< ଆୟୁବ 41 >

1 ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର?
But will you catch the serpent with a hook, and put a halter about his nose?
2 ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇ ପାର? ଅବା ଅଙ୍କୁଶରେ ତାହାର ଥୋମଣି ଫୋଡ଼ିପାର?
Or will you fasten a ring in his nostril, and bore his lip with a clasp?
3 ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ?
Will he address you with a petition? softly, with the voice of a suppliant?
4 ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ?
And will he make a covenant with you? and will you take him for a perpetual servant?
5 ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ?
And will you play with him as with a bird? or bind him as a sparrow for a child?
6 ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ?
And do the nations feed upon him, and the nations of the Phoenicians share him?
7 ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?
And all the ships come together would not be able to bear the mere skin of his tail; neither [shall they carry] his head in fishing vessels.
8 ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ।
But you shall lay your hand upon him [once], remembering the war that is waged by his mouth; and let it not be done any more.
9 ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ?
Hast you not seen him? and have you not wondered at the things said [of him]?
10 ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?
Do you not fear because preparation has been made by me? for who is there that resists me?
11 କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।
Or who will resist me, and abide, since the whole [world] under heaven is mine?
12 ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ।
I will not be silent because of him: though because of his power [one] shall pity his antagonist.
13 ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ?
Who will open the face of his garment? and who can enter within the fold of his breastplate?
14 କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।
Who will open the doors of his face? terror is round about his teeth.
15 ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି।
His inwards are as brazen plates, and the texture of his [skin] as a smyrite stone.
16 ଏକଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରିପାରେ ନାହିଁ।
One [part] cleaves fast to another, and the air can’t come between them.
17 ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇପାରେ ନାହିଁ।
They will remain united each to the other: they are closely joined, and can’t be separated.
18 ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ।
At his sneezing a light shines, and his eyes are [as] the appearance of the morning star.
19 ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ।
Out of his mouth proceed as it were burning lamps, and as it were hearths of fire are cast abroad.
20 ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ।
Out of his nostrils proceeds smoke of a furnace burning with fire of coals.
21 ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।
His breath is [as] live coals, and a flame goes out of his mouth.
22 ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ।
And power is lodged in his neck, before him destruction runs.
23 ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ।
The flesh also of his body is joined together: [if one] pours [violence] upon him, he shall not be moved.
24 ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼।
His heart is firm as a stone, and it stands like an unyielding anvil.
25 ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।
And when he turns, [he is] a terror to the four-footed wild beasts which leap upon the earth.
26 କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ।
If spears should come against him, [men] will effect nothing, [either with] the spear or the breast-plate.
27 ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ।
For he considers iron as chaff, and brass as rotten wood.
28 ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ।
The bow of brass shall not would him, he deems a slinger as grass.
29 ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ।
Mauls are counted as stubble; and he laughs to scorn the waving of the firebrand.
30 ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ।
His lair is [formed of] sharp points; and all the gold of the sea under him is an immense [quantity of] clay.
31 ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ।
He makes the deep boil like a brazen caldron; and he regards the sea as a pot of ointment,
32 ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱକେଶ ହେଲା;
and the lowest part of the deep as a captive: he reckons the deep as [his] range.
33 ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ।
There is nothing upon the earth like to him, formed to be sported with by my angels.
34 ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ।”
He beholds every high thing: and he is king of all that are in the waters.

< ଆୟୁବ 41 >