< ଯୋହନ 5 >

1 ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ।
bwiko nyeu duklume Yafudawa wi, la Yeecu yaken wurcalima. wi wurcalima nyilok bi fwa tatik bele caji wi, wo ki nyi Ibraniyawa ki co ki Baitacda, wi ki bitukko nung cumamgum cumange
2 ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ।
3 ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;
nubo kila-kila buro nuwa lumau, fukma, kilen, bwen co wo nani kange kani bwiyameri da rangum wi.
4 କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]
la be tomange kwama wucakeu, ki yam nyo ya bur mwembo kwama ce, la nawo yira kenten mur mwenge bureri fiya twaka bwen non twiraye co kala ticikeri.
5 ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା।
nii kange wi ni wo nuwa bo luma coro kwini ta'ar cilombo narub.
6 ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, “ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?”
kambo Yeecu toco ca dom wiyeri, la con nyumom nii wo dam wi coti kila-kila, la con yii co, mo cuiti na yilam kwamara?
7 ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ।
nii nuwa luma toki nii meramgka “ma man ki nii wuro a dokken yeti mor mwenge na ci mok mwembori. nan bou ri kange yira kenten minen.
8 ଯୀଶୁ ତାହାଙ୍କୁ କହିଲେ, “ଉଠ, ତୁମ୍ଭର ଖଟିଆ ଘେନି ଚାଲ।”
Yeecu yii co “kweni, to kwangni mweu mwa yakenti.
9 ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେହି ଦିନ ବିଶ୍ରାମବାର ଥିଲା।
dangjang nii con twam lan tu kwani ceu cu. la diye co diye kakuk fobka,
10 ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ।
la Yafudawa yii nii wa twameu, kakuk fobkak, yorbo tu kwangni mweu,
11 କିନ୍ତୁ, ସେ ସେମାନଙ୍କୁ ଉତ୍ତର ଦେଲା, ଯେ ମୋତେ ସୁସ୍ଥ କଲେ, ସେ ମୋତେ କହିଲେ, “ତୁମ୍ଭର ଖଟିଆ ଘେନି ଚାଲ।”
la con yii ci, nii wo twa yereu, yii ye tu kwama ni mwe mwa yakenti
12 ସେମାନେ ତାହାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ?
cin me co, we nii co yi nen ki tu kwangni mweu mwa yakengtiye?
13 କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।
la nii wo ci twa beu nyombo we Yeecu, la Yeecu cerum da'ar, wori nubo kila kabo fiye co.
14 ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”
la kaktenri Yeecu ya fiya co kuwabe, la yii co to mon yilam kwamer, mare bwirangke tak na kange dike bwiraneu fiya nen de.
15 ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।
nii co cu yan yii Yafudawau, Yeecu twa yere.
16 ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।
lan co dike wo Yafudawa ne Yeecu dotange, won co ma nan dii keburo kakuk fobkak.
17 ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”
Yeecu yii ci teemi ma nangen ti bwen na wori, mo keneu ma manangenti.
18 ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।
co dor Yafudawa do na twalum co ciki kebo ka kanuk fobka ca kimeu, yila con co ten kwama ki te ce, tu dor ceroti dong-dong na kwama
19 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି।
Yeecu kar cinen, bicom ki bicom bwe mani a ma diker na dor ceroce kima kima kan co dike ca to tee ma tiyeu, wori dii ke na tee matiyeri, bwe kima co co ciko win.
20 କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ।
wori tee cui bweti, lan nun dikero gwam wo ca matiyeu, la an nung cinen dike burombo tenang tenangeu wo la buro la na ko nyumangi.
21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।
kambo teeu kungum nubo bweyarangume yila ne ci dumeu, nyo ken bweu ne dumeti nii wo ca cuiyeu.
22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।
la tee ma bo nii nin buolang, la con neken buolangko kang bwek
23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।
la na nubo gwam na ne bwe dur, kanbo ci nem tee tiyeu. nii wo na nebo bwedurre di nebo teeu wo tuomceu.
