< ଯୋହନ 9 >

1 ଯୀଶୁ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ।
Da Yesu yana wucewa, sai ya ga wani mutum makaho tun daga haihuwa.
2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା?
Sai almajiransa suka tambaye shi, “Mallam, wa yayi zunubi, mutumin ne ko iyayensa, har aka haife shi makaho?”
3 ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।
Yesu ya amsa, Ba mutumin ne ko iyayensa suka yi zunubi ba, amma domin aikin Allah ya bayyana a cikinsa.
4 ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।
Dole mu yi aikin wanda ya aiko ni tunda rana. Dare na zuwa inda ba mai iya yin aiki.
5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”
Yayinda ina duniya, ni ne hasken duniya.”
6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ,
Bayan da Yesu ya fadi wadannan abubuwan, ya tofa yawu a kasa, ya kwaba kasar da yawunsa, sai ya shafe idanun mutumin da kasar.
7 ଯାଅ, ଶୀଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) “ପୋଖରୀରେ ଧୋଇ ହୁଅ।” ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା।
Ya ce masa, tafi, ka wanke a tafkin Siloam (ma'anarsa: aike).” Sai mutumin ya tafi, ya wanke, ya dawo yana gani.
8 ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?
Sai makwabtansa da mutanen da da suka gan shi tun can yana roko suka ce, “Ba wannan mutum ne wanda ya ke zaune yana roko ba?”
9 କେହି କେହି କହିଲେ, ଏ ସେ; ଆଉ କେହି କେହି କହିଲେ, ନା, ଏ ତାହା ପରି। ସେ କହିଲା, ମୁଁ ସେହି।
Wadansu suka ce, “shi ne.” Wadansu suka ce, “A'a, amma yana kama da shi.” Amma shi ya ce, “Ni ne wannan mutum.”
10 ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା?
Suka ce masa, “To yaya aka bude maka idanu?”
11 ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶୀଲୋହ ପୋଖରୀକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି।
Sai ya amsa, “Mutumin da ake ce da shi Yesu shi ya kwaba kasa ya shafa mani a idanuna ya ce mani, 'je ka kogin Siluwam ka wanke.' Sai naje na wanke, sannan na samu gani.”
12 ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ।
Suka ce masa, “Ina yake?” Ya amsa, “Ban sani ba.”
13 ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ।
Suka kawo mutumnin da yake makaho a da wurin farisawa.
14 ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର।
A ranar asabar ne kwa Yesu ya kwaba kasa ya bude masa idanu.
15 ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ। ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି।
Har yanzu farisawan suka tambaye shi yadda ya sami ganin gari. Ya ce masu, “Ya sa mani kasa a idanuna, na wanke, kuma yanzu ina gani.”
16 ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।
Wadansu daga cikin farisawa suka ce, “Wannan mutum ba daga Allah yake ba domin ba ya kiyaye ranar Asabar. “Wadansu suka ce, “Yaya mai zunubi zai yi irin wadannan alamu?” Sai rabuwa ta shiga tsakanin su.
17 ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଅଛୁ? ସେ କହିଲା, ସେ ଜଣେ ଭାବବାଦୀ।
Sai suka tambayi makahon kuma, “Me kake cewa game da shi dashike ya bude maka idanu?” Makahon ya ce, “shi annabi ne.”
18 ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ।
Har yanzu kam Yahudawan basu yarda da makantarsa ba da ganin gari da ya samu, sai da suka kirayo iyayen shi wanda ya sami ganin garin.
19 ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?
Su ka tambayi iyayen, “Wannan shine yaronku da kuka ce an haife shi makaho? Yaya yanzu ya ke iya gani?”
20 ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
Sai iyayen suka amsa masu, “Mun san wannan yaronmu ne kuma a makaho aka haife shi.
21 କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ।
Yadda ya ke gani yanzu, bamu sani ba, kuma wanda ya bude masa idanu, bamu sani ba. Ku tambaye shi, ba yaro ba ne. Zai iya magana don kansa.”
