< ଯୋହନ 7 >
1 ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ।
Mi hakuzwa izi zintu Jesu avayendauli mwa Galilee, kaho kena va kusaka kuyenda kwa Judea chevaka lyokuti majuda vava kumusaka kuti va mwihaye.
2 କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,
Hanu mukuti wa majuda wa munzunde uva kwina hafuhi.
3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ,
Va mukulwe cwale chiva muwambila, “siye chivaka ichi uyende kwa Judea, njokuti va rutwana vako va vone mitendo yo panga.
4 କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର।
Kakwina ya panga chintu ku mukunda iye mwine na saka kuti chivoneke. Haiva upanga izi zintu, livonahaze kwinkanda.”
5 କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।
Kaho nanga va mukulwe kena vava zumini kwali.
6 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ।
Jesu cwale cha wamba kuvali, “inako yangu kena ya sika kale, kono inako yenu ilyitukise kale.
7 ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
Inkanda kalyi woli kumi toya, kono lyi toya ime kevaka lyokuti ni paka za mitendo yalyo mivi.
8 ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Muyenda haisi ku mukiti; kani yendi kowu mukiti kakuti inako yangu kaini ku talelezwa.”
9 ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ।
Hachamana ku wamba izi zintu kuvali, che kala mwa Galileya.
10 କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ।
Kono va mukulwe hati chivayenda ku mukiti, naye chayenda, isiñi na voneka kono cho kulipata.
11 ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?
Majuda vava kumusaka ku mukiti niku wamba, “wina hi?”
12 ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।
Kuva kwina ku wambolisana mukati ke chisi kuamana naye. Vamwi vava wambi, “Mukwame ushiyeme.” Vamwi vava wambi, “Ne, Uyendisa vantu munzila isali njeyo.”
13 ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ।
Naho ka kwina yava wambi cha kuzuweka kuamana naye cho kutiya ma Juda.
14 କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ।
Mukiti hachi uva kwina hakati kokumana, Jesu chayenda mwi ntempele nikukatanga kuka ruta.
15 ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା?
Cwale ma Juda chiva komoka, niva wamba, “Uzu mukwame wizi vule zingi? kena va lituti.”
16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।
Jesu cha vetava niku wamba, “intuto zangu kena nji zangu, kono njiyakwe wani tuma.
17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
Haiva kwina yo saka ku panga intato yakwe, kezive kuamana nezi intuto, kapa zizwa kwe Ireeza, kapa ni wamba ka lwangu.
18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
Yense yo wamba ka lwakwe ungana inkaya yakwe iye mwine, kono iye ya ngana inkanya yozo wa tuma uzo muntu we niti, mi kakwina kusa njolola kwali.
19 ମୋଶା କଅଣ ତୁମ୍ଭମାନଙ୍କୁ ବ୍ୟବସ୍ଥା ଦେଇ ନାହାନ୍ତି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋଶାଙ୍କ ବ୍ୟବସ୍ଥା ପାଳନ କରୁ ନାହଁ। ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ?”
Kena kuti Mushe ava mihi mulao? Kono kakwina kwenu ye chilila mulao. Chinzi hamu saka kunihaya?”
20 ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?
chisi cha vantu chichetava, “wina i dimona. Njeni yo saka kukwihaya?”
21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ।
Jesu chetava niku va wambila, “na panga mutendo wonke, mi muvonse mukomoswa ke vaka lyecho.
22 ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃ-ପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାର ଦିନରେ ମନୁଷ୍ୟର ସୁନ୍ନତ କରୁଅଛ।
Mushe ava mihi mupato (isike kuti izwa kwa Mushe, kono kuve sukulwetu), mi he nsavata mu panga muntu mupato.
23 ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାର ଦିନରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାର ଦିନରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
Haiva mukwame upangwa mupato he nsavata njokuti mulao wa Mushe kanzi ucholwa, chinzi hamuni vengele kakuli na panga mukwame kunjolola he nsavata?
24 ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।”
Kanji muatuli cha mayemo amuntu mwa vonekela, kono mu watule cho kunjolola.”
25 ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
Vamwi kuvali vakwa Jerusalema vava wambi, “kena njiyena uzu ivakwete kungana kuti va mwihaye?
26 ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?
Mi muvone, uwamba na lukuluhite, mi kakwina chiva wamba kwali. kena kuti initi va yendisi vezi luli kuti uzu njiyena Kreste, iwola kuva?
