< ଯୋହନ 3 >

1 ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା।
Now there was a man of the Pharisees named Nicodemus, a leader of the Jews.
2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।
He came to Jesus at night and said, “Rabbi, we know that You are a teacher who has come from God. For no one could perform the signs You are doing if God were not with him.”
3 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”
Jesus replied, “Truly, truly, I tell you, no one can see the kingdom of God unless he is born again.”
4 ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ?
“How can a man be born when he is old?” Nicodemus asked. “Can he enter his mother’s womb a second time to be born?”
5 ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।
Jesus answered, “Truly, truly, I tell you, no one can enter the kingdom of God unless he is born of water and the Spirit.
6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।
Flesh is born of flesh, but spirit is born of the Spirit.
7 ‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।
Do not be amazed that I said, ‘You must be born again.’
8 ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”
The wind blows where it wishes. You hear its sound, but you do not know where it comes from or where it is going. So it is with everyone born of the Spirit.”
9 ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ?
“How can this be?” Nicodemus asked.
10 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
“You are Israel’s teacher,” said Jesus, “and you do not understand these things?
11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।
Truly, truly, I tell you, we speak of what we know, and we testify to what we have seen, and yet you people do not accept our testimony.
12 ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ?
If I have told you about earthly things and you do not believe, how will you believe if I tell you about heavenly things?
13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।
No one has ascended into heaven except the One who descended from heaven—the Son of Man.
14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
Just as Moses lifted up the snake in the wilderness, so the Son of Man must be lifted up,
15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।” (aiōnios g166)
that everyone who believes in Him may have eternal life. (aiōnios g166)
16 କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ। (aiōnios g166)
For God so loved the world that He gave His one and only Son, that everyone who believes in Him shall not perish but have eternal life. (aiōnios g166)
17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
For God did not send His Son into the world to condemn the world, but to save the world through Him.
18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
Whoever believes in Him is not condemned, but whoever does not believe has already been condemned, because he has not believed in the name of God’s one and only Son.
19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
And this is the verdict: The Light has come into the world, but men loved the darkness rather than the Light because their deeds were evil.
20 କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।
Everyone who does evil hates the Light, and does not come into the Light for fear that his deeds will be exposed.
21 କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
But whoever practices the truth comes into the Light, so that it may be seen clearly that what he has done has been accomplished in God.”
22 ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦିୟା ପ୍ରଦେଶକୁ ଗଲେ, ଆଉ ସେ ସେହି ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ।
After this, Jesus and His disciples went into the Judean countryside, where He spent some time with them and baptized.
23 ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।
Now John was also baptizing at Aenon near Salim, because the water was plentiful there, and people kept coming to be baptized.
24 ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ।
(For John had not yet been thrown into prison.)
25 ସେଥିମଧ୍ୟରେ ଶୁଚିକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।
Then a dispute arose between John’s disciples and a certain Jew over the issue of ceremonial washing.
26 ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାହାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନ ନଦୀର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।
So John’s disciples came to him and said, “Look, Rabbi, the One who was with you beyond the Jordan, the One you testified about—He is baptizing, and everyone is going to Him.”
27 ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।
John replied, “A man can receive only what is given him from heaven.
28 ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।
You yourselves can testify that I said, ‘I am not the Christ, but am sent ahead of Him.’
29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
The bride belongs to the bridegroom. The friend of the bridegroom stands and listens for him, and is overjoyed to hear the bridegroom’s voice. That joy is mine, and it is now complete.
30 ସେ ଅବଶ୍ୟ ବୃଦ୍ଧି ହେଉନ୍ତୁ, ପୁଣି ମୁଁ ହ୍ରାସ ହେବି।
He must increase; I must decrease.
31 ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।
The One who comes from above is above all. The one who is from the earth belongs to the earth and speaks as one from the earth. The One who comes from heaven is above all.
32 ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।
He testifies to what He has seen and heard, yet no one accepts His testimony.
33 ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।
Whoever accepts His testimony has certified that God is truthful.
34 କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।
For the One whom God has sent speaks the words of God, for God gives the Spirit without limit.
35 ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
The Father loves the Son and has placed all things in His hands.
36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ। (aiōnios g166)
Whoever believes in the Son has eternal life. Whoever rejects the Son will not see life. Instead, the wrath of God remains on him.” (aiōnios g166)

< ଯୋହନ 3 >