< ଆୟୁବ 1 >

1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
vir erat in terra Hus nomine Iob et erat vir ille simplex et rectus ac timens Deum et recedens a malo
2 ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ।
natique sunt ei septem filii et tres filiae
3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
et fuit possessio eius septem milia ovium et tria milia camelorum quingenta quoque iuga boum et quingentae asinae ac familia multa nimis eratque vir ille magnus inter omnes Orientales
4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ।
et ibant filii eius et faciebant convivium per domos unusquisque in die suo et mittentes vocabant tres sorores suas ut comederent et biberent cum eis
5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।
cumque in orbem transissent dies convivii mittebat ad eos Iob et sanctificabat illos consurgensque diluculo offerebat holocausta per singulos dicebat enim ne forte peccaverint filii mei et benedixerint Deo in cordibus suis sic faciebat Iob cunctis diebus
6 ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
quadam autem die cum venissent filii Dei ut adsisterent coram Domino adfuit inter eos etiam Satan
7 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”
cui dixit Dominus unde venis qui respondens ait circuivi terram et perambulavi eam
8 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?”
dixitque Dominus ad eum numquid considerasti servum meum Iob quod non sit ei similis in terra homo simplex et rectus et timens Deum ac recedens a malo
9 ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଆୟୁବ କʼଣ ଅକାରଣରେ ପରମେଶ୍ୱରଙ୍କୁ ଭୟ କରୁଅଛି?
cui respondens Satan ait numquid frustra timet Iob Deum
10 ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।
nonne tu vallasti eum ac domum eius universamque substantiam per circuitum operibus manuum eius benedixisti et possessio illius crevit in terra
11 ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”
sed extende paululum manum tuam et tange cuncta quae possidet nisi in facie tua benedixerit tibi
12 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା।
dixit ergo Dominus ad Satan ecce universa quae habet in manu tua sunt tantum in eum ne extendas manum tuam egressusque est Satan a facie Domini
13 ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,
cum autem quadam die filii et filiae eius comederent et biberent vinum in domo fratris sui primogeniti
14 ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;
nuntius venit ad Iob qui diceret boves arabant et asinae pascebantur iuxta eos
15 ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
et inruerunt Sabei tuleruntque omnia et pueros percusserunt gladio et evasi ego solus ut nuntiarem tibi
16 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
cumque adhuc ille loqueretur venit alter et dixit ignis Dei cecidit e caelo et tactas oves puerosque consumpsit et effugi ego solus ut nuntiarem tibi
17 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
sed et illo adhuc loquente venit alius et dixit Chaldei fecerunt tres turmas et invaserunt camelos et tulerunt eos necnon et pueros percusserunt gladio et ego fugi solus ut nuntiarem tibi
18 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;
loquebatur ille et ecce alius intravit et dixit filiis tuis et filiabus vescentibus et bibentibus vinum in domo fratris sui primogeniti
19 ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
repente ventus vehemens inruit a regione deserti et concussit quattuor angulos domus quae corruens oppressit liberos tuos et mortui sunt et effugi ego solus ut nuntiarem tibi
20 ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
tunc surrexit Iob et scidit tunicam suam et tonso capite corruens in terram adoravit
21 ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
et dixit nudus egressus sum de utero matris meae et nudus revertar illuc Dominus dedit Dominus abstulit sit nomen Domini benedictum
22 ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ।
in omnibus his non peccavit Iob neque stultum quid contra Deum locutus est

< ଆୟୁବ 1 >