< ଯୋୟେଲ 1 >

1 ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
The word of the LORD that came to Joel, the son of Pethuel.
2 ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି?
Hear this, you elders, And listen, all you inhabitants of the land. Has this ever happened in your days, or in the days of your fathers?
3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।
Tell your children about it, and have your children tell their children, and their children, another generation.
4 ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।
What the swarming locust has left, the great locust has eaten. What the great locust has left, the grasshopper has eaten. What the grasshopper has left, the caterpillar has eaten.
5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।
Wake up, you drunkards, and weep. Wail, all you drinkers of wine, because of the sweet wine; for it is cut off from your mouth.
6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ।
For a nation has come up on my land, strong, and without number. His teeth are the teeth of a lion, and he has the fangs of a lioness.
7 ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।
He has laid my vine waste, and stripped my fig tree. He has stripped its bark, and thrown it away. Its branches are made white.
8 ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।
Mourn like a virgin dressed in sackcloth for the husband of her youth.
9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
The meal offering and the drink offering are cut off from the LORD's house. The priests, the LORD's ministers, mourn.
10 କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।
The field is laid waste. The land mourns, for the grain is destroyed, The new wine has dried up, and the oil languishes.
11 ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।
Be confounded, you farmers. Wail, you vineyard keepers; for the wheat and for the barley; for the harvest of the field has perished.
12 ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।
The vine has dried up, and the fig tree withered; the pomegranate tree, the palm tree also, and the apple tree, even all of the trees of the field are withered; for joy has withered away from the sons of men.
13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।
Put on sackcloth and mourn, you priests. Wail, you ministers of the altar. Come, lie all night in sackcloth, you ministers of my God, for the meal offering and the drink offering are withheld from your God's house.
14 ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।
Sanctify a fast. Call a solemn assembly. Gather the elders, and all the inhabitants of the land, to the house of the LORD, your God, and cry to the LORD.
15 ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।
Alas for the day. For the day of the LORD is at hand, and it will come as destruction from Shaddai.
16 ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?
Isn't the food cut off before our eyes; joy and gladness from the house of our God?
17 ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।
The seeds shrivel under their shovels. The storehouses are laid desolate. The granaries are broken down, for the grain has withered.
18 ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।
How the animals groan. The herds of livestock are perplexed, because they have no pasture. Even the flocks of sheep suffer.
19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।
LORD, I cry to you, for the fire has devoured the pastures of the wilderness, and the flame has burned all the trees of the field.
20 ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି।
Yes, the animals of the field pant to you, for the water brooks have dried up, And the fire has devoured the pastures of the wilderness.

< ଯୋୟେଲ 1 >