< ଆୟୁବ 9 >

1 ଏଥିରେ ଆୟୁବ ଉତ୍ତର କରି କହିଲା,
ଏଥିରେ ଆୟୁବ ଉତ୍ତର କରି କହିଲା,
2 “ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ?
“ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ?
3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।
ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।
4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
5 ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।
ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।
6 ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।
ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।
7 ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।
ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।
8 ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।
ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।
9 ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି।
ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି।
10 ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି।
ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି।
11 ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।
ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।
12 ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରିପାରେ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ?
ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରିପାରେ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ?
13 ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।
ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।
14 ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?
ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?
15 ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।
ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।
16 ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।
ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।
17 କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।
କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।
18 ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।
ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।
19 ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?
ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?
20 ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।
ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।
21 ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ।
ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ।
22 ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।
ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।
23 ଯଦି କୋରଡ଼ା ହଠାତ୍‍ ମାରି ପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।
ଯଦି କୋରଡ଼ା ହଠାତ୍‍ ମାରି ପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।
24 ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ?
ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ?
25 ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।
ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।
26 ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।
ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।
27 ଯଦି ମୁଁ କହେ, ‘ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;’
ଯଦି ମୁଁ କହେ, ‘ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;’
28 ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ।
ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ।
29 ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି?
ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି?
30 ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
31 ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ।
ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ।
32 କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।
କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।
33 ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।
ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।
34 ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
35 ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେହିପରି ନୁହେଁ।
ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେହିପରି ନୁହେଁ।

< ଆୟୁବ 9 >