< ଯୋହନ 21 >
1 ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ;
Baada ya mambo ago u Yesu ahavonesia tena avasiule katika enyanza Tiberia; hivyo ahevonesia yumwene:
2 ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।
U Simoni Petro nu Thomaso uviihelangiwa pacha nu Didimas, u Nathanaeli uva Kana ya Galilaya, naana va Zebedayo navange vavile avasiule wamwene vale pamoja.
3 ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ।
Simoni Petro ahavavula, “Niluta hwi vua isomba.” Navope vahambula, “Na yufwe, twilutania nuve basivahahega vahepahela mhiombo ila ekelo eyo savahapata henu.
4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ।
Hata panavusihu wavile vukile Yesu ahema ufuoni, lakini avasiule savahelewa uhuta uyu ve Yesu.
5 ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।
Basi u Yesu ahavavula, “Vanango mlene hetoeo kakula?” Vahajibu, “La.”
6 ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ।
Ahavavula, “Taga jalife uvupande uwa kiume wa hiombo, nayomwe mwipata basivaha taga wala savahawesia uhulekwe gatena kwa sababu ya huvanyingi isamaki.
7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
Basi ula uvasiule uve aganile u Yesu ahambula u Petro, “Ve Nguluve.” Navope u Simoni Petro avile ipuleha uhuta ve Nguluve ahekunga eligwanda limwene uhuva alehebwinda ahetaga mnyanza.
8 କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।
Na avasiule avange vahieha katika mashua mana savahale hutali nehelunga ehekavu ila yapata futi mia mbili huno valehukohota elizalife elele ni somba.
9 ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।
Vavile vihuiha pwani vahaguvona umoto gwa kala napakianya pamoto vahachivona isomba nu kate.
10 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।”
U Yesu ahavavula, “Tetani apa baasi ya isomba chicho mlovile ulu leno.”
11 ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ।
Basi Simoni Petro ahatoga mhiombo ahale kwega jalife pwani ledechiche isamaki, imbaha mia moja hamsini ni datu 153; japokuwa chivile nyingi, namna eyo jalife salihabachuha.
12 ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ।
U Yesu ahavavula ichaa mdendule undomo wala hakuna uvasile yuyoni uvahalutile huhombo cha veveni uve vovihelewa uhuta uyu ve Nguluve.
13 ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ।
U Yesu ahaluta, ahatola ukate, ahavapa ni samaki vulevule.
14 ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।
Ivyo ndivyo mala ya datu ya u Yesu uhuvoneha navasiule vamwene baada ya huchuha huvufwe.
15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।”
Basi vavile u Yesu ahambula u Simoni Petro, “Simoni mwana wa Yohana je, uve unganile kuliho ava?” Ahavavula mwene Bwana; “Uve wuhelewa uhuta nehuganile aha vavula leswa ingosi chango.”
16 ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।”
Ahavavula tene mala yavele, “Simoni va Yohana anganile ahavavula sawa, Bwana uve ulumanyile uhuta nehuganile ahavavula, demaga ingosi chango.”
17 ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।
Ahavavula mala hadatu, “Simon, va Yohana, u Petro ahakalala ulwa mbuchiche mala hadatu, unganile ahavavula, “Bwana, uve ulumanyile goni uve ulumanyile uhuta nuhuganile u Yesu ahavavula leswa ing'osi chango.
18 ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।”
Ahachova, amini, amini, nihuhuvula uwakati uchigehijana ule huva vuhekunga vimwene nuhuluta uhuwinogwa; lakini upia wiva gogolo yavunyosia amavono gaho nayuyunge ayihuhukunga nuhuhutola uhusa winogwa.”
19 ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।”
Ahachova elimenyu elio hwa hwevonesia huvufwe vulehu apia ihumwemeha u Ngoluve navope avile ago ahavavula mngongale.
20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।
U Petro ahapenduha ahambona ula uvasiule uva aganine nu Yesu ihukonga veuyo uve hagine pahe pambaga pamwene wakati vilia ehia hulia ehia liiemihe ahachova ahata veni uvihuhusaliti?”
21 ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ?
Basi u Petro ahambona uywa ahambula u Yesu, “Bwana, Na yuyu yu je?”
22 ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।”
U Yesu ahavavula, “Inave ninogwa atame hata nepia nivepo elio lihuhusu hehi ng'ongage.
23 ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ।
Basi amamenyu gaha puleheha katikati ya vana hekolo yahuta uvasiule sifwa. Lakini u Yesu sahambule uhuta ifwa basi ineve ninogwa atamage ipaha apya nihwicha yihahuhusuhehi uve.
24 ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।
Uyo vevasiule uvealolile uvuyelweli na uveasimbile aga nayufwe tuhelewa uhuta uyu, ichova agayelueli.
25 ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
Hule mambo minogi mingi agavombile u Yesu agago anasimbe lamo lemo nadhani ata ehelonga hioni sahiha toswee hwa jili ya ivitabu ifihale fihwandihiwa.