< ଯୋୟେଲ 2 >

1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
Stød i horn på Zion, blæs alarm på mit hellige Bjerg! Alle i landet skal bæve, thi HERRENs Dag, den kommer;
2 ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।
ja, nær er Mulms og Mørkes Dag, Skyers og Tåges Dag. Et stort, et vældigt Folk er bredt som Gry over Bjerge. Dets Lige har aldrig været, skal aldrig komme herefter til fjerneste Slægters År.
3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।
Foran det æder Ild, og bag det flammer Lue; foran det er Landet som Eden og bag det en øde Ørk; fra det slipper ingen bort.
4 ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।
At se til er de som Heste, som Hingste farer de frem;
5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।
det lyder som raslende Vogne, når de hopper på Bjergenes Tinder, som knitrende Lue, der æder Strå, som en vældig Hær, der er rustet til Strid.
6 ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।
Folkeslag skælver for dem, alle Ansigter blusser.
7 ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ।
Som Helte haster de frem, som Stridsmænd stormer de Mure; enhver går lige ud, de bøjer ej af fra vejen.
8 ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ।
De trænger ikke hverandre, hver følger sin egen Sti. Trods Våbenmagt styrter de frem uden at lade sig standse, de kaster sig over Byen,
9 ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
stormer Mulen i Løb; i Husene trænger de ind, gennem Vinduer kommer de som Tyve.
10 ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
Foran dem skælver Jorden, Himlen bæver; Sol og Måne sortner, Stjernerne mister deres Glans.
11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ?
Foran sin Stridsmagt løfter HERREN sin Røst, thi såre stor er hans Hær, ja, hans Ords Fuldbyrder er vældig; thi stor er HERRENs Dag og såre frygtelig; hvem holder den ud?
12 ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।
Selv nu, så lyder det fra HERREN, vend om til mig af ganske Hjerte, med Faste og Gråd og Klage!
13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
Sønderriv Hjerterne, ej eders Klæder, vend om til HERREN eders Gud! Thi nådig og barmhjertig er han, langmodig og rig på Miskundhed, han angrer det onde.
14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।
Måske slår han om og angrer og levner Velsignelse efter sig, Afgrødeoffer og Drikoffer til HERREN eders Gud.
15 ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;
Stød i Horn på Zion, helliger Faste, udråb festlig Samling,
16 ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।
kald Folket sammen, helliger et Stævne, lad de gamle samles, kald Børnene sammen, også dem, som dier Bryst; lad Brudgom gå ud af sit Kammer, Brud af sit Telt!
17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”
Imellem Forhal og Alter skal Præsterne, HERRENs Tjenere, græde og sige: "HERRE, spar dog dit Folk! Overgiv ej din Arv til Skændsel, til Hedningers Spot! Hvi skal man sige blandt Folkene: Hvor er deres Gud?"
18 ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।
Og HERREN blev nidkær for sit Land og fik Medynk med sit Folk.
19 ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।
Og HERREN svarede sit Folk: Se, jeg sender eder korn, Most og Olie, så I kan mættes deraf; og jeg vil ikke længer gøre eder til Skændsel iblandt Hedningerne.
20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।
Fjenden fra Nord driver jeg langt bort fra eder og støder ham ud i et tørt og øde Land, hans Fortrop ud i Havet i Øst og hans Bagtrop i Havet i Vest, og han skal udsprede Stank og ilde Lugt; thi han udførte store Ting.
21 ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
Frygt ikke, Jord, fryd dig, vær glad! Thi HERREN har udført store Ting.
22 ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।
Frygt ikke, I Markens Dyr! Thi Ørkenens Græsmarker grønnes, og Træerne bærer Frugt; Figentræ og Vinstok giver alt, hvad de kan.
23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
Og I, Zions Sønner, fryd eder, vær glade i HERREN eders Gud! Thi han giver eder Føde til Frelse, idet han sender eder Regn, Tidligregn og Sildigregn, som før.
24 ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।
Tærskepladserne skal fyldes med Korn, Persekummerne løbe over med Most og Olie.
25 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।
Og jeg godtgør eder de År, da Græshoppen, Springeren, Æderen og Gnaveren hærgede, min store Hær, som jeg sendte imod eder.
26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
I skal spise og mættes og love HERREN eders Guds Navn, fordi han handler underfuldt med eder; og mit Folk skal i Evighed ikke blive til Skamme.
27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
Og I skal kende, at jeg er i Israels Midte, og at jeg, og ingen anden er HERREN eders Gud; og mit Folk skal i Evighed ikke blive til Skamme.
28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
Og det skal ske derefter, at jeg vil udgyde min ånd over alt kød, eders Sønner og eders Døtre skal profetere, eders gamle skal drømme Drømme og eders unge skue Syner;
29 ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।
også over Trælle og Trælkvinder vil jeg udgyde min Ånd i de Dage.
30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
Og jeg lader ske Tegn på Himmelen og på Jorden, Blod, Ild og Røgstøtter.
31 ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
Solen skal vendes til Mørke og Månen til Blod, før HERRENs store og frygtelige Dag kommer.
32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।
Men enhver, som påkalder HERRENs Navn, skal frelses; thi på Zions Bjerg og i Jerusalem skal der være Frelse, som HERREN har sagt; og til de undslupne skal hver den høre, som HERREN kalder.

< ଯୋୟେଲ 2 >