< ଯୂନସ 4 >

1 ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।
But it displeased Jonah exceedingly, and he was angry.
2 ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।
And he prayed unto the LORD, and said, I pray thee, O LORD, was not this my saying, when I was yet in my country? Therefore I hasted to flee unto Tarshish: for I knew that thou art a gracious God, and full of compassion, slow to anger, and plenteous in mercy, and repentest thee of the evil.
3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”
Therefore now, O LORD, take, I beseech thee, my life from me; for it is better for me to die than to live.
4 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ?”
And the LORD said, Doest thou well to be angry?
5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ।
Then Jonah went out of the city, and sat on the east side of the city, and there made him a booth, and sat under it in the shadow, till he might see what would become of the city.
6 ତହିଁରେ ସଦାପ୍ରଭୁ ପରମେଶ୍ୱର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୂନସ ସେହି କଖାରୁ ଲତା ସକାଶୁ ବଡ଼ ଆହ୍ଲାଦିତ ହେଲେ।
And the LORD God prepared a gourd, and made it to come up over Jonah, that it might be a shadow over his head, to deliver him from his evil case. So Jonah was exceeding glad because of the gourd.
7 ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।
But God prepared a worm when the morning rose the next day, and it smote the gourd, that it withered.
8 ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”
And it came to pass, when the sun arose, that God prepared a sultry east wind; and the sun beat upon the head of Jonah, that he fainted, and requested for himself that he might die, and said, It is better for me to die than to live.
9 ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”
And God said to Jonah, Doest thou well to be angry for the gourd? And he said, I do well to be angry even unto death.
10 ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।
And the LORD said, Thou hast had pity on the gourd; for the which thou hast not laboured, neither madest it grow; which came up in a night, and perished in a night:
11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”
and should not I have pity on Nineveh, that great city; wherein are more than sixscore thousand persons that cannot discern between their right hand and their left hand; and also much cattle?

< ଯୂନସ 4 >