< ଯୋହନ 11 >

1 ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ।
ᎩᎶᏃ ᎢᏳᏍᏗ ᎠᏍᎦᏯ ᎤᏢᎬᎩ, ᎳᏏᎳ ᏧᏙᎢᏛ, ᏇᏗᏂᏱ ᎡᎯ, ᎺᎵ ᎠᎴ ᎤᎸᎢ ᎹᏗ ᎤᏂᏚᎲᎢ.
2 ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।
ᎾᏍᎩ ᎺᎵ ᎠᏠᏁᏗ ᏧᎶᏁᏔᏁ ᎤᎬᏫᏳᎯ, ᎠᎴ ᎤᏍᏘᏰᎬ ᏧᏩᏔᏁ ᏥᏚᏅᎦᎸᎡᎴ ᏧᎳᏏᏕᏂ, ᎾᏍᎩ ᏅᏙ ᎳᏏᎳ ᎤᏢᎬᎩ.
3 ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।
ᎿᎭᏉᏃ ᏧᏙ ᏓᏳᎾᏓᏅᏒᎩ ᎤᏛᎪᏗ, ᎯᎠ ᏅᏓᏳᏂᏪᏒᎩ, ᏣᎬᏫᏳᎯ, ᎬᏂᏳᏉ ᎯᎨᏳᎢ ᏥᎩ ᎤᏢᎦ.
4 କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”
ᏥᏌᏃ ᎤᏛᎦᏅ ᎯᎠ ᏄᏪᏒᎩ; ᎯᎠ ᎾᏍᎩ ᏧᏢᎦᎥᏝ ᎤᏲᎱᎯᏍᏗ ᏱᎩ, ᎠᏥᎸᏉᏙᏗᏱᏉᏍᎩᏂ ᎤᏁᎳᏅᎯ, ᎾᏍᎩᏃ ᎤᏁᎳᏅᎯ ᎤᏪᏥ ᎠᏥᎸᏉᏗᏳ ᎢᏳᎵᏍᏙᏗᏱ.
5 ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।
ᏥᏌᏃ ᏧᎨᏳᎯᏳᎨᏒᎩ ᎹᏗ ᎠᎴ ᎤᎸᎢ ᎠᎴ ᎳᏏᎳ.
6 ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ।
ᎤᏛᎦᏅᏃ ᎤᏢᎬᎢ, ᎾᎿᎭᎡᏙᎲᎢ ᎠᏏ ᏔᎵ ᏅᎤᏙᏓᏋᎩ.
7 ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦିୟା ପ୍ରଦେଶକୁ ଯିବା।”
ᎣᏂᏃ ᎯᎠ ᏂᏚᏪᏎᎸᎩ ᎬᏩᏍᏓᏩᏗᏙᎯ; ᏔᎵᏁ ᏧᏗᏱ ᏫᏗᎶᎯ.
8 ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
ᎬᏩᏍᏓᏩᏗᏙᎯ ᎯᎠ ᏅᎬᏩᏪᏎᎸᎩ; ᏔᏕᏲᎲᏍᎩ, ᎥᏝ ᏱᎪᎯᎩ ᎠᏂᏧᏏ ᎤᎾᏁᎶᏔᏅᎩ ᏅᏯ ᏗᎨᏨᏂᏍᏙᏗᏱ, ᏔᎵᏁᏍᎪᏃ ᎾᎿᎭᏮᏛᎯᎶᏏ?
9 ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
ᏥᏌ ᎤᏁᏨᎩ; ᏝᏍᎪ ᏔᎳᏚ ᎢᏳᏟᎶᏛ ᏱᎩ ᏏᎦ? ᎢᏳᏃ ᎩᎶ ᎢᎦ ᏤᏙᎰᎢ, ᎥᏝ ᏱᏚᏬᏕᎯᎰᎢ, ᏅᏗᎦᎵᏍᏙᏗᏍᎪ ᎠᎪᏩᏘᏍᎬ ᎢᎦ ᎠᏂ ᎡᎶᎯ ᏚᎸᏌᏛᎢ.
