< ଆୟୁବ 4 >

1 ଏଥିରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
Kisha Elifazi Mtemani akajibu na kusema,
2 “କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ?
Kama mtu yeyote akijaribu kuzungumza na wewe, je utakosa ustahimilivu? Lakini ni nani anaweza kujizuia asizungumze?
3 ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ।
Tazama, wewe umewafunza wengi; wewe imeipa nguvu mikono iliyokuwa dhaifu.
4 ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ।
Maneno yako yamemsaidia yeye mwanamme aliyekuwa anaanguka; wewe umeyaimarisha magoti dhaifu.
5 ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ।
Lakini sasa matatizo yamekuja kwako, na wewe umechoka; yanakugusa wewe, na wewe umetatizika.
6 ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି?
Je si hofu yako imani yako, na ukamilifu wa njia zako tumaini lako?
7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?
Tafakari juu ya hili, tafadhari: ni nani aliyeangamia akiwa hana kosa? Au ni lini watu wakamilifu walikatiliwa mbali?
8 ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।
Kutokana na vile nilivyoona, wale walimao uovu na kupanda taabu huvuna hayo.
9 ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।
Kwa pumzi ya Mungu huangamia; kwa mlipuko wa hasira zake huteketea.
10 ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।
Kuunguruma kwa simba, sauti ya simba mkali, meno ya simba wadogo - yamevunjika.
11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।
Simba mzee huangamia kwa kukosa wahanga; watoto wa simba jike wametawanyiko kila mahali.
12 କଥା ଗୋଟିଏ ଗୁପ୍ତରେ ମୋʼ ନିକଟରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା।
Sasa nililetewa kwangu jambo fulani kisiri, na sikio langu likapokea uvumi kuhusu hilo.
13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
Kisha yakaja mawazo kupitia ndoto wakati wa usiku, wakati uwaangukiwapo usingizi mzito watu.
14 ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା।
Ilikuwa usiku wakati nilipopatwa hofu na kutetemeka, na mifupa yangu yote ikatikisika.
15 ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା।
Kisha nafsi ikapita mbele ya uso wangu, na nywele zangu za mwili zilisimama.
16 ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
Nafsi ilisimama kimya, lakini sikuweza kupambanua sura yake. Umbo lilikuwa mbele ya macho yangu; kulikuwa kimya, nami nikasikia sauti ikisema,
17 ‘ମର୍ତ୍ତ୍ୟର ମନୁଷ୍ୟ କʼଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?
“Je binadamu anaweza kuwa mwenye haki zaidi kuliko Mungu? Je mtu anaweza kuwa msafi zaidi kuliko muumba wake?
18 ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;
Tazama, kama Mungu hawaamini watumishi wake; kama hulaumu upumbavu wa malaika zake,
19 ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।
je si zaidi sana ukweli huu kwa wale waishio katika nyumba za udongo, ambao misingi yao ipo katika vumbi, wale waliopondwa mbele ya nondo?
20 ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ।
Kati ya asubuhi na jioni wameangamizwa; wameangamia milele wala bila yeyote kuwatambua.
21 ସେମାନଙ୍କ ତମ୍ବୁର ରଜ୍ଜୁ କʼଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି।’
Je kamba za hema yao hazikung'olewa kati yao? Wanakufa; wanakufa bila hekima.

< ଆୟୁବ 4 >