< ଆୟୁବ 42 >
1 ଏଥିଉତ୍ତାରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
O zaman Eyüp RAB'bi şöyle yanıtladı:
2 “ହେ ସଦାପ୍ରଭୁ, ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଂକଳ୍ପ ନିବାରଣ କରାଯାଇ ନ ପାରେ।
“Senin her şeyi yapabileceğini biliyorum, Hiçbir amacına engel olunmaz.
3 ‘ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ?’ ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।
‘Tasarımı bilgisizce karartan bu adam kim?’ diye sordun. Kuşkusuz anlamadığım şeyleri konuştum, Beni aşan, bilmediğim şaşılası işleri.
4 ବିନୟ କରୁଅଛି, ‘ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ।’
“‘Dinle de konuşayım’ dedin, ‘Ben sorayım, sen anlat.’
5 ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
Kulaktan duymaydı bildiklerim senin hakkında, Şimdiyse gözlerimle gördüm seni.
6 ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”
Bu yüzden kendimi hor görüyor, Toz ve kül içinde tövbe ediyorum.”
7 ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, “ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।
RAB Eyüp'le konuştuktan sonra, Temanlı Elifaz'a: “Sana ve iki dostuna karşı öfkem alevlendi” dedi, “Çünkü kulum Eyüp gibi hakkımda doğruyu konuşmadınız.
8 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
Şimdi yedi boğa, yedi koç alıp kulum Eyüp'ün yanına gidin, kendiniz için yakmalık sunu sunun. Kulum Eyüp sizin için dua etsin. Çünkü onun duasını kabul eder, aptallığınızın karşılığını vermem. Kulum Eyüp gibi hakkımda doğruyu konuşmadınız.”
9 ତହିଁରେ ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ।
Temanlı Elifaz, Şuahlı Bildat, Naamalı Sofar gidip RAB'bin söylediğini yaptılar. RAB de Eyüp'ün duasını kabul etti.
10 ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
Eyüp dostları için dua ettikten sonra, RAB onu eski gönencine kavuşturup ona önceki varlığının iki katını verdi.
11 ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।
Bütün erkek ve kız kardeşleri, eski tanıdıklarının hepsi Eyüp'ün yanına gelip evinde onunla birlikte yemek yediler. Acısını paylaşıp RAB'bin başına getirmiş olduğu felaketlerden ötürü onu avuttular. Her biri ona bir parça gümüş, bir de altın halka verdi.
12 ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।
RAB Eyüp'ün sonunu başından bereketli kıldı. On dört bin koyuna, altı bin deveye, bin çift öküze, bin eşeğe sahip oldu.
13 ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ।
Yedi oğlu, üç kızı oldu.
14 ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା।
İlk kızının adını Yemima, ikincisinin Kesia, üçüncüsünün Keren-Happuk koydu.
15 ସାରା ଦେଶରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା।
Ülkenin hiçbir yerinde Eyüp'ün kızları kadar güzel kızlar yoktu. Babaları, kardeşlerinin yanısıra onlara da miras verdi.
16 ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା।
Bundan sonra Eyüp yüz kırk yıl daha yaşadı, oğullarını, dört göbek torunlarını gördü.
17 ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା।
Kocayıp yaşama doyarak öldü.