10 କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ।”
ᎩᎶᏍᎩᏂ ᎡᏃᏱ ᏤᏙᎰᎢ, ᏚᏬᏕᎯᎰᎢ, ᏅᏗᎦᎵᏍᏙᏗᏍᎪ ᎢᎦ ᏂᏚᎸᏌᏓᏕᎲᎾ ᎨᏒᎢ.
11 ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”
ᎾᏍᎩ ᎯᎠ ᏄᏪᏒᎩ; ᎿᎭᏉᏃ ᎯᎠ ᏄᏚᏪᏎᎸᎩ; ᎳᏏᎳ ᎢᎦᎵᎢ ᎦᎵᎭ; ᎠᏎᏃ ᏓᎨᏏ, ᏮᏓᏥᏰᏍᏔᏂ.
12 ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ।
ᎬᏩᏍᏓᏩᏗᏙᎯᏃ ᎯᎠ ᏄᏂᏪᏒᎩ; ᏣᎬᏫᏳᎯ, ᎢᏳᏃ ᏱᎦᎵᎭ ᏓᏳᏗᏩᏏᏉ.
13 ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ।
ᎠᏎᏃ ᎤᏲᎱᏒ ᎦᏛᎬᎩ ᎾᏍᎩ ᏄᏪᏒ ᏥᏌ: ᎾᏍᎩᏍᎩᏂ Ꮎ ᎠᎦᎵᎲᏉ ᏦᏯᏪᏐᎵᎰ ᎦᏛᎦ ᎤᏁᎵᏒᎩ.
14 ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, “ଲାଜାର ମରିଯାଇଅଛନ୍ତି;
ᎿᎭᏉᏃ ᎬᏂᎨᏒ ᏥᏌ ᎯᎠ ᏂᏚᏪᏎᎸᎩ; ᎳᏏᎳ ᎤᏲᎱᏒ;
15 ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାହାଙ୍କ ନିକଟକୁ ଯିବା।”
ᎠᎴ ᎣᏏᏳ ᎠᎩᏰᎸᎭ ᎾᎿᎭᏫᏂᎨᏙᎲᎾ ᏥᎨᏒᎩ, ᏂᎯ ᏅᏗᎦᎵᏍᏙᏗᎭ, ᎢᏦᎯᏳᏗᏱ. ᎠᏎᏃ ᎡᏗᏩᏛᎱᎦ.
16 ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।
ᎿᎭᏉᏃ ᏓᎻ, ᏗᏗᎹ ᏧᏙᎢᏛ, ᎯᎠ ᏂᏚᏪᏎᎸᎩ ᎤᎾᎵᎪᎯ ᎠᎾᏓᏍᏓᏩᏗᏙᎯ, ᎾᏍᏉ ᎠᏴ ᎢᏕᎾ, ᎠᏲᎱᏒᎭ ᎢᎦᏠᏯᏍᏔᏅᎭ.
17 ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।
ᎿᎭᏉᏃ ᏥᏌ ᎤᎷᏨ ᎤᏙᎴᎱᏒᎩ ᎦᏳᎳ ᏅᎩ ᏧᏙᏓᏉᏛ ᎬᏩᏂᏅᏅᎯ ᎨᏒ ᎠᏤᎵᏍᏛᎢ.
18 ବେଥନୀୟା ଯିରୂଶାଲମ ସହରରୁ ପ୍ରାୟ ଏକ କ୍ରୋଶ ଦୂରରେ ଥିଲା,
ᎾᏍᎩ ᏇᏗᏂᏃ ᎦᏚᎲ ᏥᎷᏏᎵᎻ ᎾᎥ ᎨᏒᎩ, ᏔᎵᎭᏉ ᎢᏳᏟᎶᏛ.
