< ଯୋହନ 12 >
1 ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ।
Kwana shidda kafin idin ketarewa, Yesu ya zo Baitanya inda Li'azaru yake, wato wannan da Yesu ya tada daga matattu.
2 ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ।
Sai suka shirya masa abinci a wurin kuma Matta ce ke hidima, Li'azaru kuwa ya kasance cikin wadanda ke kan tebiri tare da Yesu.
3 ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।
Sai Maryamu ta dauki wani turare da aka yi da man nard, ta shafe kafafun Yesu da shi, ta kuma share kafafun nasa da gashin kanta. Sai gida ya cika da kamshin turaren.
4 କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,
Yahuza Iskariyoti, daya daga cikin almajiransa, wanda zai bashe shi, ya ce, “
5 ଏହି ତୈଳ ତିନିଶହ ଦିନର ମଜୁରୀ ସମାନ ମୂଲ୍ୟରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା?
“Me yasa ba a sayar da wannan turare dinari dari uku a ba gajiyayyu ba?”
6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।
Ya fadi haka ba don ya damu da gajiyayyu ba, amma domin shi barawo ne: shi ne ma'aji, kuma yana sata daga jakkar kudi.
7 ସେଥିରେ ଯୀଶୁ କହିଲେ, “ଏହାକୁ ଛାଡ଼ିଦିଅ, ଯେପରି ମୋହର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ।
Yesu ya ce, “Ku kyale ta ta ajiye abinda ta tanada domin jana'iza ta.
8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।”
Gajiyayyu suna tare da ku a koyaushe, ni kuwa ba zan kasance da ku koyaushe ba.
9 ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାହାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ।
To babban taron Yahudawa sun ji cewa Yesu yana wurin, sai suka zo, ba don Yesu kawai ba amma domin su ga Li'azaru, wanda Yesu ya tada daga matattu.
10 କିନ୍ତୁ ଲାଜାରଙ୍କୁ ମଧ୍ୟ ବଧ କରିବା ନିମନ୍ତେ ପ୍ରଧାନ ଯାଜକମାନେ ମନ୍ତ୍ରଣା କଲେ,
Sai manyan firistoci suka kulla makirci akan yadda za su kashe Li'azaru shima;
11 କାରଣ ତାହାଙ୍କ ଯୋଗୁଁ ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ।
domin saboda shi ne yahudawa dayawa suka je suka bada gaskiya ga Yesu.
12 ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମ ସହରକୁ ଆସୁଅଛନ୍ତି ବୋଲି ଶୁଣି
Kashegari, babban taro suka zo idin. Da suka ji cewa Yesu na zuwa Urushalima,
13 ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, “ହୋଶାନ୍ନା।” “ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।”
Sai suka dauki ganyen dabino suka fita gari suka tare shi da kira mai karfi suna cewa, “Hosanna! Mai albarka ne wanda yake zuwa cikin sunan Ubangiji, Sarkin Isra'ila.
14 ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖାଅଛି,
Yesu ya sami wani Aholakin jaki, ya hau kansa; kamar yadda aka rubuta,
15 ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
“Kada ki ji tsoro ke 'yar Sihiyona; duba, ga Sarkinki na zuwa, zaune a kan danJaki”.
16 ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।
Almajiransa basu fahimci wannan al'amari ba da farko, amma bayan da aka daukaka Yesu, sai suka tuna cewa an rubuta wadannan abubuwa game da shi, kuma sun yi masa wadannan abubuwa.
17 ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ।
Sai taron da ke tare da Yesu a ranar da ya kira Li'azaru daga kabari ya kuma tashe shi daga matattu, suka bada shaida.
18 ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ।
Domin wannan ne kuma taron suka zo domin su sadu da shi saboda sun ji cewa ya yi wannan alama.
19 ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।
Don haka, sai farisawa suka shiga magana a tsakanin su suna cewa “Duba, babu abinda zaku iya yi; kun ga, duniya ta gama bin sa.
20 ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ।
Akwai wadansu Helinawa cikin wadanda suka je sujada a idin.
21 ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।
Wadannan suka tafi wurin filibus, mutumin Betsaida da ke Galili, suka ce masa, “Mallam, muna so mu ga Yesu.
22 ଫିଲିପ୍ପ ଯାଇ ଆନ୍ଦ୍ରିୟଙ୍କୁ କହିଲେ, ପୁଣି, ଆନ୍ଦ୍ରିୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ।
Filibus ya tafi ya fadawa Andrawus; sai Andrawus ya tafi tare da Filibus, suka kuwa gaya wa Yesu.
23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।
Yesu ya amsa masu ya ce, “sa'a ta zo da za'a daukaka Dan mutum.
24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।
Hakika, hakika, Ina ce maku, in ba kwayar alkama ta fadi kasa ba ta mutu, za ta kasance ita kadai; amma idan ta mutu, za ta bada 'ya'ya masu yawa.
