sawa,
30 ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।
ili kumzuia mtu mwovu kutawala, au wale ambao huwategea watu mitego.
31 କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ‘ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
“Kama mwanadamu akimwambia Mungu, ‘Nimekosa lakini sitatenda dhambi tena.
32 ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?’
Nifundishe nisichoweza kuona; kama nimekukosea, sitafanya hivyo tena.’
33 ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ।
Je basi, Mungu atakulipa kwa masharti yako, wakati wewe umekataa kutubu? Yakupasa wewe uamue, wala si mimi; sasa niambie lile ulijualo.
34 ବୁଦ୍ଧିମାନ ଲୋକେ ଏବଂ ମୋʼ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ;
“Wanadamu wenye ufahamu husema, wenye hekima wanaonisikia huniambia,
35 ‘ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ।’
‘Ayubu huongea bila maarifa; maneno yake hayana busara.’
36 ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।
Laiti Ayubu angejaribiwa hadi kikomo cha mwisho, kwa sababu anajibu kama mtu mwovu!
37 ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”
Kwenye dhambi yake huongeza uasi; kwa dharau hupiga makofi miongoni mwetu, na kuzidisha maneno yake dhidi ya Mungu.”

< ଆୟୁବ 34 >