19 ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।
ᎠᎴ ᎤᏂᏣᏛ ᎠᏂᏧᏏ ᎬᏩᏂᎷᏤᎸᎩ ᎹᏗ ᎠᎴ ᎺᎵ ᎬᏩᏂᏄᏬᎯᏍᏔᏂᎸᎩ ᎤᏂᏙ ᎤᏲᎱᏒ ᎢᏳᏍᏗ.
20 ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ।
ᎿᎭᏉᏃ ᎹᏗ ᎤᏛᎦᏅᏉ ᏥᏌ ᏣᎢᏒᎢ ᏫᏚᏠᏒᎩ. ᎺᎵᏍᎩᏂ ᎦᎵᏦᏕᏉ ᎬᏬᎸᎩ.
21 ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାଆନ୍ତା।
ᎿᎭᏉᏃ ᎹᏗ ᎠᎴ ᏄᏪᏎᎸᎩ ᏥᏌ; ᏣᎬᏫᏳᎯ, ᎢᏳᏃ ᎠᏂ ᏱᎮᏙᎮᎢ, ᎥᏝ ᏱᎬᏩᏲᎱᏎ ᎥᎩᏙ.
22 କିନ୍ତୁ ଆପଣ ଈଶ୍ବରଙ୍କୁ ଯାହା କିଛି ମାଗିବେ, ଈଶ୍ବର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ।
ᎠᏎᏃ ᏥᎦᏔᎭ ᎾᏍᏉ ᎪᎯ ᎨᏒ ᏂᎦᎥ ᎪᎱᏍᏗ ᏱᏔᏲᏎᎸ ᎤᏁᎳᏅᎯ, ᏣᏁᏗᏉ ᎨᏒ ᎤᏁᎳᏅᎯ.
23 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭ ଭାଇ ପୁଣି, ଉଠିବ।”
ᏥᏌ ᎯᎠ ᏄᏪᏎᎸᎩ; ᎡᏣᏙ ᏙᏛᎠᎴᎯᏌᏂ.
24 ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।
ᎹᏗ ᎯᎠ ᏄᏪᏎᎸᎩ; ᏥᎦᏔᎭ ᏙᏗᎴᎯᏌᏂᏒ ᏗᎴᎯᏐᏗ ᎨᏒ ᎤᎵᏍᏆᎸᏗ ᎢᎦ ᎨᏎᏍᏗ.
25 ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
ᏥᏌ ᎯᎠ ᏄᏪᏎᎸᎩ; ᎠᏴ ᏗᎴᎯᏐᏗ ᎨᏒ ᎠᎴ ᎬᏂᏛ. ᎩᎶ ᎠᏉᎯᏳᎲᏍᎨᏍᏗ, ᎢᏳ ᎾᏍᏉ ᎤᏲᎱᏒᎯ ᏱᎩ, ᎬᏁᏍᏗ.
26 ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?” (aiōn g165)
ᎩᎶᏃ ᎬᏁᏍᏗ ᎠᎴ ᎠᏉᎯᏳᎲᏍᎨᏍᏗ, ᎥᏝ ᎢᎸᎯᏳ ᎤᏲᎱᎯᏍᏗ ᏱᎨᏎᏍᏗ. ᎰᎯᏳᎲᏍᎦᏍᎪ ᎾᏍᎩ ᎯᎠ? (aiōn g165)
27 ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ବରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ।
ᎯᎠ ᏄᏪᏎᎸᎩ; ᎥᎥ, ᏣᎬᏫᏳᎯ; ᎪᎢᏳᎲᏍᎦ ᏂᎯ ᎦᎶᏁᏛ ᎨᏒᎯ, ᎤᏁᎳᏅᎯ ᎤᏪᏥ, ᎾᏍᎩ ᎡᎶᎯ ᎤᎷᎯᏍᏗ ᏥᎨᏒᎩ.
