< ଆୟୁବ 5 >

1 ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?
“Call out if you please, but who will answer? To which of the holy ones will you turn?
2 କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।
For resentment kills a fool, and envy slays the simple.
3 ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।
I have seen a fool taking root, but suddenly his house was cursed.
4 ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗର-ଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
His sons are far from safety, crushed in court without a defender.
5 କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।
The hungry consume his harvest, taking it even from the thorns, and the thirsty pant after his wealth.
6 କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
For distress does not spring from the dust, and trouble does not sprout from the ground.
7 ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।
Yet man is born to trouble as surely as sparks fly upward.
8 ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।
However, if I were you, I would appeal to God and lay my cause before Him—
9 ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;
the One who does great and unsearchable things, wonders without number.
10 ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।
He gives rain to the earth and sends water upon the fields.
11 ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।
He sets the lowly on high, so that mourners are lifted to safety.
12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରିପାରେ ନାହିଁ।
He thwarts the schemes of the crafty, so that their hands find no success.
13 ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।
He catches the wise in their craftiness, and sweeps away the plans of the cunning.
14 ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।
They encounter darkness by day and grope at noon as in the night.
15 ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।
He saves the needy from the sword in their mouth and from the clutches of the powerful.
16 ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।
So the poor have hope, and injustice shuts its mouth.
17 ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
Blessed indeed is the man whom God corrects; so do not despise the discipline of the Almighty.
18 କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
For He wounds, but He also binds; He strikes, but His hands also heal.
19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
He will rescue you from six calamities; no harm will touch you in seven.
20 ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଓ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।
In famine He will redeem you from death, and in battle from the stroke of the sword.
21 ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।
You will be hidden from the scourge of the tongue, and will not fear havoc when it comes.
22 ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।
You will laugh at destruction and famine, and need not fear the beasts of the earth.
23 କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
For you will have a covenant with the stones of the field, and the wild animals will be at peace with you.
24 ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।
You will know that your tent is secure, and find nothing amiss when inspecting your home.
25 ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।
You will know that your offspring will be many, your descendants like the grass of the earth.
26 ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।
You will come to the grave in full vigor, like a sheaf of grain gathered in season.
27 ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ।”
Indeed, we have investigated, and it is true! So hear it and know for yourself.”

< ଆୟୁବ 5 >