< ଆୟୁବ 38 >

1 ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
Then the LORD answered Job out of the whirlwind and said:
2 “ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି?
“Who is this who obscures My counsel by words without knowledge?
3 ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
Now brace yourself like a man; I will question you, and you shall inform Me.
4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ।
Where were you when I laid the foundations of the earth? Tell Me, if you have understanding.
5 ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?
Who fixed its measurements? Surely you know! Or who stretched a measuring line across it?
6 କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
On what were its foundations set, or who laid its cornerstone,
7 ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?
while the morning stars sang together and all the sons of God shouted for joy?
8 ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ
Who enclosed the sea behind doors when it burst forth from the womb,
9 ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,
when I made the clouds its garment and thick darkness its blanket,
10 ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
when I fixed its boundaries and set in place its bars and doors,
11 ‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’
and I declared: ‘You may come this far, but no farther; here your proud waves must stop’?
12 ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
In your days, have you commanded the morning or assigned the dawn its place,
13 ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ?
that it might spread to the ends of the earth and shake the wicked out of it?
14 ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;
The earth takes shape like clay under a seal; its hills stand out like the folds of a garment.
15 ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ।
Light is withheld from the wicked, and their upraised arm is broken.
16 ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?
Have you journeyed to the vents of the sea or walked in the trenches of the deep?
17 ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ?
Have the gates of death been revealed to you? Have you seen the gates of the shadow of death?
18 ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର।
Have you surveyed the extent of the earth? Tell Me, if you know all this.
19 ଦୀପ୍ତିର ବାସସ୍ଥାନକୁ ପଥ କାହିଁ? ଓ ଅନ୍ଧକାରର ସ୍ଥାନ କେଉଁଠାରେ?
Where is the way to the home of light? Do you know where darkness resides,
20 ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?
so you can lead it back to its border? Do you know the paths to its home?
21 ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ!
Surely you know, for you were already born! And the number of your days is great!
22 ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
Have you entered the storehouses of snow or observed the storehouses of hail,
23 ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?
which I hold in reserve for times of trouble, for the day of war and battle?
24 କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?
In which direction is the lightning dispersed, or the east wind scattered over the earth?
25 ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି
Who cuts a channel for the flood or clears a path for the thunderbolt,
26 କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,
to bring rain on a barren land, on a desert where no man lives,
27 ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?
to satisfy the parched wasteland and make it sprout with tender grass?
28 ବୃଷ୍ଟିର କି ପିତା ଅଛି? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି?
Does the rain have a father? Who has begotten the drops of dew?
29 କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି?
From whose womb does the ice emerge? Who gives birth to the frost from heaven,
30 ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପରଭାଗ ଜମାଟ ହୁଏ।
when the waters become hard as stone and the surface of the deep is frozen?
31 ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?
Can you bind the chains of the Pleiades or loosen the belt of Orion?
32 ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?
Can you bring forth the constellations in their seasons or lead out the Bear and her cubs?
33 ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର?
Do you know the laws of the heavens? Can you set their dominion over the earth?
34 ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?
Can you command the clouds so that a flood of water covers you?
35 ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ‘ଆମ୍ଭେମାନେ ଏଠାରେ ଅଛୁ,’ ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର?
Can you send the lightning bolts on their way? Do they report to you, ‘Here we are’?
36 କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି? ଅବା ମନକୁ କିଏ ବୁଦ୍ଧି ଦେଇଅଛି?
Who has put wisdom in the heart or given understanding to the mind?
37 କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ?
Who has the wisdom to count the clouds? Or who can tilt the water jars of the heavens
38 ଧୂଳି ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇ ପାରେ?
when the dust hardens into a mass and the clods of earth stick together?
39 ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ
Can you hunt the prey for a lioness or satisfy the hunger of young lions
40 ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
when they crouch in their dens and lie in wait in the thicket?
41 ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?
Who provides food for the raven when its young cry out to God as they wander about for lack of food?

< ଆୟୁବ 38 >