< ଯୂନସ 3 >

1 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
ויהי דבר יהוה אל יונה שנית לאמר׃
2 “ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
קום לך אל נינוה העיר הגדולה וקרא אליה את הקריאה אשר אנכי דבר אליך׃
3 ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା।
ויקם יונה וילך אל נינוה כדבר יהוה ונינוה היתה עיר גדולה לאלהים מהלך שלשת ימים׃
4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”
ויחל יונה לבוא בעיר מהלך יום אחד ויקרא ויאמר עוד ארבעים יום ונינוה נהפכת׃
5 ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।
ויאמינו אנשי נינוה באלהים ויקראו צום וילבשו שקים מגדולם ועד קטנם׃
6 ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।
ויגע הדבר אל מלך נינוה ויקם מכסאו ויעבר אדרתו מעליו ויכס שק וישב על האפר׃
7 ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;
ויזעק ויאמר בנינוה מטעם המלך וגדליו לאמר האדם והבהמה הבקר והצאן אל יטעמו מאומה אל ירעו ומים אל ישתו׃
8 ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
ויתכסו שקים האדם והבהמה ויקראו אל אלהים בחזקה וישבו איש מדרכו הרעה ומן החמס אשר בכפיהם׃
9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
מי יודע ישוב ונחם האלהים ושב מחרון אפו ולא נאבד׃
10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
וירא האלהים את מעשיהם כי שבו מדרכם הרעה וינחם האלהים על הרעה אשר דבר לעשות להם ולא עשה׃

< ଯୂନସ 3 >