< ଯୋହନ 13 >

1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
It was the day before the Passover festival, and Jesus knew that the time had come to leave this world and go to his Father. He had loved those in the world who were his own, and he now demonstrated his complete and utter love for them.
2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
It was during supper, and the devil had already put the thought of betraying Jesus into the mind of Judas, son of Simon Iscariot.
3 ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,
Jesus knew that the Father had placed everything under his authority, and that he had come from God and was going back to God.
4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।
So Jesus stood up from eating supper, took off his robe and wrapped a towel around his waist.
5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
He poured water into a basin and began to wash his disciples' feet, drying them with the towel he had wrapped around him.
6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?
He came to Simon Peter, who asked him, “Lord, are you going to wash my feet?”
7 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।”
Jesus replied, “You won't realize what I'm doing for you now. But one day you'll understand.”
8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।” (aiōn g165)
“No!” Peter protested. “You'll never wash my feet!” Jesus replied, “If I don't wash you, you have no part with me.” (aiōn g165)
9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।
“Then, Lord, wash not just my feet but my hands and my head as well!” Simon Peter exclaimed.
10 ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”
Jesus responded, “Those who have had a bath only need to wash their feet and then they're clean all over. You are clean—but not all of you.”
11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।
For he knew who was going to betray him. That's why he said, “Not all of you are clean.”
12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?
After Jesus had washed their feet, he put his robe back on, and sat down. “Do you understand what I've done to you?” he asked them.
13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।
“You call me ‘Teacher’ and ‘Lord,’ and rightly so, for that's who I am.
14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।
So if I, your Teacher and Lord, washed your feet, you ought to wash one another's feet.
15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
I have set you an example, so you should do just as I did.
16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
I tell you the truth, servants are not more important than their master, and the one sent is not greater than the sender.
17 ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
Now that you understand these things, you will be blessed if you do them.
18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।
I'm not talking about all of you—I know those I have chosen. But this is to fulfill Scripture: ‘The one who shares my food has turned against me.’
19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।
I'm telling you this now, before it happens, so when it does happen you will be convinced that I am who I am.
20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”
I tell you the truth, whoever welcomes anyone I send welcomes me; and whoever welcomes me, welcomes the one who sent me.”
21 ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍‌ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
After he had said this, Jesus was deeply troubled, and declared: “I tell you the truth, one of you is going to betray me.”
22 ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।
The disciples looked at each other, wondering which of them Jesus was talking about.
23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।
The disciple whom Jesus loved was sitting next to Jesus at the table, leaning close him.
24 ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।
Simon Peter motioned to him to ask Jesus which one he was talking about.
25 ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?
So he leaned over to Jesus and asked, “Lord, who is it?”
26 ତେଣୁ ଯୀଶୁ ଉତ୍ତର ଦେଲେ, “ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ।” ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ।
Jesus replied, “It's the one to whom I will give a piece of bread after I have dipped it.”
27 ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”
After dipping the piece of bread, he gave it to Judas, son of Simon Iscariot. Once Judas had taken the bread, Satan entered him. “What you're going to do, do it quickly,” Jesus told him.
28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାହାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।
No one at the table understood what Jesus meant by this.
29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।
Since Judas was in charge of the money some of them thought that Jesus was telling him to go and buy what was needed for the Passover festival, or to donate something to the poor.
30 ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ।
Judas left immediately after he'd taken the piece of bread, and went out into the night.
31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, “ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ବର ମହିମାନ୍ୱିତ ହେଲେ।
After he'd left, Jesus said, “Now the Son of man is glorified, and through him God is glorified.
32 ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।
If God is glorified through him, then God will glorify the Son himself, and will glorify him immediately.
33 ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।
My children, I will be with you only a little while longer. You will look for me, but I'm telling you now just as I told the Jews: you cannot come where I'm going.
34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
I am giving you a new command: Love one another. Love one another in the same way I have loved you.
35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”
If you love one another you will prove to everyone that you are my disciples.”
36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।”
Simon Peter asked him, “Where are you going, Lord?” Jesus answered, “You can't follow me now where I'm going. You will follow me later.”
37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।
“Lord, why can't I follow you now?” Peter asked. “I'll lay down my life for you.”
38 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
“Are you really ready to die for me? I tell you the truth: before the cock crows you will deny me three times,” Jesus replied.

< ଯୋହନ 13 >