< ଯୋହନ 1 >

1 ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।
εν αρχη ην ο λογος και ο λογος ην προς τον θεον και θεος ην ο λογος
2 ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ।
ουτος ην εν αρχη προς τον θεον
3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।
παντα δι αυτου εγενετο και χωρις αυτου εγενετο ουδε εν ο γεγονεν
4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
εν αυτω ζωη ην και η ζωη ην το φως των ανθρωπων
5 ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।
και το φως εν τη σκοτια φαινει και η σκοτια αυτο ου κατελαβεν
6 ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ।
εγενετο ανθρωπος απεσταλμενος παρα θεου ονομα αυτω ιωαννης
7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
ουτος ηλθεν εις μαρτυριαν ινα μαρτυρηση περι του φωτος ινα παντες πιστευσωσιν δι αυτου
8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
ουκ ην εκεινος το φως αλλ ινα μαρτυρηση περι του φωτος
9 ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।
ην το φως το αληθινον ο φωτιζει παντα ανθρωπον ερχομενον εις τον κοσμον
10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
εν τω κοσμω ην και ο κοσμος δι αυτου εγενετο και ο κοσμος αυτον ουκ εγνω
11 ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
εις τα ιδια ηλθεν και οι ιδιοι αυτον ου παρελαβον
12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
οσοι δε ελαβον αυτον εδωκεν αυτοις εξουσιαν τεκνα θεου γενεσθαι τοις πιστευουσιν εις το ονομα αυτου
13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।
οι ουκ εξ αιματων ουδε εκ θεληματος σαρκος ουδε εκ θεληματος ανδρος αλλ εκ θεου εγεννηθησαν
14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
και ο λογος σαρξ εγενετο και εσκηνωσεν εν ημιν και εθεασαμεθα την δοξαν αυτου δοξαν ως μονογενους παρα πατρος πληρης χαριτος και αληθειας
15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
ιωαννης μαρτυρει περι αυτου και κεκραγεν λεγων ουτος ην ον ειπον ο οπισω μου ερχομενος εμπροσθεν μου γεγονεν οτι πρωτος μου ην
16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।
και εκ του πληρωματος αυτου ημεις παντες ελαβομεν και χαριν αντι χαριτος
17 କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
οτι ο νομος δια μωσεως εδοθη η χαρις και η αληθεια δια ιησου χριστου εγενετο
18 କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
θεον ουδεις εωρακεν πωποτε ο μονογενης υιος ο ων εις τον κολπον του πατρος εκεινος εξηγησατο
19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
και αυτη εστιν η μαρτυρια του ιωαννου οτε απεστειλαν οι ιουδαιοι εξ ιεροσολυμων ιερεις και λευιτας ινα ερωτησωσιν αυτον συ τις ει
20 ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ।
και ωμολογησεν και ουκ ηρνησατο και ωμολογησεν οτι ουκ ειμι εγω ο χριστος
21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।
και ηρωτησαν αυτον τι ουν ηλιας ει συ και λεγει ουκ ειμι ο προφητης ει συ και απεκριθη ου
22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?
ειπον ουν αυτω τις ει ινα αποκρισιν δωμεν τοις πεμψασιν ημας τι λεγεις περι σεαυτου
23 ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”
εφη εγω φωνη βοωντος εν τη ερημω ευθυνατε την οδον κυριου καθως ειπεν ησαιας ο προφητης
24 ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ।
και οι απεσταλμενοι ησαν εκ των φαρισαιων
25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
και ηρωτησαν αυτον και ειπον αυτω τι ουν βαπτιζεις ει συ ουκ ει ο χριστος ουτε ηλιας ουτε ο προφητης
26 ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;
απεκριθη αυτοις ο ιωαννης λεγων εγω βαπτιζω εν υδατι μεσος δε υμων εστηκεν ον υμεις ουκ οιδατε
27 ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
αυτος εστιν ο οπισω μου ερχομενος ος εμπροσθεν μου γεγονεν ου εγω ουκ ειμι αξιος ινα λυσω αυτου τον ιμαντα του υποδηματος
28 ଯର୍ଦ୍ଦନ ନଦୀର ପରପାରସ୍ଥ ଯେଉଁ ବେଥନୀୟାରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା।