27 ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି।
Kono nitwizi kuti uzu uzwahi. Kono Kreste ha cheza, kakwina yete izive kuti ukazwila hi.”
28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ମୋତେ ଓ ମୋହର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
Cwale Jesu cha lila mwi ntempele, kuruta niku wamba, “muvonse munizi mi mwizi kuni kazwilila. Kena na keza ka lwangu, kono iye wani tuma we niti, mi ka mumwizi.
29 ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ।”
Ni mwizi kevaka lyo kuti nikazwa kwakwe mi wa kanituma.”
30 ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
Vava kulikite ku musumina, kono kakwina yava muviki iyanza chevaka lyokuta kuti inako yakwe kena ivali kusikite.
31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
Kono vungi bwa vantu vava zumini kwali, mi chiva wamba, “Kreste hacheza, ka pange zisupo kuhita izi za panga uzu?”
32 ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।
Ma Farisi vava zuwi vantu niva shovota izi zintu kuamana ni Jesu, ni mu prisita mukulwana nima Farisi chiva tumina ma pokola kuka musumina.
33 ସେଥିରେ ଯୀଶୁ କହିଲେ, “ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି।
Jesu cwale cha wamba, “ni sina nanwe che nako inini fela, mi cwale niyenda kwali wani tuma.
34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।”
Kamuni ngane kono kete muni wane; kwete niyende, kete muwole kwiza.”
35 ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଆମ୍ଭମାନଙ୍କ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?
Ma Juda cwale chiva liwambila mukati kavo, “kayende kuhi uzu mukwame kwete tuwole kusa muwana? ka yende kuma Greek va hasene nikuka ruta ma Greek?
36 “ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ,” ସେ ଏହି ଯେଉଁ କଥା କହିଲେ, ସେ କଅଣ?
linzwi inzi ilyi lya wamba, 'koni ngane kono kete uni wane; kwete ni yende, kete mu wole kwiza'?”
37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।
Linu cha mamani, izuva lyi kando lyo mukiti, Jesu cha zimana niku lila, kuwamba, “haiva kwina yo fwile inyotwa, mumusiye eze za nwe kwangu.
38 ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।”
Iye ya zumina kwangu, sina mulyitela iñolo, lwizi lwa menzi ahala ka luvuve mwi vumo lyakwe.”
39 ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
Kono ava wambi izi kuamana ni Luhuho, kwavo va zumina kwali muva tambule; Luhuho kena lyiveni kuhewa kevaka lyo kuta kuti Jessu kena va sini ku nyamwinwe.
40 ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ।
Vamwi vantu muchisi, hava zuwa manzwi aya, chiva wamba, “Uzu muporofita luli.”
41 ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ?
vamwi vava wambi, “Uzu njiyena Kreste.” kono vamwi vava wambi, “Kreste uzu uzwa kwa Galileya?
42 ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
Kena kuti ma ñolo ava wambi kuti Kreste mwa kazwile kwi shika lya Davida mikwa Bethelehema, muzi uko Davida avakwina?”
43 ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;
Cwale chikwava niku liyava mu chisi che vaka lyakwe.
44 ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ।
Vamwi vava kusaka kumusumina, kono kakwina yava viki iyanza hali.
45 ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
Cwale ma pokola vava kavoli nima Prisita vakuluna ni ma Falisi, vava wambi kwali, “chinzi hasena mwa muleta?”
46 ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
Mapokola chivetava, “Kakwina yava wambi vuti.”
47 ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କଅଣ ଭ୍ରାନ୍ତ ହୋଇଅଛ?
Cwale ma farisi chiva mwitava, “Chova kuchengetwe nawe?
48 ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
kana kwina va yendisi vava zumini kwali, kapa kuma Falisi?
49 କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।
Kono ichi chisi chisezi mulao, va kutitwe.”
50 ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,
Nicodemus (zumwi wa ma Falisi, vava kezi kwali kumatingilo), cha wamba kuvali,
51 ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?
Mulawo wetu u atula muntu ni useni kuzuwa kwali nicho cha panga?”
52 ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।
chivetava niku wamba kwakwe, “nawe uzwa kwa Galileya? sakisise uvone kuti kakwina muporofita yozwa kwa Galileya.”
53 [ଆଉ ସେମାନେ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ଚାଲିଗଲେ,
Cwale zumwi ni zumwi cha yenda kwi nzuvo yakwe.