< ଯୋହନ 19 >
1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ।
So then Pilate took Jesus and had Him flogged.
2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;
And the soldiers twisted a crown out of [poisonous] thorns and put it on His head; they also threw a purple robe around Him
3 ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।
and started saying, “Hail, O King of the Jews!” And they slapped Him repeatedly.
4 ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ।
Pilate then went out again and says to them, “Look, I am bringing him out to you so that you may know that I find no crime in him at all.”
5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!
Then Jesus came out wearing the crown of thorns and the purple robe; and Pilate says to them, “Look at the man!”
6 ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ।
Well when the chief priests and the operatives saw Him they shouted, saying, “Crucify! Crucify him!” Pilate says to them, “You take and crucify him, because I find no crime in him.”
7 ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି
The Jews answered him, “We have a law, and according to our law he ought to die, because he made himself ‘Son of God’!”
8 ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;
Hey, when Pilate heard this statement he was more afraid than ever!
9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।
So back into the Praetorium he went and says to Jesus, “Where are you from?” But Jesus did not answer him.
10 ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ?
So Pilate says to Him: “Are you not speaking to me? Don't you know that I have authority to crucify you and authority to release you?”
11 ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”
Jesus answered: “You would have no authority over me at all if it had not been given to you from Above. Therefore the one who handed me over to you has the greater sin.”
12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।
From that moment Pilate really tried to release Him; but the Jews kept shouting, saying: “If you release this fellow you are no friend of Caesar's! Whoever makes himself a king is opposing Caesar!”
13 ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି “ପ୍ରସ୍ତରମଣ୍ଡପ” ଯାହାକୁ ଏବ୍ରୀ ଭାଷାରେ “ଗବ୍ବଥା” ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ।
Well, upon hearing this statement Pilate led Jesus outside and sat down on the judgment seat, in a place called ‘Stone Pavement’, while in Hebrew ‘Gabatha’
14 ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!
(now it was the day of preparation for the Passover; the hour was about six a.m.), and he says to the Jews, “Look at your king!”
15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
But they shouted, “Out! Out! Crucify him!” Pilate says to them, “Shall I crucify your king?” The chief priests answered, “We have no king but Caesar!”
16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।
So then he handed Him over to them to be crucified. So they took Jesus and lead Him away.
17 ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
And carrying His cross He went out to the place called ‘Skull’, which in Hebrew is called ‘Golgotha’;
18 ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ।
there they crucified Him, and two others with Him, one on either side, with Jesus in the middle.
19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।
Now Pilate had also written a notice, and put it on the cross; and the inscription was: JESUS THE NATSOREAN THE KING OF THE JEWS.
20 ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା।
So many of the Jews read this notice, because the place where Jesus was crucified was near the city; further, it was written in Hebrew, Greek and Latin!
21 ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ।
So the chief priests of the Jews said to Pilate, “Don't write, ‘The king of the Jews’, but that the fellow said, ‘I am the king of the Jews.’”
22 ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ।
Pilate answered, “What I have written, I have written!”
23 ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ। ସେହି ଅଙ୍ଗରଖା ସିଲେଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା।
Now when the soldiers had crucified Jesus they took His clothes and made four parts, a part for each soldier. They also took His tunic, but the tunic was seamless, woven in one piece from the top.
24 ତେଣୁ ସେମାନେ ପରସ୍ପର କହିଲେ, ଏହାକୁ ଚିରିବା ନାହିଁ, କିନ୍ତୁ ଏହା କାହାର ହେବ, ସେଥିପାଇଁ ଗୁଲିବାଣ୍ଟ କରିବା, ଯେପରି ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହୁଏ, “ସେମାନେ ଆପଣା ଆପଣା ମଧ୍ୟରେ ମୋହର ବସ୍ତ୍ର ଭାଗ କଲେ, ପୁଣି, ମୋହର ଅଙ୍ଗରଖା ନିମନ୍ତେ ଗୁଲିବାଣ୍ଟ କଲେ।” ତେଣୁ ସୈନ୍ୟମାନେ ଏହାସବୁ କଲେ।
So they said among themselves, “Let's not rip it, but toss for it, to see whose it will be,” so that the Scripture might be fulfilled which says: “They divided my clothes among themselves, and for my clothing they cast a lot.” That is why the soldiers did these things.
25 କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ।
Now Jesus' mother and her sister, Mary of Clopas, and Mary Magdalene were standing by His cross.
26 ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”
So Jesus, seeing His mother, and the disciple whom He loved standing by, He says to His mother, “Woman, there is your son!”
27 ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।
Then He says to the disciple, “There is your mother!” And from that hour the disciple took her into his home.
28 ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”
After this, knowing that everything was now accomplished so that the Scripture might be fulfilled, Jesus says, “I'm thirsty!”
29 ସେଠାରେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ଏଜୋବ ଖଣ୍ଡିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ।
Now a vessel full of sour wine was sitting there; so they filled a sponge with sour wine, placed it on a hyssop, and put it to His mouth.
30 ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।
Then, when He had received the sour wine, Jesus said, “Paid in full!” And bowing His head He dismissed His spirit.
31 ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।
Now then, because it was Preparation Day, so that the bodies should not remain on the cross on the Sabbath (for that Sabbath was a high day), the Jews requested Pilate that their legs might be broken and they be removed.
32 ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।
Then the soldiers came and broke the legs of the first man and of the other one who had been crucified with Him.
33 ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,
But upon coming to Jesus, they did not break His legs, since they saw that He had already died.
34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
But one of the soldiers pierced His side with a spear, and immediately blood and water came out.
35 ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।
And the one who saw has testified, and his testimony is true (yes, he knows he is telling the truth), so that you may believe.
36 କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।
Because these things happened so that the Scripture should be fulfilled: “Not a bone of His will be broken.”
37 ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ।
And again another Scripture says: “They will look on Him whom they pierced.”
38 ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୁଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ।
After these things Joseph, the one from Arimathea (being a disciple of Jesus, but secretly for fear of the Jews), requested Pilate that he might remove the body of Jesus; and Pilate gave permission. So he came and removed Jesus' body.
39 ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ।
Now Nicodemus also came (the one who at first came to Jesus by night), bringing a mixture of myrrh and aloes, about a hundred pounds.
40 ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ।
Then they took Jesus' body and wrapped it in linen strips, with the aromatic spices, according to the burial custom of the Jews.
41 ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା।
Now at the place where He was crucified there was a garden, and in the garden a new tomb in which no one had yet been buried.
42 ଅତଏବ, ଯିହୁଦୀମାନଙ୍କର ଆୟୋଜନ ଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା।
So that is where they put Jesus, because of the Jews' Preparation Day, since the tomb was nearby.