< ଆୟୁବ 39 >

1 ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବକାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର?
Knowest thou the time when the wild goats of the rock bring forth? Or canst thou observe when the hinds are in labor?
2 ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ?
Canst thou number the months they fulfill, And know the season when they bring forth?
3 ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।
They bow themselves; they bring forth their young; They cast forth their pains.
4 ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରିଯାଇ ଆସନ୍ତି ନାହିଁ।
Their young ones are strong; they grow up in the fields; They go away, and return not to them.
5 କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି?
Who hath sent forth the wild ass free? Who hath loosed the bands of the wild ass,
6 ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।
To whom I have given the wilderness for his house, And the barren land for his dwelling-place?
7 ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।
He scorneth the tumult of the city, And heedeth not the shouting of the driver;
8 ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।
The range of the mountains is his pasture; He seeketh after every green thing,
9 ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ?
Will the wild-ox consent to serve thee? Will he pass the night at thy crib?
10 ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?
Canst thou bind the wild-ox with the harness to the furrow? Or will he harrow the valleys after thee?
11 ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?
Wilt thou rely upon him because his strength is great, And commit to him thy labor?
12 ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?
Wilt thou trust him to bring home thy grain, And gather in thy harvest?
13 ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?
The wing of the ostrich moveth joyfully; But is it with loving pinion and feathers?
14 କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,
Nay, she layeth her eggs on the ground; She warmeth them in the dust,
15 ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ।
And forgetteth that the foot may crush them, And that the wild beast may break them.
16 ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;
She is cruel to her young, as if they were not hers; Her labor is in vain, yet she feareth not;
17 କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।
Because God hath denied her wisdom, And hath not given her understanding.
18 ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।
Yet when she lasheth herself up on high, She laugheth at the horse and his rider.
19 ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?
Hast thou given the horse strength? Hast thou clothed his neck with his trembling mane?
20 ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ।
Hast thou taught him to bound like the locust? How majestic his snorting! how terrible!
21 ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।
He paweth in the valley; he exulteth in his strength, And rusheth into the midst of arms.
22 ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।
He laugheth at fear; he trembleth not, And turneth not back from the sword.
23 ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ।
Against him rattle the quiver, The flaming spear, and the lance.
24 ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀ ଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।
With rage and fury he devoureth the ground; He will not believe that the trumpet soundeth.
25 ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।
At every blast of the trumpet, he saith, Aha! And snuffeth the battle afar off, —The thunder of the captains, and the war-shout.
26 ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?
Is it by thy wisdom that the hawk flieth, And spreadeth his wings toward the south?
27 ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ?
Doth the eagle soar at thy command, And build his nest on high?
28 ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।
He dwelleth and lodgeth upon the rock, Upon the peak of the rock, and the stronghold.
29 ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ।
From thence he spieth out prey; His eyes discern it from afar.
30 ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”
His young ones suck up blood; And where the slain are, there is he.

< ଆୟୁବ 39 >