ταυτα εν βηθαβαρα εγενετο περαν του ιορδανου οπου ην ιωαννης βαπτιζων
29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
τη επαυριον βλεπει ο ιωαννης τον ιησουν ερχομενον προς αυτον και λεγει ιδε ο αμνος του θεου ο αιρων την αμαρτιαν του κοσμου
30 ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
ουτος εστιν περι ου εγω ειπον οπισω μου ερχεται ανηρ ος εμπροσθεν μου γεγονεν οτι πρωτος μου ην
31 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି।
καγω ουκ ηδειν αυτον αλλ ινα φανερωθη τω ισραηλ δια τουτο ηλθον εγω εν τω υδατι βαπτιζων
32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।
και εμαρτυρησεν ιωαννης λεγων οτι τεθεαμαι το πνευμα καταβαινον ωσει περιστεραν εξ ουρανου και εμεινεν επ αυτον
33 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
καγω ουκ ηδειν αυτον αλλ ο πεμψας με βαπτιζειν εν υδατι εκεινος μοι ειπεν εφ ον αν ιδης το πνευμα καταβαινον και μενον επ αυτον ουτος εστιν ο βαπτιζων εν πνευματι αγιω
34 ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।
καγω εωρακα και μεμαρτυρηκα οτι ουτος εστιν ο υιος του θεου
35 ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
τη επαυριον παλιν ειστηκει ο ιωαννης και εκ των μαθητων αυτου δυο
36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।
και εμβλεψας τω ιησου περιπατουντι λεγει ιδε ο αμνος του θεου
37 ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ।
και ηκουσαν αυτου οι δυο μαθηται λαλουντος και ηκολουθησαν τω ιησου
38 ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍‌ବୀ (ଅର୍ଥାତ୍‍ ଗୁରୁ), ଆପଣ କେଉଁଠାରେ ରୁହନ୍ତି?
στραφεις δε ο ιησους και θεασαμενος αυτους ακολουθουντας λεγει αυτοις τι ζητειτε οι δε ειπον αυτω ραββι ο λεγεται ερμηνευομενον διδασκαλε που μενεις
39 ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।
λεγει αυτοις ερχεσθε και ιδετε ηλθον και ειδον που μενει και παρ αυτω εμειναν την ημεραν εκεινην ωρα δε ην ως δεκατη
40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।
ην ανδρεας ο αδελφος σιμωνος πετρου εις εκ των δυο των ακουσαντων παρα ιωαννου και ακολουθησαντων αυτω
41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।
ευρισκει ουτος πρωτος τον αδελφον τον ιδιον σιμωνα και λεγει αυτω ευρηκαμεν τον μεσσιαν ο εστιν μεθερμηνευομενον ο χριστος
42 ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।”
και ηγαγεν αυτον προς τον ιησουν εμβλεψας δε αυτω ο ιησους ειπεν συ ει σιμων ο υιος ιωνα συ κληθηση κηφας ο ερμηνευεται πετρος
43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
τη επαυριον ηθελησεν ο ιησους εξελθειν εις την γαλιλαιαν και ευρισκει φιλιππον και λεγει αυτω ακολουθει μοι
44 ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।
ην δε ο φιλιππος απο βηθσαιδα εκ της πολεως ανδρεου και πετρου
45 ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
ευρισκει φιλιππος τον ναθαναηλ και λεγει αυτω ον εγραψεν μωσης εν τω νομω και οι προφηται ευρηκαμεν ιησουν τον υιον του ιωσηφ τον απο ναζαρετ
46 ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।”
και ειπεν αυτω ναθαναηλ εκ ναζαρετ δυναται τι αγαθον ειναι λεγει αυτω φιλιππος ερχου και ιδε
47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”
ειδεν ο ιησους τον ναθαναηλ ερχομενον προς αυτον και λεγει περι αυτου ιδε αληθως ισραηλιτης εν ω δολος ουκ εστιν
48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”
λεγει αυτω ναθαναηλ ποθεν με γινωσκεις απεκριθη ο ιησους και ειπεν αυτω προ του σε φιλιππον φωνησαι οντα υπο την συκην ειδον σε
49 ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
απεκριθη ναθαναηλ και λεγει αυτω ραββι συ ει ο υιος του θεου συ ει ο βασιλευς του ισραηλ
50 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।”
απεκριθη ιησους και ειπεν αυτω οτι ειπον σοι ειδον σε υποκατω της συκης πιστευεις μειζω τουτων οψει
51 ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”
και λεγει αυτω αμην αμην λεγω υμιν απ αρτι οψεσθε τον ουρανον ανεωγοτα και τους αγγελους του θεου αναβαινοντας και καταβαινοντας επι τον υιον του ανθρωπου

< ଯୋହନ 1 >