< ଯୋହନ 20 >

1 ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।
Mapema siku ya kwanza ya juma, kungali bado giza, Mariamu Magdalena alikuja kaburini; akaliona lile jiwe limeondolewa kaburini.
2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।
Kwa hiyo akakimbia mbio kwenda kwa Simon Petro na kwa yule mwanafunzi mwingine ambaye Yesu alimpenda, kisha akawaambia, “wamemchukua Bwana kaburini, nasi hatujui kule walikomlaza.”
3 ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ।
Kisha Petro na yule mwanafunzi mwingine wakatoka, kuelekea kaburini.
4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,
Wote walipiga mbio kwa pamoja; yule mwanafunzi mwingine alikimbia kwa kasi zaidi ya Petro nakufika kaburini wa kwanza.
5 ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ।
Akasimama na kisha kuangalia kaburini; akaiona ile sanda ya kitani imelala, lakini hakuingia ndani.
6 ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି,
Kisha Simon Petro naye akafika akaingia ndani ya Kaburi. Akaiona ile sanda ya kitani imelala pale
7 ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି।
na ile leso iliyokuwa kichwani pake haikuwa imelala pamoja na zile sanda za kitani bali ilikuwa imelala pembeni peke yake.
8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;
Ndipo yule mwanafunzi mwingine naye alipoingia ndani ya kaburi; akaona na kuamini.
9 କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ।
Kwa kuwa hadi wakati huo walikuwa bado hawajayajua maandiko kwamba ilimlazimu Yesu afufuke tena katika wafu.
10 ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ।
Kisha wanafunzi wakaenda tena nyumbani kwao.
11 କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
Hata hivyo, Mariamu alikuwa amesimama kaburini akilia, alivyokuwa akiendelea kulia alisimama kisha akatazama kaburini.
12 ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ।
Akaona malaika wawili wenye sura nyeupe wamekaa mmoja kichwani na mwingine miguuni mahali ambapo Yesu alikuwa amelala.
13 ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ।
Nao wakamwambia, “Mwanamke, kwa nini unalia?” Naye akawaambia, “Ni kwa sababu wamemchukua Bwana wangu, nami sijui walikomweka.”
14 ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ।
Alipokwisha sema hayo, aligeuka na kumwona Yesu akiwa amesimama. Lakini hakutambua kama huyo alikuwa Yesu.
15 ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି।
Naye Yesu akamwambia, “Mama, kwa nini unalia? Unamtafuta nani?” Naye huku akidhani kuwa ni mtunza bustani akamwambia, “Bwana, kama ni wewe uliyemchukua, niambie ulikomweka, nami nitamchukua.”
16 ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ।
Yesu akamwambia, “Mariamu.” Naye akageuka mwenyewe na kumwambia kwa Kiaramu, “Raboni,” yaani hii ni kusema, “Mwalimu.”
17 ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”
Yesu akamwambia, “Usiniguse, kwani bado sijapaa kwenda kwa baba; bali uende kwa ndugu zangu ukawaambie kuwa nitapaa kwenda kwa Baba yangu ambaye pia ni Baba yenu, Mungu wangu na Mungu wenu.”
18 ମଗ୍‌ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।
Mariamu Magdalena akaja kuwaambia wanafunzi, “Nimemwona Bwana,” na kwamba amemwambia mambo haya.
19 ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”
Na ilipokuwa jioni, siku hiyo, siku ya kwanza ya juma, na milango ikiwa imefungwa mahali wanafunzi walipokuwapo kwa kuwahofia Wayahudi, Yesu alikuja na kusimama katikati yao na kuwaambia, “Amani iwe kwenu.”
20 ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ।
Alipokwisha sema haya akawaonesha mikono yake na ubavu wake. Nao wanafunzi walipomwona Bwana walifurahi.
21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।”
Kisha Yesu akawaambia tena, “Amani iwe nanyi. Kama vile Baba alivyonituma mimi, vivyo hivyo nami nawatuma ninyi.”
22 ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
Yesu alipokwisha sema hayo, akawavuvia akawaambia, Pokeeni Roho Mtakatifu.
23 ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।”
Yeyote mmsameheye dhambi, wamesamehewa; na wale mtakaowafungia watafungiwa.”
24 କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ।
Thomaso, mmoja wa wale kumi na wawili, aliyeitwa Didimas, hakuwa na wanafunzi wenzake Yesu alipokuja.
25 ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ।
Wale wanafunzi wengine waka mwambia baadaye, “Tumemwona Bwana.” Naye akawambia, “Kama sitaona alama za misumari katika mikono yake, na kuweka vidole vyangu kwenye hizo alama, na pia kuweka mkono wangu kwenye ubavu wake sitaamini.”
26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”
Baada ya siku nane wanafunzi walikuwa chumbani tena, naye Thomaso alikuwa pamoja nao. Wakati milango ilipokuwa imefungwa Yesu alisimama katikati yao. na akasema, “Amani na iwe nanyi.”
27 ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।”
Kisha akamwambia Thomaso, leta kidole chako na uone mikono yangu; leta hapa mikono yako na uweke kwenye ubavu wangu; wala usiwe asiyeamini bali aaminiye.”
28 ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର।
Naye Thomaso akajibu na kumwambia, “Bwana wangu na Mungu wangu.”
29 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।”
Yesu akamwambia, Kwa kuwa umeniona, umeamini. Wamebarikiwa wao wanaoamini, pasipokuona.”
30 ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ;
Kisha Yesu alifanya ishara nyingi mbele ya wanafunzi, ambazo hazijawahi kuandikwa katika kitabu hiki;
31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।
bali hizi zimeandikwa ili kwamba muweze kuamini kwamba Yesu ndiye Kristo, mwana wa Mungu, na kwamba muaminipo muwe na uzima katika jina lake.

< ଯୋହନ 20 >