28 ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି।
ᎾᏍᎩᏃ ᏄᏪᏒ ᎤᏓᏅᏒᎩ, ᎠᎴ ᎤᏕᎵᏛ ᏭᏯᏅᎲᎩ ᎤᎸᎢ ᎺᎵ, ᎯᎠ ᏄᏪᏒᎩ; ᏗᏕᏲᎲᏍᎩ ᎦᎷᎩ ᎠᎴ ᏗᏣᏯᏂᎭ.
29 ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ।
ᎾᏍᎩ ᎤᏛᎦᏅ ᏱᎳᏉ ᎢᏴᏛ ᏚᎴᏅᎩ, ᎠᎴ ᏭᎷᏤᎸᎩ.
30 ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ।
ᏥᏌᏃ ᎥᏝ ᎠᏏ ᏱᎦᎷᎨ ᎦᏚᎲᎢ, ᎾᎿᎭᏉᏍᎩᏂ ᎹᏗ ᏫᏚᏠᏒ ᎡᏙᎲᎩ.
31 ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।
ᎿᎭᏉᏃ ᎠᏂᏧᏏ ᎦᎵᏦᏕ ᎤᏪᎸ ᎠᏂᏂ, ᎠᎴ ᎬᏩᏄᏬᎯᏍᏗᏍᎩ, ᎤᏂᎪᎲ ᎺᎵ ᎤᎵᏍᏗᏳ ᏚᎴᏅ ᎠᎴ ᎤᏄᎪᏨ ᎬᏩᏍᏓᏩᏛᏒᎩ, ᎯᎠ ᏄᏂᏪᏒᎩ; ᏗᎦᏂᏌᎲ ᏩᎦᏘ ᎾᎿᎭᏮᏛᏍᎪᏂᎵ.
32 ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା।
ᎺᎵᏃ ᎤᎷᏨ ᏥᏌ ᎡᏙᎲᎢ, ᎠᎴ ᎤᎪᎲ, ᏚᎳᏍᎬ ᎡᎳᏗ ᎤᏓᏅᏅᎩ, ᎯᎠ ᏄᏪᏎᎸᎩ; ᏣᎬᏫᏳᎯ, ᎢᏳᏃ ᎠᏂ ᏱᎮᏙᎮᎢ, ᎥᏝ ᎥᎩᏙ ᏱᎬᏩᏲᎱᏎᎢ.
33 ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ,
ᏥᏌᏃ ᎤᎪᎲ ᏓᏠᏱᎲᎢ, ᎠᎴ ᏚᎪᎲ ᎠᏂᏧᏏ ᎾᏍᎩ ᎤᏂᏍᏓᏩᏙᎸᎯ ᏓᎾᏠᏱᎲᎢ, ᎡᎯᏍᏗ ᎤᏓᏅᏓᏛᎩ, ᎠᎴ ᎤᏕᏯᏙᏗ ᏄᎵᏍᏓᏁᎸᎩ.
34 “ତାଙ୍କୁ କେଉଁଠାରେ ରଖିଅଛ?” ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ଆସି ଦେଖନ୍ତୁ।
ᎠᎴ ᎯᎠ ᏄᏪᏒᎩ; ᎭᏢ ᎡᏥᏅᏁᎢ? ᏣᎬᏫᏳᎯ, ᎡᎭᎦᏔ, ᎬᏬᏎᎸᎩ.
35 ଯୀଶୁ କାନ୍ଦିଲେ।
ᏥᏌ ᏚᏠᏱᎸᎩ.
36 ସେଥିରେ ଯିହୁଦୀ ଲୋକମାନେ କହିଲେ, ଦେଖ, ସେ ତାହାଙ୍କୁ କିପରି ସ୍ନେହ କରୁଥିଲେ।
ᎿᎭᏉᏃ ᎠᏂᏧᏏ ᎯᎠ ᏄᏂᏪᏒᎩ; ᎬᏂᏳᏉ ᏂᎦᎡ ᎤᎨᏳᎯᏳ ᎨᏎᎢ.
