< ଯୂନସ 2 >

1 ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ।
Then Jonah prayed to Jehovah, his God, out of the fish's belly.
2 ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। (Sheol h7585)
He said, "I called because of my affliction to Jehovah. He answered me. Out of the belly of Sheol I cried. You heard my voice. (Sheol h7585)
3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।
For you threw me into the depths, in the heart of the seas. The flood was all around me. All your breakers and waves passed over me.
4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।
I said, 'I have been banished from your sight; yet I will look again toward your holy temple.'
5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
The waters surrounded me, threatening my life. The deep was around me. The end is upon my head.
6 ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।
I went down to the bottoms of the mountains. The earth barred me in forever: yet have you brought up my life from the pit, Jehovah my God.
7 ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
"When my soul fainted within me, I remembered Jehovah. My prayer came in to you, into your holy temple.
8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
Those who regard worthless things forsake their faithfulness.
9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”
But I will sacrifice to you with the voice of thanksgiving. I will pay that which I have vowed. Salvation belongs to Jehovah."
10 ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା।
Jehovah spoke to the fish, and it vomited out Jonah on the dry land.

< ଯୂନସ 2 >