< ଯୋହନ 2 >

1 ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ;
Three days later, there was a wedding in Cana of Galilee, and the mother of Jesus was there.
2 ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।
Jesus and his disciples were invited to the wedding.
3 ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।
When the wine ran out, the mother of Jesus said to him, “They have no wine.”
4 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”
Jesus said to her, “Woman, why do you come to me? My time has not yet come.”
5 ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।
His mother said to the servants, “Whatever he says to you, do it.”
6 ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।
Now there were six stone water pots there used for the Jewish ceremonial washing, each containing two to three metretes.
7 ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ।
Jesus said to them, “Fill the water pots with water.” So they filled them up to the brim.
8 ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ।
Then he told the servants, “Take some out now and take it to the head waiter.” So they did.
9 ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
The head waiter tasted the water that had become wine, but he did not know where it came from (but the servants who had drawn the water knew). Then he called the bridegroom
10 ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।
and said to him, “Every man serves the good wine first and then the cheaper wine when they are drunk. But you have kept the good wine until now.”
11 ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।
This first sign Jesus did in Cana of Galilee, and he revealed his glory, and his disciples believed in him.
12 ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।
After this Jesus, his mother, his brothers, and his disciples went down to Capernaum and they stayed there for a few days.
13 ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।
Now the Passover of the Jews was near, and Jesus went up to Jerusalem.
14 ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
He found sellers of oxen and sheep and pigeons, and the money changers were sitting there.
15 ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
So he made a whip of cords and drove all of them out from the temple, including both the sheep and the oxen. He scattered the coins of the money changers and overthrew their tables.
16 ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।”
To the pigeon sellers he said, “Take these things away from here. Stop making the house of my Father a marketplace.”
17 ତୁମ୍ଭ ଗୃହ ନିମନ୍ତେ ଉଦ୍‌ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।
His disciples remembered that it was written, “Zeal for your house will consume me.”
18 ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
Then the Jewish authorities responded and said to him, “What sign will you show us, since you are doing these things?”
19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।”
Jesus replied, “Destroy this temple, and in three days I will raise it up.”
20 ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?
Then the Jewish authorities said, “This temple was built in forty-six years, and you will raise it up in three days?”
21 କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ।
However, he was speaking about the temple of his body.
22 ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।
After he was raised from the dead, his disciples remembered that he said this, and they believed the scripture and this statement that Jesus had spoken.
23 ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,
Now when he was in Jerusalem at the Passover festival, many believed in his name when they saw the signs that he did.
24 କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣିଥିଲେ,
But Jesus did not trust in them because he knew them all,
25 ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।
because he did not need anyone to testify to him about man, for he knew what was in man.

< ଯୋହନ 2 >