37 କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧବ୍ୟକ୍ତିର ଆଖି ଫିଟାଇଥିଲେ, ସେ କଅଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରିପାରି ନ ଥାଆନ୍ତେ?
ᎢᎦᏛᏃ ᎤᎾᏓᏑᏴᎩ ᎯᎠ ᏄᏂᏪᏒᎩ; ᏝᏍᎪ ᎯᎠ ᏗᎨᏫ ᏗᎦᏙᎵ ᏧᏍᏚᎢᎡᎸᎯ, ᎾᏍᏉ ᎾᏍᎩ ᏱᏂᎬᏩᏂᏌᏁ ᏄᏲᎱᏒᎾ ᏱᎦᎨᏎ ᎯᎠ ᎠᏍᎦᏯ?
38 ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।
ᏥᏌᏃ ᏔᎵᏁ ᎡᎯᏍᏗ ᎤᏓᏅᏓᏛ ᎠᏤᎵᏍᏛ ᎤᎷᏨᎩ. ᎤᏍᏓᎦᎸ ᎨᏒᎩ, ᎠᎴ ᏅᏯ ᎠᏍᏚᏛᎩ.
39 ଯୀଶୁ କହିଲେ, “ଏହି ପଥର ଘୁଞ୍ଚାଇଦିଅ।” ମୃତ ବ୍ୟକ୍ତିଙ୍କ ଭଉଣୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି।
ᏥᏌ ᎯᎠ ᏄᏪᏒᎩ, ᏅᏯ ᎢᏥᎲᎾ. ᎹᏗ ᎤᏲᎱᏒᎯ ᎤᏙ, ᎯᎠ ᏄᏪᏎᎸᎩ; ᏣᎬᏫᏳᎯ, ᎪᎯ ᎠᏎ ᎠᏒᎦ, ᏅᎩᏰᏃ ᏄᏒᎭ ᎦᏰᏥᏂᏌᏅᎯ.
40 ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।
ᏥᏌ ᎯᎠ ᏄᏪᏎᎸᎩ; ᏝᏍᎪ ᎯᎠ ᏱᏂᎬᏪᏎᎴᎢ; ᎢᏳᏃ ᎰᎯᏳᎲᏍᎨᏍᏗ, ᏣᎪᏩᏛᏗ ᎨᏎᏍᏗ ᎦᎸᏉᏗᏳ ᎨᏒ ᎤᏁᎳᏅᎯ ᎤᏤᎵᎦ.
41 ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।
ᎿᎭᏉᏃ ᏅᏯ ᎤᏂᎲᏍᎩ ᎤᏲᎱᏒᎯ ᎦᏅᎢ. ᏥᏌᏃ ᏚᏌᎳᏓᏅᎩ ᏗᎦᏙᎵ, ᎯᎠ ᏄᏪᏒᎩ; ᎡᏙᏓ, ᎬᏯᎵᎡᎵᏤᎭ ᏥᏍᏆᏛᎦᏁᎸ.
42 ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।”
ᎠᎴ ᏥᎦᏔᎭ ᏂᎪᎯᎸᎢ ᏍᏆᏛᎦᏁᎲᎢ; ᎠᏎᏃ ᏴᏫ ᎠᏂ ᏣᏂᏙᎾᎠ ᏅᏓᎦᎵᏍᏙᏓ ᎾᏍᎩ ᏥᏂᏥᏫ, ᎤᏃᎯᏳᏗᏱ ᏂᎯ ᏅᏓᏍᎩᏅᏏᏛ ᎨᏒᎢ.
43 ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”
ᎾᏍᎩᏃ ᏄᏪᏒ, ᎠᏍᏓᏯ ᎤᏪᎷᏅᎩ, ᎯᎠ ᏄᏪᏒᎩ; ᎳᏏᎳ, ᎡᎯᏄᎪᎢ.
