< ଯୋହନ 16 >
1 “ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି।
Těmito slovy jsem vás chtěl varovat, abyste nepodlehli zmatku z budoucích událostí.
2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
Nejdříve vás vyženou ze synagog. Pak vás budou dokonce zabíjet v domnění, že tím slouží Bohu.
3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି।
Budou to dělat, protože nepoznali Otce ani mne.
4 ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”
Říkám to proto, abyste se na má slova rozpomněli, až se naplní. Zatím jsem o tom nemluvil, protože jsem byl s vámi.
5 “କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।
Můj čas se však naplnil a já brzy odejdu k tomu, který mne poslal. Vidím však, že nechápete, kam jdu. Místo abyste se radovali, jste stísněni smutkem a starostmi.
6 ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।
7 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।
Věřte mi, že pro vás bude lepší, když odejdu. Kdybych zůstal, Zastánce by k vám nepřišel. Odejdu-li, pošlu ho k vám.
8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
Až přijde, ukáže lidem, v čem spočívá hřích, zda existuje spravedlnost a koho je třeba soudit.
9 ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ;
Hřích je v tom, že lidé ve mne nevěří.
10 ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
Spravedlnost je v tom, že Bůh potrestal Krista jako zástupce hříšníků, vzkřísil ho a přijal do své slávy.
11 ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।
A soud znamená, že uchvatitel tohoto světa je již odsouzen.
12 ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।
Je toho ještě mnoho, co bych vám chtěl říci, ale vy to nemůžete v této chvíli pochopit.
13 କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
Teprve až přijde Duch svatý, odkryje vám plnou pravdu.
14 ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
On bude jejím věrným tlumočníkem. Oznámí vám i to, co má přijít.
15 ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”
Nebude zdůrazňovat sebe, ale vyvyšovat mne, protože mně Otec svěřil všechno. A tak co vám sdělí Duch, bude ukazovat vždycky ke mně.
16 “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।”
Zanedlouho již mezi vámi nebudu, ale brzy potom mě znovu uvidíte. Pak půjdu zase k Otci.“
17 ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି,” ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କଅଣ?
„O čem to jen mluví?“ptali se učedníci jeden druhého. „Kde bude zanedlouho? Kdy ho zase uvidíme? Co to znamená, že půjde k Otci? Tomu nerozumíme.“
18 ଏଣୁ ସେମାନେ କହିଲେ, “ଅଳ୍ପ ସମୟ” ବୋଲି ଏ କଅଣ କହୁଅଛନ୍ତି? ସେ କଅଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ।
19 ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’
Ježíš poznal, že si učedníci s jeho slovy nevědí rady. „Vysvětlím vám to, “řekl.
20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
„Brzy se svět bude radovat z mého utrpení, zatímco vy budete plakat. Ale váš pláč se záhy promění v radost, protože mne opět uvidíte.
21 ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
Vaše radost se bude podobat radosti ženy, která zapomněla na všechnu úzkost a porodní bolesti, protože se jí narodilo dítě.
22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
Nyní jste smutní, ale budete se zase radovat, až se setkáme. O tuto radost vás nikdo nepřipraví. Pak všechno pochopíte.
23 ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
24 ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”
Znovu vás vyzývám, abyste se ve svých modlitbách k Otci na mne odvolávali a on vás vyslyší. Proste, Bůh vás obdaruje a vaše radost bude plná.
25 “ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।
Dosud jsem o těchto věcech mluvil v podobenstvích, ale brzy budu o Otci hovořit otevřeně.
26 ସେ ଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ;
Nespoléhejte se na to, že já budu prosit Otce za vás, ale vy se modlete a odvolávejte na mne.
27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
Vždyť vás Otec miluje pro vaši lásku ke mně a pro víru, se kterou jste mne přijali jako Božího Syna.
28 ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”
Pravda je nejen to, že jsem od Otce přišel, ale i to, že se k němu opět vrátím.“
29 ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି।
„Teď už ti rozumíme, “přisvědčili učedníci. „Co jsi dříve říkal v náznacích, pověděl jsi teď jasně.
30 ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
Pochopili jsme, že víš všechno a rozumíš už napřed našim otázkám. Teď opravdu věříme, že jsi přišel od Boha.“
31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ?
„Opravdu tomu věříte?“otázal se jich Ježíš.
32 ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।
„Nastane čas, vlastně už nastal, kdy se rozprchnete do svých domovů a necháte mne samotného. Já však nebudu sám, protože Otec je se mnou.
33 ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
Toto všechno jsem vám řekl proto, abyste ve spojení se mnou našli jistotu a klid. Svět vám připraví mnoho těžkostí, ale neztrácejte odvahu. Já jsem nad ním zvítězil.“