< ଯୋହନ 17 >
1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
Když Ježíš domluvil, pohlédl vzhůru k nebi a řekl: „Otče, přichází můj čas. Přiznej se ke mně a dovol, abych prokázal tvoji velikost.
2 ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ। (aiōnios )
Svěřil jsi mi přece moc nade všemi, abych ty, které mi dáváš, uvedl do věčného života. (aiōnios )
3 ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ। (aiōnios )
Kdo chce věčně žít, musí poznat tebe jako jediného pravého Boha a mne jako toho, kterého jsi poslal. (aiōnios )
4 ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।
Vykonal jsem vše, co jsi mi uložil, a tím jsem dokázal, v čem je tvoje velikost.
5 ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”
Otče, navrať mi nyní moc a čest, kterou jsem měl u tebe dřív, než byl svět.
6 “ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।
Lidé tě nechápou, ale těm, které jsi mi dal, jsem objasnil, kdo vlastně jsi. Patří tobě a tys mi je svěřil.
7 ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି;
Dali na má slova a poznali, že pocházejí od tebe.
8 କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।
Všechno, cos mi pro ně svěřil, jsem jim předal a oni uvěřili, že jsi mne poslal.
9 ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;
Nemodlím se teď za celý svět, ale za ty, které jsi mi už dal, neboť oni jsou tvoji.
10 ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି।
Vždyť všechno, co patří mně, je tvoje a všechno, co je tvé, je moje. Na nich bude patrná moje sláva.
11 ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।
Já odcházím k tobě, oni zůstávají. Otče svatý, vezmi si je teď na starost a sjednocuj je tak, jak jsme my zajedno.
12 ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।”
Já jsem o ně pečoval, dokud jsem byl s nimi. Chránil jsem je, takže jsem nikoho neztratil – kromě Jidáše. Ale i jeho zrada musí posloužit tvým plánům.
13 “କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
Proč o té péči znovu mluvím? Odcházím k tobě, ale chci, aby si oni uchovali plnou radost.
14 ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।
Svěřil jsem jim tvé slovo a svět se postavil proti nim, protože stejně jako já nesplynuli s proudem.
15 ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
Neprosím, abys je vzal ze světa, ale abys je chránil od zlého.
16 ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।
Oni nepatří světu, jako ani já mu nepatřím.
17 ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।
Strhni je svým slovem a přiveď je k dokonalosti svou pravdou.
18 ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।
Posílám je do světa právě tak, jako jsi ty poslal mne.
19 ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”
Pokládám za ně svůj život, aby oni své životy zasvětili pravdě.
20 “ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
Nemodlím se jen za ně, ale také za ty, kteří přijmou jejich poselství a uvěří ve mne.
21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
Dávej jim tutéž jednotu, která spojuje nás, aby z jejich jednomyslného svědectví svět poznal, že jsi ty mne poslal. Jejich jednomyslnost ať je odleskem jednoty mezi mnou a tebou. Já působím v nich, jako ty působíš ve mně. To je sjednocuje a lidé poznají, že jsi mne poslal a že je miluješ tak jako mne.
22 ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି;
23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
24 ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
Otče, dal jsi mi je a já chci, aby přišli tam, kam jdu já. Poznali mne v plné slávě, kterou jsi mi dal z lásky, dřív než byl svět.
25 ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
Otče, vím, že jsi hoden vší důvěry, ale svět si to neuvědomuje. Tito však poznali, že jsi mne poslal.
26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”
Objasnil jsem jim a ještě objasním, kdo jsi. Ať milují tak, jako miluješ ty mne. Pak se mezi nimi budou lidé setkávat se mnou.“