< ଯୂନସ 2 >

1 ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ।
Yona ali mʼmimba mwa chinsomba chija anapemphera kwa Yehova Mulungu wake.
2 ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। (Sheol h7585)
Iye anati: “Pamene ndinali mʼmavuto anga ndinayitana Yehova, ndipo Iye anandiyankha. Ndili ku dziko la anthu akufa ndinapempha thandizo, ndipo Inu munamva kulira kwanga. (Sheol h7585)
3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।
Munandiponya mʼnyanja yozama, mʼkati mwenimweni mwa nyanja, ndipo madzi oyenda anandizungulira; mafunde anu onse ndi mkokomo wake zinandimiza.
4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।
Ndinati, ‘Ine ndachotsedwa pamaso panu; komabe ndidzayangʼananso ku Nyumba yanu yopatulika.’
5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
Madzi wondimiza anandichititsa mantha, nyanja yozama inandizungulira; udzu wa mʼmadzi zinakuta mutu wanga.
6 ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।
Ndinatsikira kunsi ndithu, mʼtsinde mwa mapiri; mipiringidzo ya dziko inanditsekereza kosatha. Koma Inu munatulutsa moyo wanga mʼmandamo, Inu Yehova Mulungu wanga.
7 ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
“Pamene moyo wanga umachoka mwa ine, ine ndinakumbukira Inu Yehova, ndipo pemphero langa linafika kwa inu, ku Nyumba yanu yopatulika.
8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
“Iwo amene amagwiritsitsa mafano achabechabe amataya chisomo chawo.
9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”
Koma ine ndidzapereka kwa Inu nsembe ndikuyimba nyimbo yamayamiko. Chimene ndinalonjeza ndidzachikwaniritsa. Chipulumutso chimachokera kwa Yehova.”
10 ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା।
Ndipo Yehova analamula chinsomba chija, ndipo chinakamusanza Yonayo mʼmbali mwa nyanja.

< ଯୂନସ 2 >