< ଯୋହନ 14 >

1 “ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।
“Neka se ne uznemiruje srce vaše! Vjerujte u Boga i u mene vjerujte!
2 ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
U domu Oca mojega ima mnogo stanova. Da nema, zar bih vam rekao: 'Idem pripraviti vam mjesto'?
3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
Kad odem i pripravim vam mjesto, ponovno ću doći i uzeti vas k sebi da i vi budete gdje sam ja.
4 ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।”
A kamo ja odlazim, znate put.”
5 ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
Reče mu Toma: “Gospodine, ne znamo kamo odlaziš. Kako onda možemo put znati?”
6 ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Odgovori mu Isus: “Ja sam Put i Istina i Život: nitko ne dolazi Ocu osim po meni.
7 ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।”
Da ste upoznali mene, i Oca biste moga upoznali. Od sada ga i poznajete i vidjeli ste ga.”
8 ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
Kaže mu Filip: “Gospodine, pokaži nam Oca i dosta nam je!”
9 ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?
Nato će mu Isus: “Filipe, toliko sam vremena s vama i još me ne poznaš?” “Tko je vidio mene, vidio je i Oca. Kako ti onda kažeš: 'Pokaži nam Oca'?
10 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।
Ne vjeruješ li da sam ja u Ocu i Otac u meni? Riječi koje vam govorim, od sebe ne govorim: Otac koji prebiva u meni čini djela svoja.
11 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।
Vjerujte mi: ja sam u Ocu i Otac u meni. Ako ne inače, zbog samih djela vjerujte.
12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।
Zaista, zaista, kažem vam: Tko vjeruje u mene, činit će djela koja ja činim; da veća će od njih činiti jer ja odlazim Ocu.
13 ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।
I što god zaištete u moje ime, učinit ću, da se proslavi Otac u Sinu.
14 ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।”
Ako me što zaištete u moje ime, učinit ću.”
15 “ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
“Ako me ljubite, zapovijedi ćete moje čuvati.
16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, (aiōn g165)
I ja ću moliti Oca i on će vam dati drugoga Branitelja da bude s vama zauvijek: (aiōn g165)
17 ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।
Duha Istine, kojega svijet ne može primiti jer ga ne vidi i ne poznaje. Vi ga poznajete jer kod vas ostaje i u vama je.
18 ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
Neću vas ostaviti kao siročad; doći ću k vama.
19 ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।
Još malo i svijet me više neće vidjeti, no vi ćete me vidjeti jer ja živim i vi ćete živjeti.
20 ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।
U onaj ćete dan spoznati da sam ja u Ocu svom i vi u meni i ja u vama.
21 ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”
Tko ima moje zapovijedi i čuva ih, taj me ljubi; a tko mene ljubi, njega će ljubiti Otac moj, i ja ću ljubiti njega i njemu se očitovati.”
22 ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?
Kaže mu Juda, ne Iškariotski: “Gospodine, kako to da ćeš se očitovati nama, a ne svijetu?”
23 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
Odgovori mu Isus: “Ako me tko ljubi, čuvat će moju riječ pa će i Otac moj ljubiti njega i k njemu ćemo doći i kod njega se nastaniti.
24 ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
Tko mene ne ljubi, riječi mojih ne čuva. A riječ koju slušate nije moja, nego Oca koji me posla.
25 ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି।
To sam vam govorio dok sam boravio s vama.
26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
Branitelj - Duh Sveti, koga će Otac poslati u moje ime, poučavat će vas o svemu i dozivati vam u pamet sve što vam ja rekoh.
27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।
Mir vam ostavljam, mir vam svoj dajem. Dajem vam ga, ali ne kao što svijet daje. Neka se ne uznemiruje vaše srce i neka se ne straši.
28 ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।
Čuli ste, rekoh vam: 'Odlazim i vraćam se k vama.' Kad biste me ljubili, radovali biste se što idem Ocu jer Otac je veći od mene.
29 ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।
Kazao sam vam to sada, prije negoli se dogodi, da vjerujete kad se dogodi.
30 ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ;
Neću više s vama mnogo govoriti jer dolazi knez svijeta. Protiv mene ne može on ništa.
31 କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”
Ali neka svijet upozna da ja ljubim Oca i da tako činim kako mi je zapovjedio Otac. Ustanite, pođimo odavde!”

< ଯୋହନ 14 >