< ଆୟୁବ 5 >

1 ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?
“Ita kama unataka, lakini ni nani atakayekujibu? Ni yupi kati ya hao watakatifu utakayemgeukia?
2 କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।
Kuweka uchungu moyoni humuua mpumbavu, nao wivu humchinja mjinga.
3 ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।
Mimi mwenyewe nimemwona mpumbavu akistawi, lakini ghafula nyumba yake ikawa imelaaniwa.
4 ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗର-ଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
Watoto wake wako mbali na usalama, hushindwa mahakamani bila mtetezi.
5 କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।
Wenye njaa huyala mavuno yake, wakiyatoa hata katikati ya miiba, nao wenye kiu huitamani sana mali yake.
6 କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
Kwa maana taabu haioti kutoka kwenye udongo, wala udhia hauchipui kutoka ardhini.
7 ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।
Lakini mwanadamu huzaliwa ili kutaabika, kwa hakika kama cheche za moto zirukavyo kuelekea juu.
8 ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।
“Lakini ingekuwa ni mimi, ningemlalamikia Mungu, ningeliweka shauri langu mbele zake.
9 ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;
Yeye hutenda maajabu yasiyoweza kutambuliwa, miujiza isiyoweza kuhesabika.
10 ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।
Yeye huipa nchi mvua, huyapeleka maji kunyesha mashamba.
11 ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।
Huwainua juu wanyonge, nao wale waombolezao huinuliwa wakawa salama.
12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରିପାରେ ନାହିଁ।
Huipinga mipango ya wenye hila, ili mikono yao isifikie ufanisi.
13 ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।
Yeye huwanasa wenye hekima katika hila yao, nayo mipango ya wadanganyifu huifagilia mbali.
14 ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।
Giza huwapata wakati wa mchana; wakati wa adhuhuri hupapasa kama vile usiku.
15 ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।
Humwokoa mhitaji kutokana na upanga ulioko kinywani mwao; huwaokoa kutokana na makucha ya wenye nguvu.
16 ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।
Kwa hiyo maskini analo tarajio, nao udhalimu hufumba kinywa chake.
17 ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
“Heri mtu yule ambaye Mungu humrudi; kwa hiyo usidharau adhabu yake Mwenyezi.
18 କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
Kwa kuwa hutia jeraha, lakini pia huyafunga; huumiza, lakini mikono yake pia huponya.
19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
Kutoka majanga sita atakuokoa; naam, hata katika saba hakuna dhara litakalokupata wewe.
20 ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଓ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।
Wakati wa njaa atakukomboa wewe na kifo, naye katika vita atakukomboa na pigo la upanga.
21 ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।
Utalindwa kutokana na kichapo cha ulimi, wala hutakuwa na sababu ya kuogopa maangamizi yatakapokujia.
22 ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।
Utayacheka maangamizo na njaa, wala hutakuwa na sababu ya kuwaogopa wanyama wakali wa mwituni.
23 କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
Kwa kuwa utakuwa na agano na mawe ya mashamba, nao wanyama wa mwitu watakuwa na amani nawe.
24 ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।
Utajua ya kwamba hema lako li salama; utahesabu mali zako wala hutakuta chochote kilichopungua.
25 ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।
Utajua ya kuwa watoto wako watakuwa wengi, nao wazao wako wengi kama majani ya nchi.
26 ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।
Utaingia kaburini ukiwa na umri wa uzee mtimilifu, kama masuke ya ngano yakusanywapo kwa wakati wake.
27 ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ।”
“Tumelichunguza hili, nalo ni kweli. Hivyo lisikie na ulitendee kazi.”

< ଆୟୁବ 5 >