< ଆୟୁବ 37 >

1 ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱ ସ୍ଥାନରୁ ଅନ୍ତରିତ ହେଉଅଛି।
“Mtima wanga ukulumphalumpha pa chimenechinso ndipo ukuchoka mʼmalo mwake.
2 ତୁମ୍ଭେମାନେ ପରମେଶ୍ୱରଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।
Tamverani! Tamverani kubangula kwa liwu lake, kugunda kumene kukuchokera mʼkamwa mwake.
3 ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।
Iye amaponya chingʼaningʼani chake pansi pa thambo lonse ndipo amachitumiza ku dziko lapansi.
4 ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ।
Pambuyo pake kubangula kwake kumamveka. Iye amabangula ndi liwu lake laulemerero. Pamene wabangula, palibe chimene amalephera kuchita.
5 ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।
Liwu la Mulungu limabangula mʼnjira zambiri zodabwitsa Iye amachita zinthu zazikulu zimene sitingathe kuzimvetsa.
6 କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକୁ ଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।
Amalamula chisanu chowundana kuti, ‘Igwa pa dziko lapansi,’ ndipo amalamulanso mvula yamawawa kuti, ‘Khala mvula yamphamvu.’
7 ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।
Kuti anthu onse amene anawalenga athe kuzindikira ntchito yake. Iye amalepheretsa anthu kugwira ntchito zawo.
8 ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି।
Zirombo zimakabisala ndipo zimakhala mʼmaenje mwawo.
9 ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।
Mphepo yamkuntho imatuluka ku malo ake, kuzizira kumatuluka mʼmphepo yamkunthoyo.
10 ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଂକୀର୍ଣ୍ଣ ହୁଏ।
Mpweya wa Mulungu umawunditsa madzi ndipo madzi a mʼnyanja amawuma kuti gwaa.
11 ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।
Iye amadzaza mitambo ndi madzi a mvula, amabalalitsa zingʼaningʼani zake kuchokera mʼmitambomo.
12 ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।
Mulungu amayendetsa mitamboyo mozungulirazungulira dziko lonse lapansi kuti ichite zonse zimene Iye akufuna pa dziko lapansi.
13 ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।
Iye amagwetsa mvula kuti alange anthu, kapena kubweretsa chinyontho pa dziko lapansi kuti aonetse chikondi chake.
14 ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।
“Abambo Yobu, tamvani izi; imani ndipo muganizire ntchito zodabwitsa za Mulungu.
15 ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?
Kodi mukudziwa momwe Mulungu amayendetsera mitambo ndi kuchititsa kuti kukhale zingʼaningʼani?
16 ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?
Kodi mukudziwa momwe Mulungu amayalira mitambo, ntchito zodabwitsa za Iye amene ndi wanzeru zangwiro?
17 ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?
Inu amene mʼzovala zanu mumatuluka thukuta pamene kunja kwatentha chifukwa cha mphepo yakummwera,
18 ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?
kodi mungathe kuthandizana naye kutambasula thambo limene ndi lolimba ngati chitsulo?
19 ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ।
“Tiwuzeni ife zoti tikanene kwa Iye; sitingathe kufotokoza mlandu wathu chifukwa cha mdima umene uli mwa ife.
20 ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?
Kodi nʼkofunika kumudziwitsa Mulungu kuti ndili naye mawu? Kodi kutero sikuchita ngati kupempha kuti ndiwonongeke?
21 ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ।
Tsopano munthu sangathe kuyangʼana dzuwa, ndi kunyezimira mlengalenga, kuwomba kwa mphepo kutachotsa mitambo yonse.
22 ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।
Kuwala kwake kumaonekera cha kumpoto; Mulungu amabwera ndi ulemerero woopsa.
23 ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।
Wamphamvuzonse sitingathe kumufikira pafupi ndi wa mphamvu zoposa; pa chiweruzo chake cholungama ndi mʼchilungamo chake chachikulu Iye sapondereza anthu ozunzika.
24 ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”
Nʼchifukwa chake anthu amamuopa kwambiri, kodi saganizira za onse amene amaganiza kuti ndi anzeru?”

< ଆୟୁବ 37 >