44 ମୃତ ଲୋକଟି ବାହାରି ଆସିଲେ; ତାହାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାହାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।”
ᎤᏲᎱᏒᎯᏃ ᏓᏳᏄᎪᏨᎩ, ᏧᏬᏰᏂ ᎠᎴ ᏧᎳᏏᏕᏂ ᏚᏓᎸᏍᏛᎩ ᏗᎦᎸᏓᎸᏛ ᏗᏄᏬ, ᎤᎧᏛᏃ ᎠᏯᏠ ᎤᏓᎸᏍᏛᎩ. ᏥᏌ ᎯᎠ ᏂᏚᏪᏎᎸᎩ; ᎡᏣᎸᏒ ᎠᎴ ᏤᏥᏲᎯ.
45 ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
ᎠᎴ ᎤᏂᏣᏛᎩ ᎤᎾᏓᏑᏴᎩ ᎠᏂᏧᏏ ᎺᎵ ᎬᏩᎷᏤᎸᎯ, ᎠᎴ ᎤᏂᎪᎲᎯ ᎾᏍᎩ ᏥᏌ ᏄᏛᏁᎸᎢ, ᎬᏬᎯᏳᏅᎩ.
46 ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।
ᎢᎦᏛᏍᎩᏂ ᎠᏂᏆᎵᏏ ᏗᏂᏅ ᏭᏂᎶᏒᎩ, ᎠᎴ ᏫᏚᏂᏃᏁᎸᎩ ᏥᏌ ᏄᏛᏁᎸᎩ.
47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
ᎿᎭᏉᏃ ᏄᏂᎬᏫᏳᏒ ᎠᏥᎸ-ᎠᏁᎶᎯ ᎠᎴ ᎠᏂᏉᎵᏏ ᏚᏂᎳᏫᏛᎩ, ᎠᎴ ᎯᎠ ᏄᏂᏪᏒᎩ; ᎦᏙ ᎢᏓᏛᏁᎭ? ᎯᎠᏰᏃ ᎠᏍᎦᏯ ᎤᏣᏔ ᎤᏍᏆᏂᎪᏗ ᏚᎸᏫᏍᏓᏁᎭ.
48 ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।
ᎢᏳᏃ ᎾᏍᎩ ᎤᏁᎳᎩ ᏰᏕᎵᏎᎭ, ᏂᎦᏗᏳ ᏓᎬᏬᎯᏳᏂ, ᎠᏂᎶᎻᏃ ᏛᏂᎷᏥ ᎠᎴ ᏓᎨᎩᎩᎡᎵ ᎢᎦᏤᎵᎪᎯ ᎠᎴ ᏗᎦᏤᎵ ᏴᏫ ᏙᏓᎨᎩᏯᏅᎡᎵ.
49 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;
ᎠᏏᏴᏫᏃ ᎤᏓᏑᏴᎩ, ᎧᏱᏆ ᏧᏙᎢᏛ, ᎾᎯᏳ ᎤᏕᏘᏴᏌᏗᏒ ᏄᎬᏫᏳᏒ ᎠᏥᎸ-ᎨᎶᎯ ᎨᏒᎩ, ᎯᎠ ᏂᏚᏪᏎᎸᎩ; ᎥᏝ ᎪᎱᏍᏗ ᏱᏥᎦᏔᎭ,
50 ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ।
ᎠᎴ ᎥᏝ ᏱᏣᏓᏅᏖᎭ ᎤᏟ ᎣᏏᏳ ᎢᎨᎦᎵᏍᏓᏁᏗ ᎨᏒᎢ, ᎠᏏᏴᏫ ᎩᎶ ᏱᏓᏲᎱᎯᏎᎭ ᏴᏫ, ᎠᏃ ᎤᏂᏣᏘ ᎤᏅᏒ ᏯᎾᏗᏒᎲᏍᎦ.
