< ଯୋହନ 9 >

1 ଯୀଶୁ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ।
Երբ կ՚անցնէր՝ տեսաւ մարդ մը, կոյր ծնած:
2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା?
Իր աշակերտները հարցուցին իրեն. «Ռաբբի՛, ո՞վ մեղանչեց, ասիկա՞ թէ անոր ծնողները, որ ան կոյր ծնաւ»:
3 ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।
Յիսուս պատասխանեց. «Ո՛չ ասիկա մեղանչած է, ո՛չ ալ անոր ծնողները, հապա՝ որպէսզի Աստուծոյ գործերը յայտնաբերուին իր վրայ:
4 ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।
Մինչ ցերեկ է, պէտք է որ գործեմ զիս ղրկողին գործերը. գիշերը կու գայ, երբ ո՛չ մէկը կրնայ գործել:
5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”
Այնքան ատեն որ ես աշխարհի մէջ եմ՝ աշխարհի լոյսն եմ»:
6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ,
Երբ ըսաւ ասիկա՝ թքնեց գետին, կաւ շինեց թուքով, այդ կաւով ծեփեց կոյրին աչքերը
7 ଯାଅ, ଶୀଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) “ପୋଖରୀରେ ଧୋଇ ହୁଅ।” ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା।
եւ ըսաւ անոր. «Գնա՛, լուացուէ՛ Սելովամի աւազանին մէջ» (որ կը թարգմանուի՝ ղրկուած): Ան ալ գնաց եւ լուացուեցաւ, եկաւ՝ ու կը տեսնէր:
8 ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?
Իսկ դրացիները, եւ անոնք որ նախապէս տեսած էին զինք՝ թէ կոյր էր, կ՚ըսէին. «Ասիկա չէ՞ր ան՝ որ կը նստէր ու կը մուրար»: Ոմանք կ՚ըսէին. «Անիկա՛ է»:
9 କେହି କେହି କହିଲେ, ଏ ସେ; ଆଉ କେହି କେହି କହିଲେ, ନା, ଏ ତାହା ପରି। ସେ କହିଲା, ମୁଁ ସେହି।
Ուրիշներ կ՚ըսէին. «Անոր նման մէկն է»: Իսկ ինք կ՚ըսէր. «Ե՛ս եմ»:
10 ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା?
Ուրեմն ըսին իրեն. «Հապա ի՞նչպէս աչքերդ բացուեցան»:
11 ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶୀଲୋହ ପୋଖରୀକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି।
Ինք պատասխանեց. «Յիսուս կոչուած մարդ մը կաւ շինեց, ծեփեց աչքերս ու ըսաւ ինծի. “Գնա՛ Սելովամի աւազանը եւ լուացուէ՛”: Ես ալ գացի, լուացուեցայ, ու կը տեսնեմ»:
12 ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ।
Ուստի ըսին իրեն. «Ո՞ւր է ան»: Ըսաւ անոնց. «Չեմ գիտեր»:
13 ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ।
Փարիսեցիներուն տարին զայն՝ որ ժամանակին կոյր էր,
14 ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର।
ու Շաբաթ օր էր՝ երբ Յիսուս շինեց կաւը եւ բացաւ անոր աչքերը:
15 ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ। ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି।
Ուստի Փարիսեցիներն ալ դարձեալ կը հարցնէին իրեն թէ ի՛նչպէս աչքերը բացուեցան՝՝: Ան ալ ըսաւ անոնց. «Կաւ դրաւ աչքերուս վրայ, ու լուացուեցայ եւ կը տեսնեմ»:
16 ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।
Ուստի Փարիսեցիներէն ոմանք կ՚ըսէին. «Այդ մարդը Աստուծմէ չէ, որովհետեւ չի պահեր Շաբաթ օրը»: Ուրիշներ կ՚ըսէին. «Մեղաւոր մարդ մը ի՞նչպէս կրնայ ընել այսպիսի նշաններ». եւ պառակտում եղաւ անոնց մէջ:
17 ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଅଛୁ? ସେ କହିଲା, ସେ ଜଣେ ଭାବବାଦୀ।
Դարձեալ ըսին կոյրին. «Դուն ի՞նչ կ՚ըսես անոր մասին՝ որ բացաւ աչքերդ»: Ան ալ ըսաւ. «Մարգարէ՛ մըն է»:
18 ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ।
Իսկ Հրեաները չէին հաւատար թէ ան կոյր էր եւ աչքերը բացուեցան, մինչեւ որ կանչեցին այդ աչքերը բացուած մարդուն ծնողները,
19 ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?
