< ଯୋହନ 20 >

1 ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।
Now on the first day of the week, Mary Magdalene went early, while it was still dark, to the tomb, and saw the stone taken away from the tomb.
2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।
Therefore she ran and came to Simon Peter, and to the other disciple whom Jesus loved, and said to them, "They have taken away the Lord out of the tomb, and we do not know where they have put him."
3 ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ।
Therefore Peter and the other disciple went out, and they went toward the tomb.
4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,
They both ran together. The other disciple outran Peter, and came to the tomb first.
5 ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ।
Stooping and looking in, he saw the linen cloths lying, yet he did not enter in.
6 ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି,
Then Simon Peter came, following him, and entered into the tomb. He saw the linen cloths lying,
7 ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି।
and the cloth that had been on his head, not lying with the linen cloths, but rolled up in a place by itself.
8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;
So then the other disciple who came first to the tomb also entered in, and he saw and believed.
9 କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ।
For as yet they did not know the Scripture, that he must rise from the dead.
10 ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ।
So the disciples went away again to their own homes.
11 କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
But Mary was standing outside at the tomb weeping. So, as she wept, she stooped and looked into the tomb,
12 ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ।
and she saw two angels in white sitting, one at the head, and one at the feet, where the body of Jesus had lain.
13 ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ।
They told her, "Woman, why are you weeping?" She said to them, "Because they have taken away my Lord, and I do not know where they have put him."
14 ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ।
When she had said this, she turned around and saw Jesus standing, and did not know that it was Jesus.
15 ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି।
Jesus said to her, "Woman, why are you weeping? Who are you looking for?" She, supposing him to be the gardener, said to him, "Sir, if you have carried him away, tell me where you have put him, and I will take him away."
16 ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ।
Jesus said to her, "Mary." She turned and said to him in Hebrew, "Rabboni." which is to say, "Teacher."
17 ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”
Jesus said to her, "Do not touch me, for I have not yet ascended to the Father; but go to my brothers, and tell them, 'I am ascending to my Father and your Father, to my God and your God.'"
18 ମଗ୍‌ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।
Mary Magdalene came and told the disciples, "I have seen the lord," and that he had said these things to her.
19 ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”
When therefore it was evening, on that day, the first day of the week, and when the doors were locked where the disciples were, for fear of the Jewish leaders, Jesus came and stood in the midst, and said to them, "Peace be to you."
20 ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ।
When he had said this, he showed them his hands and his side. The disciples therefore were glad when they saw the Lord.
21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।”
Jesus therefore said to them again, "Peace be to you. As the Father has sent me, even so I send you."
22 ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
When he had said this, he breathed on them, and said to them, "Receive the Holy Spirit.
23 ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।”
Whoever's sins you forgive, they are forgiven them. Whoever's sins you retain, they have been retained."
24 କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ।
But Thomas, one of the twelve, called Didymus, was not with them when Jesus came.
25 ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ।
The other disciples therefore said to him, "We have seen the Lord." But he said to them, "Unless I see in his hands the mark of the nails, and put my finger into the mark of the nails, and put my hand into his side, I will not believe."
26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”
After eight days again his disciples were inside, and Thomas was with them. Jesus came, the doors being locked, and stood in the midst, and said, "Peace be to you."
27 ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।”
Then he said to Thomas, "Put your finger here, and observe my hands. Reach out your hand, and put it into my side; and do not be unbelieving, but believing."
28 ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର।
Thomas answered and said to him, "My Lord and my God."
29 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।”
Jesus said to him, "Because you have seen me, you have believed. Blessed are those who have not seen, and have believed."
30 ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ;
Therefore Jesus did many other signs in the presence of his disciples, which are not written in this book;
31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।
but these are written, that you may believe that Jesus is the Christ, the Son of God, and that believing you may have life in his name.

< ଯୋହନ 20 >