< ଯୋୟେଲ 3 >

1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
“Katika siku hizo na wakati huo, nitakaporejesha neema ya Yuda na Yerusalemu,
2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
nitayakusanya mataifa yote na kuyaleta katika Bonde la Yehoshafati Hapo nitaingia kwenye hukumu dhidi yao kuhusu urithi wangu, watu wangu Israeli, kwa kuwa waliwatawanya watu wangu miongoni mwa mataifa na kuigawa nchi yangu.
3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।
Wanawapigia kura watu wangu na kuwauza wavulana ili kupata makahaba; waliwauza wasichana ili wapate kunywa mvinyo.
4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
“Sasa una nini dhidi yangu, ee Tiro na Sidoni, nanyi nchi zote za Ufilisti? Je, mnanilipiza kwa yale niliyoyafanya? Kama mnalipa, mimi nitalipiza juu ya vichwa vyenu kwa kasi na kwa haraka yale mliyoyatenda.
5 କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;
Kwa kuwa mlichukua fedha na dhahabu yangu pia mkabeba hazina zangu nzuri sana mkapeleka kwenye mahekalu yenu.
6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।
Mliwauza watu wa Yuda na Yerusalemu kwa Wayunani, ili kwamba mpate kuwapeleka mbali na nchi yao.
7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
“Tazama nitawaamsha kutoka zile sehemu mlizowauza, nami nitawalipiza juu ya vichwa vyenu kile mlichofanya.
8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”
Nitawauza wana wenu na binti zenu kwa watu wa Yuda, nao watawauza kwa Waseba, taifa lililo mbali.” Bwana amesema.
9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
Tangazeni hili miongoni mwa mataifa: Jiandaeni kwa vita! Amsha askari! Wanaume wote wapiganaji wasogee karibu na kushambulia.
10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।
Majembe yenu yafueni yawe panga na miundu yenu ya kukatia iwe mikuki. Aliye dhaifu na aseme, “Mimi nina nguvu!”
11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।
Njooni haraka, ninyi mataifa yote kutoka pande zote, kusanyikeni huko. Shusha wapiganaji wako, Ee Bwana!
12 ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
“Mataifa na yaamshwe; na yasonge mbele kuelekea Bonde la Yehoshafati, kwa kuwa nitaketi mahali pale kuhukumu mataifa yote yaliyoko kila upande.
13 ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।
Tia mundu, kwa kuwa mavuno yamekomaa. Njooni, mkanyage zabibu, kwa kuwa shinikizo la kukamua zabibu limejaa na mapipa yanafurika: kwa kuwa uovu wao ni mkubwa!”
14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
Umati mkubwa, umati mkubwa katika bonde la uamuzi! Kwa kuwa siku ya Bwana ni karibu katika bonde la uamuzi.
15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
Jua na mwezi vitatiwa giza, na nyota hazitatoa mwanga wake tena.
16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
Bwana atanguruma kutoka Sayuni na mshindo wa ngurumo kutoka Yerusalemu; dunia na mbingu vitatikisika. Lakini Bwana atakuwa kimbilio la watu wake, ngome imara kwa ajili ya watu wa Israeli.
17 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
“Ndipo mtakapojua kwamba Mimi, Bwana Mungu wenu, nakaa Sayuni, mlima wangu mtakatifu. Yerusalemu utakuwa mtakatifu; kamwe wageni hawatavamia tena.
18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
“Katika siku hiyo milima itadondosha divai mpya, na vilima vitatiririka maziwa; mabonde yote ya Yuda yatatiririka maji. Chemchemi itatiririka kutoka kwenye nyumba ya Bwana na kunywesha Bonde la Shitimu.
19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
Lakini Misri itakuwa ukiwa, Edomu itakuwa jangwa tupu, kwa sababu ya jeuri waliofanya kwa watu wa Yuda, ambao katika nchi yao walimwaga damu isiyo na hatia.
20 ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।
Yuda itakaliwa na watu milele na Yerusalemu itadumu vizazi vyote.
21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
Hatia yao ya damu, ambayo sijasamehe, nitasamehe.”

< ଯୋୟେଲ 3 >