< ଯୋହନ 6 >

1 ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍‍, ତିବିରୀୟା ହ୍ରଦର ଆରପାରିକୁ ଗଲେ।
After this Jesus went away to the other side of the Sea of Galilee (that is, the Sea of Tiberias).
2 ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ।
A large crowd was following him because they saw the miraculous signs he was performing on the sick.
3 ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ।
So Jesus went up on the mountain and sat there with his disciples.
4 ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।
(Now the Jewish feast of the Passover was near.)
5 ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”
When Jesus lifted up his eyes and saw that a large crowd was coming to him, he said to Philip, “Where shall we buy bread so that these people may eat?”
6 କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।
(He said this to test him, for he himself knew what he was about to do.)
7 ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।
Philip answered him, “Two hundred denarii worth of bread would not be sufficient for each of them to receive a little portion.”
8 ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
Then one of his disciples, Andrew, the brother of Simon Peter, said to him,
9 ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?
“There is a little boy here who has five barley loaves and two fish, but what good are they for so many people?”
10 ଯୀଶୁ କହିଲେ, “ଲୋକମାନଙ୍କୁ ବସାଅ।” ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ।
Jesus said, “Have the people sit down.” (Now there was a lot of grass in that place.) So the men sat down, about five thousand in number.
11 ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।
Then Jesus took the loaves, and after giving thanks, he distributed them to the disciples, and the disciples distributed them to those who were seated. He did the same with the fish, and the people ate as much as they wanted.
12 ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର।”
When they were full, Jesus said to his disciples, “Gather together the pieces that are left over so that nothing is wasted.”
13 ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ।
So they gathered them together and filled twelve baskets with the broken pieces from the five barley loaves that were left over by those who had eaten.
14 ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।
When the people saw the sign that Jesus had done, they said, “This is truly the Prophet who is to come into the world.”
15 ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ।
So Jesus, knowing that they were about to come and take him by force to make him king, withdrew to the mountain by himself.
16 ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ
When evening came, his disciples went down to the sea,
17 ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
and after getting into the boat, they started going across the sea to Capernaum. Darkness had already set in, but Jesus had not come to them.
18 ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା।
Then the sea became rough because a strong wind was blowing.
19 ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ।
When they had rowed about three or four miles, they saw Jesus approaching the boat, walking on the sea, and they were afraid.
20 କିନ୍ତୁ ସେ ସେମାନଙ୍କୁ କହିଲେ, “ଏ ତ ମୁଁ, ଭୟ କର ନାହିଁ।”
But he said to them, “It is I; do not be afraid.”
21 ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍‍କ୍ଷଣାତ୍‍ ସେହି ସ୍ଥାନରେ ପହଞ୍ଚିଲା।
Then they were willing to receive him into the boat, and immediately the boat reached the land where they were heading.
22 ସେ ସ୍ଥାନରେ ଗୋଟିଏ ସାନ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ।
On the next day the crowd that had stayed on the other side of the sea realized that there had been no other boat there except the one Jesus' disciples had gotten into, and that Jesus himself had not gotten into the boat with his disciples, but that his disciples had gone away alone.
23 ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
Then other boats from Tiberias came near the place where they had eaten the bread after the Lord had given thanks.
24 ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।
So when the crowd saw that neither Jesus nor his disciples were there, they themselves got into the boats and went to Capernaum, seeking Jesus.
25 ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?
When they found him on the other side of the sea, they said to him, “Rabbi, when did yoʋ get here?”
26 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।
Jesus answered them, “Truly, truly, I say to you, you are seeking me not because you saw signs, but because you ate the loaves and were filled.
27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।” (aiōnios g166)
Do not work for food that perishes, but for food that endures to eternal life, which the Son of Man will give you. For on him God the Father has set his seal.” (aiōnios g166)
28 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ବରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
Then they said to him, “What must we do to do the works of God?”
29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।”
Jesus answered them, “This is the work of God, that you believe in the one he has sent.”
30 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?
So they said to him, “What sign then are yoʋ going to perform so that we may see it and believe yoʋ? What will yoʋ do?
31 ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ।
Our fathers ate the manna in the wilderness, just as it is written, ‘He gave them bread from heaven to eat.’”
32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
Jesus said to them, “Truly, truly, I say to you, it was not Moses who gave you the bread from heaven, but my Father gives you the true bread from heaven.
