< ଆୟୁବ 35 >

1 ଆହୁରି, ଇଲୀହୂ ଉତ୍ତର କରି କହିଲା,
וַיַּ֥עַן אֱלִיה֗וּ וַיֹּאמַֽר׃
2 “ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?
הֲ֭זֹאת חָשַׁ֣בְתָּ לְמִשְׁפָּ֑ט אָ֝מַ֗רְתָּ צִדְקִ֥י מֵאֵֽל׃
3 ଏଥିପାଇଁ କି ତୁମ୍ଭେ କହୁଅଛ, ‘ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ?’
כִּֽי־תֹ֭אמַר מַה־יִּסְכָּן־לָ֑ךְ מָֽה־אֹ֝עִ֗יל מֵֽחַטָּאתִֽי׃
4 ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି।
אֲ֭נִי אֲשִֽׁיבְךָ֣ מִלִּ֑ין וְֽאֶת־רֵעֶ֥יךָ עִמָּֽךְ׃
5 ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ।
הַבֵּ֣ט שָׁמַ֣יִם וּרְאֵ֑ה וְשׁ֥וּר שְׁ֝חָקִ֗ים גָּבְה֥וּ מִמֶּֽךָּ׃
6 ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର?
אִם־חָ֭טָאתָ מַה־תִּפְעָל־בּ֑וֹ וְרַבּ֥וּ פְ֝שָׁעֶ֗יךָ מַה־תַּעֲשֶׂה־לּֽוֹ׃
7 ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି?
אִם־צָ֭דַקְתָּ מַה־תִּתֶּן־ל֑וֹ א֥וֹ מַה־מִיָּדְךָ֥ יִקָּֽח׃
8 ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।
לְאִישׁ־כָּמ֥וֹךָ רִשְׁעֶ֑ךָ וּלְבֶן־אָ֝דָ֗ם צִדְקָתֶֽךָ׃
9 ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।
מֵ֭רֹב עֲשׁוּקִ֣ים יַזְעִ֑יקוּ יְשַׁוְּע֖וּ מִזְּר֣וֹעַ רַבִּֽים׃
10 ‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
וְֽלֹא־אָמַ֗ר אַ֭יֵּה אֱל֣וֹהַּ עֹשָׂ֑י נֹתֵ֖ן זְמִר֣וֹת בַּלָּֽיְלָה׃
11 ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।
מַ֭לְּפֵנוּ מִבַּהֲמ֣וֹת אָ֑רֶץ וּמֵע֖וֹף הַשָּׁמַ֣יִם יְחַכְּמֵֽנוּ׃
12 ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ।
שָׁ֣ם יִ֭צְעֲקוּ וְלֹ֣א יַעֲנֶ֑ה מִ֝פְּנֵ֗י גְּא֣וֹן רָעִֽים׃
13 ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।
אַךְ־שָׁ֭וְא לֹא־יִשְׁמַ֥ע ׀ אֵ֑ל וְ֝שַׁדַּ֗י לֹ֣א יְשׁוּרֶֽנָּה׃
14 ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।
אַ֣ף כִּֽי־תֹ֭אמַר לֹ֣א תְשׁוּרֶ֑נּוּ דִּ֥ין לְ֝פָנָ֗יו וּתְח֥וֹלֵֽל לֽוֹ׃
15 ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;
וְעַתָּ֗ה כִּי־אַ֭יִן פָּקַ֣ד אַפּ֑וֹ וְלֹֽא־יָדַ֖ע בַּפַּ֣שׁ מְאֹֽד׃
16 ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ।”
וְ֭אִיּוֹב הֶ֣בֶל יִפְצֶה־פִּ֑יהוּ בִּבְלִי־דַ֝֗עַת מִלִּ֥ין יַכְבִּֽר׃ פ

< ଆୟୁବ 35 >