22 ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।
Iyayensa sun fadi wadannan abubuwan, domin suna ji tsoron Yahudawan. Gama Yahudiyawan sun rigaya sun yarda duk wanda yace Yesu Almasihu ne, za a fitar dashi daga majami'a.
23 ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ।
Domin wannan ne, iyayensa suka ce, “Ai shi ba yaro ba ne, ku tambaye shi.”
24 ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
Suka sake kiran mutumin dake makaho karo na biyu, suka ce masa, “Ka girmama Allah. Mu kam mun sani wannan mutum mai zunubi ne.”
25 ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି।
Sai wannan mutum ya amsa, “Ban sani ba ko shi mai zunubi ne. Abu guda daya na sani: da Ni makaho ne, amma yanzu ina gani.”
26 ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?
Sai su ka ce masa, “Me ya yi maka? Ta yaya ya bude idanunka?”
27 ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?
Ya amsa, “Na rigaya na gaya maku, amma ba ku ji ba! Don me kuke so ku sake ji? Ko kuma kuna so ku zama almajiransa, haka ne?
28 ସେଥିରେ ସେମାନେ ତାହାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ।
Sai suka kwabe shi suka ce, “kai ne almajirinsa, amma mu almajiran Musa ne.
29 ଆମ୍ଭେମାନେ ଜାଣୁ ଯେ, ଈଶ୍ବର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ।
Mun sani Allah ya yi magana da Musa, amma wannan mutum, bamu san ko daga ina ne ya zo ba.”
30 ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା।
Mutumin ya amsa masu ya ce, “Tirkashi, baku san inda ya fito ba, duk da haka shi ya bude mani idanu.
31 ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।
Mun san da cewa Allah baya jin masu zunubi, amma idan wani mai ibada ne yana kuma yin nufinsa, to yana jin sa.
32 କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା। (aiōn g165)
Tunda duniya ta fara ba a taba jin cewa wani ya bude idanun wanda aka haifa makaho ba. (aiōn g165)
33 ଏ ଈଶ୍ବରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ।
In mutumin nan ba daga Allah yake ba, ba zai iya yin komai ba.”
34 ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।
Suka amsa suka ce masa, “an haife ka cikin zunubai, yanzu kana so ka yi mana koyarwa?” Sai suka fitar da shi.
35 ସେମାନେ ଯେ ତାହାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାହାର ଦେଖା ପାଇ କହିଲେ, “ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?”
Yesu ya ji cewa sun fitar da shi daga majami'a. Da ya same shi sai ya ce masa, “Kana bada gaskiya ga Dan Allah?”
36 ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି?
Sai ya amsa masa yace, “Wanene shi, Ubangiji, da zan bada gaskiya gare shi?”
37 ଯୀଶୁ ତାହାକୁ କହିଲେ, “ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି।”
Yesu yace masa, “Ai ka gan shi, shine wanda yake magana da kai.”
38 ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା।
Mutumin ya ce, “Ubangiji, Na bada gaskiya.” Sai ya yi masa sujada.
39 ପୁଣି, ଯୀଶୁ କହିଲେ, “ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।”
Yesu ya ce, “Don hukunci na zo wannan duniya domin wadanda ba su gani su gani, saboda kuma wadanda suke gani su zama makafi.”
40 ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ?
Wadansu Farisawa wadanda suke tare da shi suka ji wadannan abubuwan, suka tambaye shi, “Muma makafi ne?”
41 ଯୀଶୁ ସେମାନଙ୍କୁ କହିଲେ, “ଯଦି ଅନ୍ଧ ହୋଇଥାଆନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।”
Yesu ya ce masu, “Inda ku makafi ne, da ba ku da zunubi, amma yanzu kun ce, 'Muna gani', don haka zunubinku ya tabbata.

< ଯୋହନ 9 >