24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। (aiōnios g166)
bicom, bicom nii nuwa ker mire la ne bilenker nii wo tuom yereri wi ki dume diiri yeu, la mani a kangco ti la con cum buar con yabken dume. (aiōnios g166)
25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
bicom, bicom ma yi kom kwama co wi bouti, wuro nubo bwiyameu a nuwa dir bi bwe kwamaro tiyeu, la nubo buro nuwa an da.
26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
na wo tee wi ki dume coki bwici, la con ne bweu na yilam ki dume ki bwici.
27 ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।
la teeu ne ken bweu bikwan kerero na mwatum bolanko wori co bibwe nii fire.
28 ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
ko nyuman de ki wo, kwama kange bouti wo nubo wo tuweti numeu an nuwa dircero.
29 ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”
la ci an cerangu, buro mana kenneu ki yan kwenka dumek, la buro mana bwireu kiyan kwenka buolangek.
30 “ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
mani ma makange diker ti ki bwimi, nawoma nuwau, ma mabuolangko nyo, buolanmiko dong-dong, wori dike ma matiyeu kebo mo, na nii wo tuoma yerece.
31 ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।
na man warker dor mir di, warke miumani a yila bilenkeretti.
32 ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।
kange wi wo awarker ti dor mire. la man nyimom warkeu ca ne ti dor mireu bilenker.
33 ତୁମ୍ଭେମାନେ ଯୋହନଙ୍କ ନିକଟକୁ ଲୋକ ପଠାଇଅଛ ଓ ସେ ସତ୍ୟ ସପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି;
kan tuom yuwa na nin, con ne warker bilenkerer.
34 କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି।
la warke wo ma yoweu kebo nii fir nin, ma tok kere wo na fiya cerka.
35 ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।
yuwana kira wo titi re filang tiyeu, la kom cuiti na ko ma bilangtum mor filange ce nin biduwar.
36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
dual, warke ma cike tenangi la yuwana ceu, ki nangendo wo tee ne ye nan dimeu, nangen do buro matiyeu, warker ti dor mir, nung teeu tuom ye
37 ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋʼ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି। ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,
tee wo tuom yereu ki bwici warker dor mir. ka nuwambo dir cer wi ko tom bo cerkanka ceu wi.
38 ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ।
kercero mani yim mor nee kume, wori ka nebo bilenker ki nii wo ca tuomu weu.
39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି। (aiōnios g166)
kom kiyerang bifumeroti kom kwatiri more ciye kan fiya dume dii ri yeu, wentati cici warkerti dor miro. (aiōnios g166)
40 କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ।
la kom cui bo ko bou minen nako fiya dume.
41 ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,
mani ma yo cak-lanka fiye nubo wiye.
42 ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ବରଙ୍କ ପ୍ରେମ ନାହିଁ।
la man nyumom ka man ki cuika kwamak neer kumer.
43 ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।
ma bou mor dene teemi la ka yoyebou, no na kange an bou ki den cer di kan yo co.
44 ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
la ka nebilenker nyi kom wo ciya caklangka bwi ti kumeu, lamanikado caklankako wo bou kwama nin win ki kwaceu
45 ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି।
kom kware neer fiye teemi wiyeu niiwo muca woka yoneer cineneu.
46 କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାଆନ୍ତ, ତେବେ ମୋତେ ବିଶ୍ୱାସ କରିଥାଆନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି।
na kom ciyaki mucari, kan ciya kimo, wori con mulangi dor mir.
47 କିନ୍ତୁ ତୁମ୍ଭେମାନେ ଯଦି ତାହାଙ୍କ ଲିଖିତ ବାକ୍ୟ ବିଶ୍ୱାସ କରୁ ନାହଁ, ତେବେ କିପରି ମୋହର ବାକ୍ୟ ବିଶ୍ୱାସ କରିବ?”
na kom ciya bo ki mulangka cerkori, la kom mani na ko ciya ki kermiro.

< ଯୋହନ 5 >