< ଯୋହନ 1 >

1 ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।
Tun farar farawa akwai Kalma, Kalman kuwa yana nan tare da Allah, Kalman kuwa Allah ne.
2 ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ।
Yana nan tare da Allah tun farar farawa.
3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।
Ta wurin Kalman ne aka halicci dukan abubuwa. In ba tare da shi ba, babu abin da aka yi wanda aka yi.
4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
A cikinsa rai ya kasance, wannan rai kuwa shi ne hasken mutane.
5 ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।
Hasken yana haskakawa cikin duhu, amma duhun bai rinjaye shi ba.
6 ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ।
Akwai wani mutumin da aka aiko daga Allah; mai suna Yohanna.
7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
Ya zo a matsayin mai shaida domin yă ba da shaida game da wannan haske, don ta wurinsa dukan mutane su ba da gaskiya.
8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
Shi kansa ba shi ne hasken ba; sai dai ya zo a matsayin shaida ne kaɗai ga hasken.
9 ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।
Haske na gaskiya da yake ba da haske ga kowane mutum mai shigowa duniya.
10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
Yana a duniya, kuma ko da yake an yi duniya ta wurinsa ne, duniya ba tă gane shi ba.
11 ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
Ya zo wurin abin da yake nasa, amma nasa ɗin ba su karɓe shi ba.
12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
Duk da haka dukan waɗanda suka karɓe shi, ga waɗanda suka gaskata a sunansa, ya ba su iko su zama’ya’yan Allah
13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।
’ya’yan da aka haifa ba bisa hanyar’yan adam, ko shawarar mutum ko nufin namiji ba, sai dai haifaffu bisa ga nufin Allah.
14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
Kalman ya zama mutum, ya kuwa zauna a cikinmu. Muka ga ɗaukakarsa, ɗaukaka ta wanda yake Ɗaya kuma Makaɗaici, wanda ya zo daga wurin Uba, cike da alheri da gaskiya.
15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
(Yohanna ya ba da shaida game da shi. Ya ɗaga murya yana cewa, “Wannan shi ne wanda na ce, ‘Mai zuwa bayana ya fi ni girma domin yana nan kafin ni.’”)
16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।
Daga yalwar alherinsa dukanmu muka sami albarka bisa albarka.
17 କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
Gama an ba da doka ta wurin Musa; alheri da gaskiya kuwa sun zo ne ta wurin Yesu Kiristi.
18 କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
Ba wanda ya taɓa ganin Allah, sai dai Allah da yake Ɗaya da kuma Makaɗaici wanda yake a gefen Uba, shi ne ya bayyana shi.
19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
To, ga shaidar Yohanna sa’ad da Yahudawan Urushalima suka aiki firistoci da Lawiyawa su tambaye shi ko shi wane ne.
20 ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ।
Bai yi mūsu ba, amma ya shaida a fili cewa, “Ba ni ne Kiristi ba.”
21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।
Sai suka tambaye shi suka ce, “To, wane ne kai? Kai ne Iliya?” Ya ce, “A’a, ni ba shi ba ne.” “Kai ne Annabin nan?” Ya amsa ya ce, “A’a.”
22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?
A ƙarshe suka ce, “Wane ne kai? Ka ba mu amsa don mu mayar wa waɗanda suka aike mu. Me kake ce da kanka?”
23 ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”
Yohanna ya amsa da kalmomin annabi Ishaya, “Ni murya ne mai kira a hamada, ‘Ku miƙe hanya domin Ubangiji.’”
24 ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ।
To, waɗansu Farisiyawan da aka aika
25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
suka tambaye shi suka ce, “Don me kake yin baftisma in kai ba Kiristi ba ne, ba kuwa Iliya ba, ba kuma annabin nan ba?”
26 ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;
Yohanna ya amsa ya ce, “Ni dai ina baftisma da ruwa ne, amma a cikinku akwai wani tsaye da ba ku sani ba.
27 ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
Shi ne mai zuwa bayana, wanda ko igiyar takalmansa ma ban isa in kunce ba.”
28 ଯର୍ଦ୍ଦନ ନଦୀର ପରପାରସ୍ଥ ଯେଉଁ ବେଥନୀୟାରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା।
Wannan duk ya faru ne a Betani a ƙetaren Urdun, inda Yohanna yake yin baftisma.
