< ଯୂନସ 2 >
1 ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ।
Og Jonas bad til Herren sin Gud fra fiskens buk
2 ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। (Sheol )
og sa: Jeg kalte på Herren i min nød, og han svarte mig; fra dødsrikets skjød ropte jeg, du hørte min røst. (Sheol )
3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।
Du kastet mig i dypet, midt i havet, og vannstrømmer omgav mig; alle dine brenninger og dine bølger gikk over mig.
4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।
Jeg tenkte: Jeg er støtt bort fra dine øine. Men jeg skal atter skue op til ditt hellige tempel.
5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
Vannene omringet mig like til sjelen, dypet omgav mig, tang innhyllet mitt hode,
6 ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।
til fjellenes grunnvoller sank jeg ned, jordens bommer var lukket efter mig for evig. Men du førte mitt liv op av graven, Herre min Gud!
7 ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
Da min sjel vansmektet i mig, kom jeg Herren i hu, og min bønn kom til dig i ditt hellige tempel.
8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
De som holder sig til de tomme avguder, de forlater sin miskunnhet.
9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”
Men jeg vil ofre til dig med takksigelses røst; det jeg har lovt, vil jeg holde; frelsen hører Herren til.
10 ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା।
Så spydde fisken på Herrens bud Jonas ut på det tørre land.