< ଯୋୟେଲ 3 >

1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
「到那日,我使猶大和耶路撒冷被擄之人歸回的時候,
2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
我要聚集萬民,帶他們下到約沙法谷,在那裏施行審判;因為他們將我的百姓,就是我的產業以色列,分散在列國中,又分取我的地土,
3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।
且為我的百姓拈鬮,將童子換妓女,賣童女買酒喝。
4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
「泰爾、西頓,和非利士四境的人哪,你們與我何干?你們要報復我嗎?若報復我,我必使報應速速歸到你們的頭上。
5 କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;
你們既然奪取我的金銀,又將我可愛的寶物帶入你們宮殿,
6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।
並將猶大人和耶路撒冷人賣給希臘人,使他們遠離自己的境界。
7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
我必激動他們離開你們所賣到之地,又必使報應歸到你們的頭上。
8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”
我必將你們的兒女賣在猶大人的手中,他們必賣給遠方示巴國的人。這是耶和華說的。」
9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
當在萬民中宣告說: 要預備打仗; 激動勇士, 使一切戰士上前來。
10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।
要將犂頭打成刀劍, 將鐮刀打成戈矛; 軟弱的要說:我有勇力。
11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।
四圍的列國啊, 你們要速速地來, 一同聚集。 耶和華啊, 求你使你的大能者降臨。
12 ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
萬民都當興起, 上到約沙法谷; 因為我必坐在那裏, 審判四圍的列國。
13 ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।
開鐮吧!因為莊稼熟了; 踐踏吧!因為酒醡滿了。 酒池盈溢; 他們的罪惡甚大。
14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
許多許多的人在斷定谷, 因為耶和華的日子臨近斷定谷。
15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
日月昏暗, 星宿無光。
16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
耶和華必從錫安吼叫, 從耶路撒冷發聲, 天地就震動。 耶和華卻要作他百姓的避難所, 作以色列人的保障。
17 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
你們就知道我是耶和華-你們的上帝, 且又住在錫安-我的聖山。 那時,耶路撒冷必成為聖; 外邦人不再從其中經過。
18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
到那日,大山要滴甜酒; 小山要流奶子; 猶大溪河都有水流。 必有泉源從耶和華的殿中流出來, 滋潤什亭谷。
19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
埃及必然荒涼, 以東變為悽涼的曠野, 都因向猶大人所行的強暴, 又因在本地流無辜人的血。
20 ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।
但猶大必存到永遠; 耶路撒冷必存到萬代。
21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
我未曾報復流血的罪, 現在我要報復, 因為耶和華住在錫安。

< ଯୋୟେଲ 3 >