29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
Kashegari Yohanna ya ga Yesu yana zuwa wajensa sai ya ce, “Ku ga, ga Ɗan Rago na Allah mai ɗauke zunubin duniya!
30 ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
Wannan shi ne wanda nake nufi sa’ad da na ce, ‘Mutum mai zuwa bayana ya fi ni girma, domin yana nan kafin ni.’
31 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି।
Ko ni ma dā ban san shi ba, sai dai abin da ya sa na zo ina baftisma da ruwa shi ne domin a bayyana shi ga Isra’ila.”
32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।
Sai Yohanna ya ba da wannan shaida, “Na ga Ruhu ya sauko kamar kurciya daga sama ya zauna a kansa.
33 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
Dā ban san shi ba, sai dai wanda ya aiko ni in yi baftisma da ruwa ya gaya mini cewa, ‘Mutumin da ka ga Ruhu ya sauko ya kuma zauna a kansa shi ne wanda zai yi baftisma da Ruhu Mai Tsarki.’
34 ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।
Na gani na kuma shaida cewa wannan Ɗan Allah ne.”
35 ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
Kashegari kuma Yohanna yana can tare da biyu daga cikin almajiransa.
36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।
Da ya ga Yesu yana wucewa, sai ya ce, “Ku ga, ga Ɗan Rago na Allah!”
37 ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ।
Da almajiran nan biyu suka ji ya faɗi haka, sai suka bi Yesu.
38 ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍‌ବୀ (ଅର୍ଥାତ୍‍ ଗୁରୁ), ଆପଣ କେଉଁଠାରେ ରୁହନ୍ତି?
Da juyewa, sai Yesu ya ga suna bin sa, sai ya tambaye, su ya ce, “Me kuke nema?” Suka ce, “Rabbi” (wato, “Malam”), “ina kake da zama?”
39 ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।
Ya amsa musu ya ce, “Ku zo, za ku kuma gani.” Saboda haka suka je suka ga inda yake da zama, suka kuma zauna a can tare da shi. Wajen sa’a ta goma ce kuwa.
40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।
Andarawus ɗan’uwan Siman Bitrus, yana ɗaya daga cikin biyun nan da suka bi Yesu bayan da suka ji maganar Yohanna a kan Yesu.
41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।
Abu na fari da Andarawus ya yi shi ne ya sami ɗan’uwansa Siman ya gaya masa cewa, “Mun sami Almasihu” (wato, Kiristi).
42 ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।”
Ya kuma kawo shi wurin Yesu. Yesu ya dube shi ya ce, “Kai ne Siman ɗan Yohanna. Za a ce da kai Kefas” (in an fassara, Bitrus ke nan).
43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
Kashegari Yesu ya yanke shawara yă tafi Galili. Da ya sami Filibus sai ya ce masa, “Bi ni.”
44 ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।
Filibus, kamar Andarawus da Bitrus shi ma daga garin Betsaida ne.
45 ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
Filibus ya sami Natanayel ya kuma gaya masa, “Mun sami wanda Musa ya rubuta game da shi a cikin Doka, kuma wanda annabawa suka rubuta a kansa, Yesu Banazare, ɗan Yusuf.”
46 ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।”
Natanayel ya ce, “A Nazaret! Wani abin kirki zai iya fito daga can?” Filibus ya ce, “Zo ka gani.”
47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”
Da Yesu ya ga Natanayel yana zuwa, sai ya yi magana game da shi cewa, “Ga mutumin Isra’ila na gaske wanda ba shi da ha’inci.”
48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”
Natanayel ya yi tambaya ya ce, “A ina ka san ni?” Yesu ya amsa ya ce, “Na gan ka yayinda kake a gindin itacen ɓaure, kafin Filibus yă kira ka.”
49 ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
Sai Natanayel ya ce, “Rabbi, kai Ɗan Allah ne. Kai ne Sarkin Isra’ila.”
50 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।”
Yesu ya ce, “Ka gaskata domin na ce maka na gan ka a gindin itacen ɓaure. Za ka ga abubuwan da suka fi haka.”
51 ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”
Sai ya ƙara da cewa, “Gaskiya nake gaya muku, za ku ga sama a buɗe, mala’ikun Allah kuma suna hawa suna kuma sauka a kan Ɗan Mutum.”

< ଯୋହନ 1 >