33 କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”
For the bread of God is that which comes down from heaven and gives life to the world.”
34 ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ।
So they said to him, “Sir, give us this bread always.”
35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
Jesus said to them, “I am the bread of life; he who comes to me will never hunger, and he who believes in me will never thirst.
36 କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।
But as I told you, you have seen me and still you do not believe.
37 ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
Everyone the Father gives me will come to me, and I will never cast out anyone who comes to me.
38 କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
For I have come down from heaven not to do my own will, but the will of him who sent me.
39 ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
And this is the will of the Father who sent me, that I should lose none of those he has given me, but should raise them up on the last day.
40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି। (aiōnios g166)
And this is the will of him who sent me, that anyone who looks to the Son and believes in him should have eternal life, and I will raise him up on the last day.” (aiōnios g166)
41 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
Then the Jews began to grumble about him because he said, “I am the bread that came down from heaven.”
42 ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି?
They said, “Is this not Jesus, the son of Joseph, whose father and mother we know? How then can he say, ‘I have come down from heaven’?”
43 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।
Jesus answered them, “Do not grumble among yourselves.
44 ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
No one can come to me unless the Father who sent me draws him, and I will raise him up on the last day.
45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।
It is written in the Prophets, ‘They will all be taught by God.’ Everyone therefore who has heard and learned from the Father comes to me—
46 କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।
not that anyone has seen the Father, except he who is from God; he has seen the Father.
47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି। (aiōnios g166)
Truly, truly, I say to you, whoever believes in me has eternal life. (aiōnios g166)
48 ମୁଁ ଜୀବନଦାୟକ ଆହାର।
I am the bread of life.
49 ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।
Your fathers ate the manna in the wilderness, and died.
50 କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।
This is the bread that comes down from heaven, so that anyone may eat of it and not die.
51 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।” (aiōn g165)
I am the living bread that has come down from heaven. If anyone eats of this bread, he will live forever. And the bread that I will give for the life of the world is my flesh.” (aiōn g165)
52 ଏଥିରେ ଯିହୁଦୀମାନେ ପରସ୍ପର ବାଗ୍‍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ?
Then the Jews began to quarrel with one another, saying, “How can this man give us his flesh to eat?”
53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
So Jesus said to them, “Truly, truly, I say to you, if you do not eat the flesh of the Son of Man and drink his blood, you have no life in yourselves.
54 ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି। (aiōnios g166)
Anyone who eats my flesh and drinks my blood has eternal life, and I will raise him up on the last day. (aiōnios g166)
55 କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।
For my flesh is true food, and my blood is true drink.
56 ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।
Whoever eats my flesh and drinks my blood abides in me, and I in him.
57 ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ।
Just as the living Father sent me, and I live because of the Father, so whoever feeds on me will also live because of me.
58 ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।” (aiōn g165)
This is the bread that came down from heaven, not as your fathers ate the manna, and died. Whoever eats this bread will live forever.” (aiōn g165)
59 ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।
He said these things in a synagogue while teaching in Capernaum.
60 ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?
After hearing this, many of his disciples said, “This teaching is difficult; who can accept it?”
61 କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
But Jesus, aware that his disciples were grumbling about this, said to them, “Does this offend you?
62 ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ?
Then what if you see the Son of Man ascending to where he was before?
63 ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।
It is the Spirit who gives life; the flesh is of no benefit. The words I speak to you are spirit and life.
64 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।
But there are some among you who do not believe.” (For Jesus knew from the beginning which of them did not believe and who it was that would betray him.)
65 ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।”
Then he said, “That is why I told you that no one can come to me unless it has been granted to him by my Father.”
66 ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ।
At that point many of his disciples went back and no longer walked with him.
67 ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, “ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?”
So Jesus said to the twelve, “Do you also want to go away?”
68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି; (aiōnios g166)
Simon Peter answered him, “Lord, to whom shall we go? Yoʋ have the words of eternal life. (aiōnios g166)
69 ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।
And we have come to believe and to know that yoʋ are the Christ, the Son of the living God.”
70 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”
Jesus answered them, “Did I not choose you, the twelve? And yet one of you is a devil.”
71 ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା।
(Now he was speaking about Judas Iscariot, the son of Simon, who was one of the twelve and would later betray him.)

< ଯୋହନ 6 >