< ଆୟୁବ 6 >
1 ଏଥିରେ ଆୟୁବ ଉତ୍ତର କରି କହିଲା,
Kisha Ayubu akajibu na kusema,
2 “ଆହା, ଯଦି ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା!
“Oo, laiti maumivu yangu makubwa yangepimwa; laiti misiba yangu yote mikubwa ingewekwa kwenye mizani!
3 ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି।
Kwa kuwa sasa ungekuwa mzito kuliko mchanga wa baharini. Kwa sababu hiyo maneno yangu yamekuwa ya haraka.
4 କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।
Kwa kuwa mishale ya Mwenyezi ipo ndani yangu, moyo wangu umelewa sumu; Vitisho vya Mungu vimejipanga vyenyewe dhidi yangu.
5 ଘାସ ଥିଲେ କʼଣ ବନ୍ୟ ଗର୍ଦ୍ଦଭ ବୋବାଏ? ଆହାର ପାଖରେ କʼଣ ଗୋରୁ ହମାଳେ?
Je punda mwitu hulia akiwa na malisho? Au ng'ombe huwa dhaifu wakati wa njaa ambapo anachakula?
6 ଅସ୍ୱାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ? ଅବା ଡିମ୍ବର ଲାଳରେ କି କିଛି ସ୍ୱାଦ ଅଛି?
Je inawezekana kitu kisicho na ladha kulika bila chumvi? Au kuna radha yoyote katika ute mweupe wa yai?
7 ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋʼ ପ୍ରତି ଘୃଣିତ ଭକ୍ଷ୍ୟ ସ୍ୱରୂପ।
Nakataa kuvigusa; kwangu mimi vinafanana na chakula kichukizacho.
8 ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ୱର ମୋତେ ଦିଅନ୍ତେ।
Oo, kama nigeweza kupata haja yangu; oo, kama Mungu angeridhia jambo nilitamanilo sana:
9 ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ!
kama Mungu ingempendeza kuniangamiza mara moja, kwamba angeulegeza mkono wake na kuyakatilia mbali maisha yangu!
10 ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟନ୍ତ ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ୱୀକାର କରି ନାହିଁ।
Hii ingeweza kuwa faraja yangu hata sasa - hata kama nafurahia sana maumivu yasiyopungua: kwa kuwa sikuyakana maneno yake Mtakatifu.
11 ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି?
Nguvu yangu ni ipi, hata nijaribu kusubiri? Mwisho wangu ni upi, utakao refusha maisha yangu?
12 ମୋହର ବଳ କʼଣ ପ୍ରସ୍ତରମାନଙ୍କର ବଳ? ଅବା ମୋହର ମାଂସ କʼଣ ପିତ୍ତଳ?
Je nguvu zangu ni nguvu za mawe? Au mwili wangu umeumbwa kwa shaba nyeusi?
13 ମୋʼ ଦ୍ୱାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋʼ ଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କʼଣ ସତ୍ୟ ନୁହେଁ?
Je si kweli kwamba sina msaada ndani yangu, na kwamba hekima imeondolewa mbali nami?
14 କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ।
Kwa mtu ambaye yu karibu kuzirai, inapasa uaminifu uonyeshwe na rafiki zake; hata kwake yeye aachaye kumcha Mwenyezi.
15 ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;
Lakini ndugu zangu wamekuwa waaminifu kwangu kama mkondo wa maji jangwani, mfano wa mifereji ya maji ipitayo mpaka pasipo kitu,
16 ତାହାସବୁ ହିମ ସକାଶୁ କୃଷ୍ଣବର୍ଣ୍ଣ ଓ ତହିଁ ମଧ୍ୟରେ ତୁଷାର ଲୀନ ହୁଏ;
ambayo imekuwa mieusi kwa sababu ya barafu juu yake, na kwa sababu ya theluji ambayo hujificha yenyewe ndani yake.
17 ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ୱ ସ୍ଥାନରୁ ଅନ୍ତର୍ହିତ ହୁଏ।
Wakati zikiyeyuka, hutoweka; kukiwa na joto, hutoweka mahali hapo.
18 ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକୁ ଯାଇ ବିନଷ୍ଟ ହୁଅନ୍ତି।
Misafara ambayo husafiri kwa njia yao hugeuka na maji; huzurura jangwani na kisha hupotea.
19 ତେମାର ପଥିକ ଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀ ଦଳ ତହିଁ ପାଇଁ ଅପେକ୍ଷା କଲେ।
Misafara kutoka Tema huitazama, wakati majeshi ya Sheba huitarajia.
20 ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ।
Wamevunjika moyo kwa sababu walitumaini kupata maji. Wakaenda huko, lakini walidanganywa.
21 ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ।
Kwa sasa ninyi rafiki si kitu kwangu; mmeona hali yangu ya kutisha nanyi mwaogopa.
22 ‘ମୋତେ କିଛି ଦିଅ,’ ଅବା ‘ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋʼ ପାଇଁ ଉପହାର ଯାଚ,’
Je nilisema kwenu, 'Nipeni kitu furani?' Au, 'nitoleeni zawadi katika mali zenu?'
23 କିଅବା ‘ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର,’ ଅଥବା ‘ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି?’
Au, 'Niokoeni toka mkononi mwa mtesi wangu?' Au, 'Nitoleeni fidia kwa watesi wangu?'
24 ମୋତେ ଶିକ୍ଷା ଦିଅ, ତହିଁରେ ମୁଁ ନୀରବ ହେବି ଓ ମୁଁ କେଉଁ ବିଷୟରେ ଭୁଲିଗଲି, ତାହା ମୋତେ ବୁଝାଇ ଦିଅ।
Nifundishe, nami nitaishika amani yangu; nifanye nifahamu wapi nilipokosea.
25 ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?
Jinsi gani maneno ya kweli yanavyo umiza! Lakini hoja zenu, jee hasa zimenionya nini mimi?
26 ତୁମ୍ଭେମାନେ କʼଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ।
Je mnapanga kuyakemea maneno yangu, mnayachukulia maneno ya mtu mwenye kukata tamaa sawa na upepo?
27 ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।
Hasa, mna piga kura kwa ajili ya yatima, na kupatana bei juu ya rafiki yenu kama bidhaa.
28 ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ।
Sasa, kwa sababu hiyo, tafadhari nitazame, kwa hakika sitasema uongo usoni penu.
29 ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ।
Rudini, nawasihi; lisiwepo neno la uonevu na nyinyi; Hasa, rudini, sababu zangu ni za haki.
30 ମୋʼ ଜିହ୍ୱାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ?
Je mna uovu ulimini mwangu? Je kinywa changu hakiwezi kungundua madhara?