< ଯୂନସ 3 >

1 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
Neno la Bwana likamjia Yona mara ya pili, akisema,
2 “ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
“Ondoka, uende Ninawi, mji ule mkubwa, na uhubiri ujumbe ule ambao nitakuagiza.”
3 ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା।
Basi Yona akaondoka akaenda Niniawi kwa kutii neno la Bwana. Sasa Ninawi ilikuwa mji mkubwa sana, ilikuwa safari ya siku tatu.
4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”
Yona akaanza kuingia ndani ya mji, na baada ya safari ya siku, akapaza sauti, akasema, “Katika siku arobaini Ninawi itaangamizwa.”
5 ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।
Watu wa Ninawi walimwamini Mungu na wakatangaza kufunga. Wote hwakavaa nguo za magunia, kutoka aliyemkubwa hata mdogo.
6 ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।
Mapema habari zilimfikia mfalme wa Ninawi. Akasimama kutoka kiti chake cha enzi, akavua vazi lake, akajivika magunia, akaketi katika majivu.
7 ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;
Alitoa tangazo ambalo lilsemalo, “katika mji wa Ninawi, kwa mamlaka ya mfalme na wakuu wake, msiruhusu mtu wala mnyama, ng'ombe wala kundi, asionje kitu chochote. Wao wasile wala kunywe maji.
8 ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
Lakini watu na wanyama wawe wamefunikwa kwa magunia na walie kwa sauti kubwa kwa Mungu. Kila mtu ageuke na kuacha njia yake mbaya na kutoka katika udhalimu uliyopo mikononi mwake.
9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
Nani anajua? Mungu anaweza kurejea na kubadili mawazo yake na kuacha ghadhabu yake kali ili tusiangamie.”
10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
Mungu akaona yale waliyoyafanya, wakaziacha njia zao mbaya. Kwa hiyo Mungu alibadili mawazo yake juu ya adhabu aliyowaambia angewafanyia, nae hakufanya hivyo.

< ଯୂନସ 3 >