ու հարցուցին անոնց. «Ա՞յս է ձեր որդին, որուն մասին դուք կ՚ըսէք թէ կոյր ծնաւ. հապա ի՞նչպէս հիմա կը տեսնէ»:
20 ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
Անոր ծնողները պատասխանեցին անոնց. «Գիտենք թէ ա՛յս է մեր որդին, եւ թէ ինք կոյր ծնաւ:
21 କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ।
Բայց հիմա ի՛նչ կերպով կը տեսնէ՝ չենք գիտեր, կամ թէ ո՛վ բացաւ ատոր աչքերը՝ մենք չենք գիտեր. ինք չափահաս է, իրե՛ն հարցուցէք, ի՛նք թող խօսի իր մասին»:
22 ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।
Անոր ծնողները ըսին ասիկա, որովհետեւ կը վախնային Հրեաներէն. քանի որ Հրեաները արդէն միաձայնած էին, որ եթէ մէկը դաւանի զայն որպէս Քրիստոս՝ վռնտուի ժողովարանէն:
23 ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ।
Ուստի անոր ծնողները ըսին. «Ինք չափահաս է, իրե՛ն հարցուցէք»:
24 ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
Ուրեմն կրկին կանչեցին այդ մարդը՝ որ կոյր էր, եւ ըսին անոր. «Փա՜ռք տուր Աստուծոյ. մենք գիտե՛նք թէ այդ մարդը մեղաւոր է»:
25 ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି।
Ան ալ պատասխանեց. «Չեմ գիտեր թէ մեղաւոր է՝ թէ ոչ. մէ՛կ բան գիտեմ, թէ կոյր էի՝ ու հիմա կը տեսնեմ»:
26 ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?
Դարձեալ ըսին անոր. «Ի՞նչ ըրաւ քեզի, ի՞նչպէս բացաւ աչքերդ»:
27 ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?
Պատասխանեց անոնց. «Արդէ՛ն ըսի ձեզի, ու չլսեցիք. ինչո՞ւ կ՚ուզէք դարձեալ լսել. միթէ դո՞ւք ալ կ՚ուզէք ըլլալ անոր աշակերտները»:
28 ସେଥିରେ ସେମାନେ ତାହାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ।
Իսկ անոնք հեգնելով զայն՝ ըսին. «Դո՛ւն ես անոր աշակերտը, իսկ մենք՝ Մովսէսի՛ աշակերտներն ենք:
29 ଆମ୍ଭେମାନେ ଜାଣୁ ଯେ, ଈଶ୍ବର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ।
Մենք գիտե՛նք թէ Աստուա՛ծ խօսեցաւ Մովսէսի. բայց չենք գիտեր թէ ասիկա ուրկէ՛ է»:
30 ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା।
Մարդը պատասխանեց անոնց. «Ա՛յդ է զարմանալին, որ դուք չէք գիտեր թէ ուրկէ՛ է ան, թէպէտ ի՛նք բացաւ իմ աչքերս:
31 ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।
Գիտենք թէ Աստուած մտիկ չ՚ըներ մեղաւորներուն. բայց եթէ մէկը աստուածապաշտ ըլլայ եւ անոր կամքը գործադրէ՝ մտիկ կ՚ընէ անոր:
32 କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା। (aiōn g165)
Դարերու սկիզբէն ի վեր լսուած չէ, որ մէկը բացած ըլլայ ծնունդով կոյրի մը աչքերը: (aiōn g165)
33 ଏ ଈଶ୍ବରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ।
Եթէ անիկա Աստուծմէ չըլլար, ոչի՛նչ կրնար ընել»:
34 ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।
Պատասխանեցին անոր. «Դուն ամբողջովին մեղքերու մէջ ծնած ես, ու մեզի՞ կը սորվեցնես», եւ վտարեցին զայն:
35 ସେମାନେ ଯେ ତାହାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାହାର ଦେଖା ପାଇ କହିଲେ, “ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?”
Յիսուս լսեց թէ վտարեցին զայն. երբ գտաւ զայն՝ ըսաւ անոր. «Դուն կը հաւատա՞ս Աստուծոյ Որդիին»:
36 ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି?
Ան պատասխանեց. «Տէ՛ր, ո՞վ է՝ որ հաւատամ անոր»:
37 ଯୀଶୁ ତାହାକୁ କହିଲେ, “ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି।”
Յիսուս ըսաւ անոր. «Թէ՛ տեսար զայն, թէ՛ ալ ի՛նքն է քեզի հետ խօսողը»:
38 ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା।
Ան ալ ըսաւ. «Կը հաւատա՛մ, Տէ՛ր», ու երկրպագեց անոր:
39 ପୁଣି, ଯୀଶୁ କହିଲେ, “ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।”
Յիսուս ըսաւ. «Ես այս աշխարհը եկայ՝ դատաստանի համար, որպէսզի չտեսնողները՝ տեսնեն, իսկ տեսնողները՝ կուրանան»:
40 ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ?
Փարիսեցիներէն ոմանք, որ իրեն հետ էին, լսելով ասիկա՝ ըսին իրեն. «Միթէ մե՞նք ալ կոյր ենք»:
41 ଯୀଶୁ ସେମାନଙ୍କୁ କହିଲେ, “ଯଦି ଅନ୍ଧ ହୋଇଥାଆନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।”
Յիսուս ըսաւ անոնց. «Եթէ կոյր ըլլայիք՝ մեղք չէիք ունենար. բայց հիմա կ՚ըսէք. “Կը տեսնե՛նք”. ուրեմն ձեր մեղքը կը մնայ ձեր վրայ»:

< ଯୋହନ 9 >