< ଯୋହନ 10 >
1 “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
«Істинно кажу вам: хто не входить в овечий двір через ворота, а перелазить в іншому місці, той злодій та розбійник.
2 କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ।
А хто входить через ворота, той пастир овець.
3 ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ।
Сторож відкриває йому, і вівці чують його голос. Він кличе поіменно кожну вівцю й виводить їх.
4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
Коли ж виведе всіх своїх, то йде попереду них, і вівці йдуть за ним, бо знають його голос.
5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ।”
За чужинцем вони не підуть, а втечуть від нього, бо не знають його голосу».
6 ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ।
Ісус сказав їм цю притчу, але вони не зрозуміли, про що Він говорив.
7 ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।
Тоді Ісус знову сказав: «Істинно кажу вам: Я – ворота для овець.
8 ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।
Усі, хто приходив до Мене, – злодії та розбійники; але вівці їх не слухалися.
9 ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
Я – ворота, і якщо хтось входить через Мене, буде спасенний. Він увійде, вийде й знайде пасовисько.
10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।
Злодій приходить тільки для того, щоби вкрасти, вбити й зруйнувати. А Я прийшов, щоб [люди] мали життя й щоб мали його вдосталь.
11 ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।
Я – добрий пастир. Добрий пастир віддасть життя за овець.
12 ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
Наймит не є пастирем, вівці не належать йому. Коли він бачить, що наближається вовк, то залишає овець і тікає. Вовк хапає овець, і вони розбігаються.
13 କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।
[Наймит тікає], бо його найняли, і він не дбає про овець.
14 ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
Я – добрий пастир. Я знаю Своїх, і вони знають Мене.
15 ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ।
Так само Отець знає Мене, і Я знаю Отця; Я віддаю Своє життя за овець.
16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
У Мене є й інші вівці, які не з цієї кошари, і їх Я маю привести сюди. Вони почують Мій голос, і буде одна отара й один пастир.
17 ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ।
Отець любить Мене тому, що Я віддаю Своє життя, аби знову взяти його.
18 କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।”
Ніхто не може його забрати від Мене, Я Сам віддаю його. У Мене є влада віддати його й влада взяти його знов. Цю заповідь Я отримав від Мого Отця».
19 ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।
Після цих слів між юдеями знов виник розкол.
20 ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?
Багато хто з них казав: ―Він одержимий і втратив розум. Навіщо Його слухати?
21 ଅନ୍ୟମାନେ କହିଲେ, ଏହିସବୁ କଥା ତ ଭୂତ ଲାଗିଥିବା ବ୍ୟକ୍ତିର ନୁହେଁ; ଭୂତ କଅଣ ଅନ୍ଧବ୍ୟକ୍ତିର ଆଖି ଫିଟାଇପାରେ?
А інші казали: ―Це не слова біснуватого. Чи може демон відкрити очі сліпому?
22 ସେତେବେଳେ ଯିରୂଶାଲମ ସହରରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
В Єрусалимі було [свято] Відновлення [Храму]. Стояла зима.
23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।
Ісус ходив у Храмі по колонаді Соломона.
24 ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ।
Юдеї зібралися навколо Нього й сказали: ―Доки будеш тримати нас у непевності? Якщо Ти Христос, скажи нам прямо!
25 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;
Ісус сказав: ―Я вже казав вам, але ви не вірите. Діла, які Я роблю в ім’я Мого Отця, свідчать про Мене.
26 କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ।
Але ви не вірите Мені, тому що ви не з Моїх овець.
27 ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
Мої вівці чують Мій голос. Я знаю їх, і вони йдуть за Мною.
28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ। (aiōn , aiōnios )
Я даю їм життя вічне, і вони ніколи не загинуть, і ніхто не забере їх з Моїх рук. (aiōn , aiōnios )
29 ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ।
Мій Отець, Який дав їх Мені, величніший за всіх. І ніхто не зможе забрати їх з рук Мого Отця.
31 ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।
Тоді юдеї знов схопили каміння, щоб побити Його,
32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”
але Ісус сказав їм: ―Я показав вам багато добрих справ від Отця. За яку з цих справ ви хочете Мене побити камінням?
33 ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ।
Юдеї відповіли: ―Не за добрі вчинки ми хочемо побити Тебе, а за богохульство, бо Ти, будучи людиною, робиш себе Богом.
34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?
Ісус сказав їм: ―Чи не написано у вашому Законі: «Я сказав: ви – боги?»
35 ଯେଉଁମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ବରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇପାରେ ନାହିଁ),
Якщо богами названі ті, кому було дано Слово Боже, і Писання не може бути порушене,
36 ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?
то чому ж ви кажете про Того, Кого Отець освятив та послав у світ, що Він богохульствує, бо Я казав: «Я – Син Божий?»
37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
Якщо Я не роблю справ Мого Отця, не вірте Мені.
38 କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”
А якщо роблю, то хоч не вірите Мені, повірте Моїм ділам і зрозумійте, що Отець у Мені і Я в Отці.
39 ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।
Вони знов намагалися схопити Його, але Він уникнув їхніх рук.
40 ଏଥିଉତ୍ତାରେ ସେ ପୁନର୍ବାର ଯର୍ଦ୍ଦନ ନଦୀର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ।
Ісус знову пішов на інший бік Йордану, у місце, де Іван хрестив, і залишився там.
41 ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହିସବୁ ସତ୍ୟ;
До Нього приходило багато [людей, ] що казали: «Іван не зробив жодного знамення, але все, що він говорив про Нього, – правда».
42 ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।
І багато там увірувало в Нього.