< ଆୟୁବ 7 >

1 ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?
“Mutum bai sha wahalar aiki ba a duniya? Rayuwarsa ba kamar ta wanda aka yi hayarsa ba ne?
2 ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;
Kamar yadda bawa yakan jira yamma ta yi, ko kuma kamar yadda wanda aka yi hayarsa yakan jira a biya shi kuɗin aikin da ya yi.
3 ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି।
Saboda haka rabona shi ne watanni na zama banza, kowane dare kuwa sai ɓacin rai nake samu.
4 ମୁଁ ଶୟନ କାଳରେ କହେ, ‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ।
Lokacin da na kwanta ina tunani, ‘Har sai yaushe zan tashi?’ Gari ya ƙi wayewa, ina ta jujjuyawa har safe.
5 ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।
Jikina duk tsutsotsi da ƙuraje sun rufe shi, fatar jikina ta ruɓe tana fitar da ruwan miki.
6 ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ।
“Kwanakina suna wucewa da sauri, fiye da yadda ƙoshiyar masaƙa take wucewa da sauri, za su kawo ga ƙarshe ba bege.
7 ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।
Ka tuna, ya Allah, raina numfashi ne kawai; idanuna ba za su taɓa sāke ganin farin ciki ba.
8 ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି।
Idanun da suke ganina yanzu ba za su sāke ganina ba; za ku neme ni amma ba za ku same ni ba.
9 ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ। (Sheol h7585)
Kamar yadda girgije yakan ɓace yă tafi, haka mutum yake shige zuwa kabari ba kuwa zai dawo ba. (Sheol h7585)
10 ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ।
Ba zai taɓa zuwa gidansa ba; ba za a sāke san da shi ba.
11 ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।
“Saboda haka ba zan yi shiru ba; zan yi magana cikin ɓacin raina, zan nuna ɓacin raina cikin ruhu, cikin ƙuncin raina.
12 ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?
Ni teku ne, ko kuwa dodon ruwa, don me kake tsaro na?
13 ମୋʼ ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,
Lokacin da nake zato zan sami salama in na kwanta a gadona don in huta,
14 ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ।
duk da haka kana ba ni tsoro da mafarke-mafarke, kana tsorata ni da wahayi.
15 ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ।
Na gwammace a shaƙe ni in mutu maimakon in kasance cikin wannan jiki.
16 ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର।
Ba na so in zauna da rai; ba zan rayu ba har abada. Ku rabu da ni; rayuwata ba ta da amfani.
17 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,
“Mene ne mutum har da ka kula da shi haka, har ka mai da hankali a kansa,
18 ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?
har kake duba shi kowace safiya, kake kuma gwada shi koyaushe?
19 ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ିଦେବ ନାହିଁ?
Ba za ka ɗan daina kallo na ba ko ka rabu da ni na ɗan lokaci?
20 ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?
In na yi zunubi, me na yi maka, kai mai lura da mutane? Don me ka sa ni a gaba? Na zame maka kaya mai nauyi ne?
21 ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”
Me ya sa ba za ka gafarta mini laifofina ba? Gama na kusa kwantawa cikin ƙasa; za ka neme ni, amma ba za ka same ni ba.”

< ଆୟୁବ 7 >