< ଯୂନସ 4 >
1 ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।
Lakini Yona alichukizwa sana akakasirika.
2 ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।
Akamwomba Bwana, “Ee Bwana, hili si lile nililolisema nilipokuwa ningali nyumbani? Hii ndiyo sababu niliharikisha kukimbilia Tarshishi. Nikifahamu kuwa wewe ni Mungu mwenye neema na huruma, si mwepesi wa hasira na umejaa upendo, ni Mungu ambaye hughairi katika kupeleka maafa.
3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”
Sasa, Ee Bwana, niondolee uhai wangu, kwa kuwa ni afadhali mimi nife kuliko kuishi.”
4 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ?”
Lakini Bwana akamjibu, “Je unayo haki yoyote kukasirika?”
5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ।
Yona akatoka nje akaketi mahali upande wa mashariki wa mji. Hapo akajitengenezea kibanda, akaketi kwenye kivuli chake na kungojea ni nini kitakachotokea katika mji.
6 ତହିଁରେ ସଦାପ୍ରଭୁ ପରମେଶ୍ୱର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୂନସ ସେହି କଖାରୁ ଲତା ସକାଶୁ ବଡ଼ ଆହ୍ଲାଦିତ ହେଲେ।
Ndipo Bwana, Mungu akaweka tayari mzabibu na kuufanya uote, kumpa Yona kivuli kilichomfunika kichwa ili kuondoa taabu yake, naye Yona akafurahi sana kwa ajili ya ule mzabibu.
7 ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।
Lakini kesho yake asubuhi na mapema Mungu akaamuru buu, autafune mzabibu huo nao ukanyauka.
8 ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”
Wakati jua lilipochomoza, Mungu akautuma upepo wa hari wa mashariki, nalo jua likawaka juu ya kichwa cha Yona mpaka akazimia. Akatamani kufa, naye akasema, “Ni afadhali mimi nife kuliko kuishi.”
9 ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”
Lakini Mungu alimwambia Yona, “Je, unayo haki kukasirika kuhusu mzabibu huo?” Akasema, “Ndiyo, ninayo haki. Nimekasirika kiasi cha kufa.”
10 ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।
Lakini Bwana akamwambia, “Wewe unakasirika kwa ajili ya mzabibu huu, nawe hukuusababisha kuota wala kuutunza. Uliota usiku mmoja, nao ukafa usiku mmoja.
11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”
Lakini Ninawi ina zaidi ya watu 120,000 ambao hawawezi kupambanua kulia au kushoto, pamoja na ngʼombe wengi. Je, hainipasi kufikiri juu ya mji ule mkubwa?”