51 ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,
ᎾᏍᎩ ᏄᏪᏒᎩ, ᎥᏝ ᎤᏩᏒ ᎤᏓᏅᏖᏛ ᏱᎨᏎᎢ; ᎾᎯᏳ ᎠᏥᎸ-ᎨᎶᎯᏍᎩᏂ ᎨᏒ ᎢᏳᏍᏗ ᎤᏕᏘᏴᏌᏗᏒ ᎤᏙᎴᎰᏒᎩ ᏥᏌ ᏧᏲᎱᎯᏎᏗᏱ ᎾᏍᎩ ᏑᎾᏓᎴᎩ ᎨᏒ ᏴᏫ,
52 ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।
ᎠᎴ ᎥᏝ ᎾᏍᎩ Ꮎ ᏑᎾᏓᎴᎩ ᎨᏒ ᎤᏅᏒ, ᎾᏍᏉᏍᎩᏂ ᏌᏉ ᎢᏧᏩᏁᏗᏱ ᏧᏪᏟᏐᏗᏱ ᎤᎾᏗᎦᎴᏲᏨᎯ ᎤᏁᎳᏅᎯ ᏧᏪᏥ.
53 ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।
ᎿᎭᏉᏃ ᎾᎯᏳ ᎤᎾᎴᏅᎲᎩ ᎤᏂᏃᎮᎸᎩ ᎤᏂᎯᏍᏗᏱ.
54 ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ।
ᎾᏍᎩ ᎢᏳᏍᏗ ᏥᏌ ᎿᎭᏉ ᎥᏝ ᎢᎸᎯᏳ ᎬᏂᎨᏒ ᏱᏚᏪᎳᏗᏙᎴ ᎠᏂᏧᏏ; ᎾᎿᎭᏍᎩᏂ ᎤᏂᎩᏒᎩ, ᎢᎾᎨ ᎾᎥ ᏭᎶᏅᎩ, ᎢᏆᎻ ᏚᏙᎥ ᏗᎦᏚᎲᎢ, ᎠᎴ ᎾᎿᎭᎤᏪᏅᎩ ᎠᎴ ᎬᏩᏍᏓᏩᏗᏙᎯ.
55 ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।
ᎠᏂᏧᏏᏃ ᎤᎾᏤᎵᎦ ᎧᏃᎯᏰᎩ ᏗᎵᏍᏓᏴᏗᏱ ᎤᏍᏆᎸᎯᏗᏒᎩ; ᎤᏂᏣᏛᎩᏃ ᎾᎿᎭᎤᎾᏂᎩᏒᎩ ᏥᎷᏏᎵᎻ ᏭᏂᎶᏒᎩ ᎠᏏᏉ ᎾᏍᏆᎵᏍᎬᎾ ᎧᏃᎯᏰᎩ ᏗᎵᏍᏓᏴᏗᏱ, ᎤᎾᏓᏅᎦᎸᏗᏱ ᎤᏂᏰᎸᏒᎩ.
56 ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
ᏥᏌᏃ ᎤᏂᏲᎸᎩ, ᎠᎴ ᎤᏛᏅᏗᎦᎳᏫᏍᏗᏱ ᎠᏂᏙᎾᎥ ᎯᎠ ᏂᏚᎾᏓᏪᏎᎸᎩ; ᎦᏙ ᎢᏤᎵᎭ? ᏝᏍᎪ ᏓᎾᎵᏍᏓᏴᎲᏍᎬ ᏴᏓᎦᎷᏥ?
57 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।
ᏄᏂᎬᏫᏳᏒᏃ ᎠᏥᎸ-ᎠᏁᎶᎯ ᎠᎴ ᎾᏍᏉ ᎠᏂᏆᎵᏏ ᎤᏂᏁᏨᎯ ᎨᏒᎩ, ᎢᏳᏃ ᎩᎶ ᏯᎦᏔᎭ ᎡᏙᎲᎢ, ᎬᏂᎨᏒ ᎢᏳᏩᏁᏗᏱ, ᎤᏂᏂᏴᏗᏱ ᎤᏂᏰᎸᏒᎩ.

< ଯୋହନ 11 >