25 ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ। (aiōnios )
Duk wanda yake son ransa, zai rasa shi; amma wanda ba ya son ransa a duniyan nan za ya kiyaye shi domin rayuwa ta har abada. (aiōnios )
26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”
Idan wani na bauta mani, to bari ya biyo ni; kuma duk inda nike, a can bawana zai kasance kuma. Duk wanda ke bauta mani, Uban zai girmama shi.
27 “ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।
Yanzu raina na cikin damuwa, to me zan ce? 'Uba, ka cece ni daga wannan sa'a? Amma Saboda wannan dalili ne na zo wannan sa'a.
28 ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।
Uba, ka daukaka sunanka”. Sai wata murya daga sama ta ce, “Na daukaka shi, zan kuma sake daukaka shi.
29 ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜ୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି।
Daganan sai taron dake tsaye kuma suka ji muryar, suka ce an yi tsawa. Wasu suka ce, “Mala'ika ya yi magana da shi”.
30 ଯୀଶୁ ଉତ୍ତର ଦେଲେ, “ମୋʼ ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି।
Yesu ya amsa ya ce, “wannnan murya ta zo ba saboda ni ba, amma domin ku.”
31 ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।
Yanzu za'a shar'anta duniya. Yanzu za'a kori mai mulkin duniyan nan.
32 ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।
Sa, annan ni, idan an daga ni daga duniya, zan jawo dukan mutane zuwa gare ni”.
33 ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ।”
Ya fadi wannan ne domin ya nuna irin mutuwar da za ya yi.
34 ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ? (aiōn )
Taro suka amsa masa cewa, “Mun ji a cikin shari'a cewa Almasihu za ya kasance har abada. Yaya za ka ce, 'za'a daga dan mutum'? Wanene wannan dan mutum?” (aiōn )
35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।
Yesu ya ce masu, “Nan da lokaci kadan za ku kasance da haske, ku yi tafiya tun haske na tare da ku, kada duhu ya mamaye ku. Wanda ke tafiya cikin duhu, bai san inda za shi ba.
36 ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର।” ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ।
Ku gaskata ga haske tun yana tare da ku domin ku zama yayan haske”. Yesu ya fadi wadannan abubuwa sannan ya tafi ya boye masu.
37 କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,
Kodashike Yesu ya yi alamu da dama a gabansu, duk da haka ba su gaskata shi ba.
38 ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?”
Saboda maganar annabi Ishaya ta cika, wadda ya ce, “Ubangiji, wa ya gaskata rahoton mu? Ga wa kuma hannun Ubangiji ya bayyana?
39 ଏହି କାରଣରୁ ସେମାନେ ବିଶ୍ୱାସ କରିପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
Saboda wannan dalili basu gaskata ba, gama Ishaya ya sake cewa,
40 “ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”
ya makantar da su, ya kuma taurare zuciyarsu, saboda kada su gani da idanunsu, su kuma sami fahimta da zuciyarsu, su juyo wurina in warkar da su.
41 ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।
Ishaya ya fadi wadannan abubuwa ne domin ya hangi daukakar Yesu ya kuma yi magana game da shi.
42 ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,
Amma duk da haka, dayawa cikin shugabanni suka gaskata Yesu. Amma saboda farisawa, basu shaida shi a sarari ba, domin kada a kore su daga majami'a.
43 କାରଣ ସେମାନେ ଈଶ୍ବରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ।
Suna son yabo daga mutane fiye da yabon dake zuwa daga Allah.
44 ଯୀଶୁ ଉଚ୍ଚସ୍ୱରରେ କହିଲେ, “ଯେ ମୋʼ ଠାରେ ବିଶ୍ୱାସ କରେ, ସେ କେବଳ ମୋʼ ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;
Yesu ya yi magana da babbar murya, ya ce, “Wanda ya gaskata ni, ba ni yake gaskatawa kadai ba, amma kuma yana gaskata wanda ya aiko ni,
45 ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ।
kuma wanda ke gani na, yana ganin shi wanda ya aiko ni.
46 ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
Na zo ne a matsayin haske a duniya, saboda duk wanda ya gaskata da ni ba za ya yi tafiya cikin duhu ba.
47 କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି।
Duk wanda ya ji maganata baya gaskata ba, ba ni hukunta shi; gama ban zo in yi wa duniya hukunci ba, amma don in ceci duniya.
48 ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।
Wanda ya ki ni, ya kuma ki ya karbi magana ta, akwai wanda za ya yi masa hukunci. Kalmar da na fada, ita ce za ta yi masa hukunci a rana ta karshe.
49 କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
Maganar da ni ke yi, ba ra'ayina ba ne. Amma Uba wanda ya aiko ni shi ke bani umarni game da abin da zan ce da abin da zan fadi.
50 ପୁଣି, ତାହାଙ୍କ ଆଜ୍ଞା ଯେ ଅନନ୍ତ ଜୀବନ, ଏହା ମୁଁ ଜାଣେ। ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ।” (aiōnios )
Na san umarninsa rai ne madawwami, don haka na ce - kamar yadda Uba ya fada, haka ni ma nake fadi.” (aiōnios )