< ଆୟୁବ 4 >

1 ଏଥିରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
Da tok Elifas fra Teman til orde og sa:
2 “କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ?
Om en prøvde å tale et ord til dig, vilde du da ta det ille op? Men hvem kan vel holde sine ord tilbake?
3 ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ।
Du har selv vist mange til rette, og maktløse hender styrket du;
4 ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ।
dine ord reiste den snublende op, og synkende knær gjorde du sterke.
5 ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ।
Men nu, når det gjelder dig selv, blir du utålmodig, når det rammer dig, blir du forferdet.
6 ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି?
Er ikke din gudsfrykt din tillit, din ulastelige ferd ditt håp?
7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?
Tenk efter: Hvem omkom uskyldig, og hvor gikk rettskafne til grunne?
8 ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।
Efter det jeg har sett, har de som pløide urett og sådde nød, også høstet det.
9 ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।
De omkom for Guds ånde, og for hans vredes pust blev de til intet.
10 ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।
Løvens brøl og dens fryktelige røst hørtes ikke lenger, og ungløvenes tenner blev knust.
11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।
Løven omkom av mangel på rov, og løvinnens unger blev adspredt.
12 କଥା ଗୋଟିଏ ଗୁପ୍ତରେ ମୋʼ ନିକଟରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା।
Og til mig stjal sig et ord; det lød for mitt øre som en hvisken,
13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
under skiftende tanker ved nattlige syner, når dyp søvn faller på menneskene.
14 ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା।
Frykt og beven kom over mig, så alle mine ben tok til å skjelve.
15 ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା।
Og en ånd fór forbi mitt åsyn; hårene på mitt legeme reiste sig.
16 ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
Den blev stående, men jeg skjelnet ikke klart hvorledes den så ut - det var en skikkelse som stod der for mine øine; jeg hørte en stille susen og en røst:
17 ‘ମର୍ତ୍ତ୍ୟର ମନୁଷ୍ୟ କʼଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?
Er et menneske rettferdig for Gud, eller en mann ren for sin skaper?
18 ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;
Se, på sine tjenere stoler han ikke, og hos sine engler finner han feil,
19 ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।
hvor meget mere da hos dem som bor i hus av ler, og som har sin grunnvoll i støvet - de som knuses lettere enn møll.
20 ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ।
Fra morgen til aften - så er de sønderslått; uten at nogen akter på det, går de til grunne for alltid.
21 ସେମାନଙ୍କ ତମ୍ବୁର ରଜ୍ଜୁ କʼଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି।’
Blir ikke teltsnoren dradd ut hos dem? De dør, men ikke i visdom.

< ଆୟୁବ 4 >