< ଆୟୁବ 7 >
1 ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?
Nije li èovjek na vojsci na zemlji? a dani njegovi nijesu li kao dani nadnièarski?
2 ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;
Kao što sluga uzdiše za sjenom i kao što nadnièar èeka da svrši,
3 ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି।
Tako su meni dati u našljedstvo mjeseci zaludni i noæi muène odreðene mi.
4 ମୁଁ ଶୟନ କାଳରେ କହେ, ‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ।
Kad legnem, govorim: kad æu ustati? i kad æe proæi noæ? i sitim se prevræuæi se do svanuæa.
5 ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।
Tijelo je moje obuèeno u crve i u grude zemljane, koža moja puca i rašèinja se.
6 ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ।
Dani moji brži biše od èunka, i proðoše bez nadanja.
7 ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।
Opomeni se da je moj život vjetar, da oko moje neæe više vidjeti dobra,
8 ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି।
Niti æe me vidjeti oko koje me je viðalo; i tvoje oèi kad pogledaju na me, mene neæe biti.
9 ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ। (Sheol )
Kao što se oblak razilazi i nestaje ga, tako ko siðe u grob, neæe izaæi, (Sheol )
10 ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ।
Neæe se više vratiti kuæi svojoj, niti æe ga više poznati mjesto njegovo.
11 ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।
Zato ja neæu braniti ustima svojim, govoriæu u tuzi duha svojega, naricati u jadu duše svoje.
12 ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?
Eda li sam more ili kit, te si namjestio stražu oko mene?
13 ମୋʼ ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,
Kad reèem: potješiæe me odar moj, postelja æe mi moja oblakšati tužnjavu,
14 ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ।
Tada me strašiš snima i prepadaš me utvarama,
15 ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ।
Te duša moja voli biti udavljena, voli smrt nego kosti moje.
16 ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର।
Dodijalo mi je; neæu dovijeka živjeti; proði me se; jer su dani moji taština.
17 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,
Šta je èovjek da ga mnogo cijeniš i da mariš za nj?
18 ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?
Da ga pohodiš svako jutro, i svaki èas kušaš ga?
19 ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ିଦେବ ନାହିଁ?
Kad æeš se odvratiti od mene i pustiti me da progutam pljuvanku svoju?
20 ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?
Zgriješio sam; šta æu ti èiniti, o èuvaru ljudski? zašto si me metnuo sebi za biljegu, te sam sebi na tegobu?
21 ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”
Zašto mi ne oprostiš grijeh moj i ne ukloniš moje bezakonje? jer æu sad leæi u prah, i kad me potražiš, mene neæe biti.