< ଯୂନସ 1 >
1 ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Riječ Jahvina dođe Joni, sinu Amitajevu:
2 “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”
“Ustani,” reče mu, “idi u Ninivu, grad veliki, i propovijedaj u njemu, jer se zloća njihova popela do mene.”
3 ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
A Jona ustade da pobjegne u Taršiš, daleko od Jahve. Siđe u Jafu i nađe lađu što je plovila u Taršiš. Plati vozarinu i ukrca se da otplovi s njima u Taršiš, daleko od Jahve.
4 ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।
Ali Jahve podiže na moru silan vjetar i nastade nevrijeme veliko na moru te mišljahu da će se lađa razbiti.
5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
Uplašiše se mornari; svaki zazva svoga boga, i da bi je olakšali, stadoše iz lađe bacati tovar što bijaše u njoj. Jona pak bijaše sišao na dno lađe, legao i zaspao tvrdim snom.
6 ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”
Zapovjednik lađe pristupi mu i reče: “Što spavaš kao zaklan? Ustaj i prizivlji Boga svojega! Možda će nas se sjetiti Bog taj da ne poginemo.”
7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।
Potom rekoše jedni drugima: “Hajde da bacimo ždrijeb da vidimo od koga nam dođe ovo zlo.” Baciše ždrijeb i pade ždrijeb na Jonu.
8 ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?”
Oni mu onda rekoše: “Kaži nam: zbog koga nas ovo zlo snađe, kojim se poslom baviš, odakle dolaziš, iz koje si zemlje i od kojega naroda?”
9 ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”
On im odgovori: “Ja sam Hebrej, i štujem Jahvu, Boga nebeskoga, koji stvori more i zemlju.”
10 ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”
Ljudi se uplašiše veoma i rekoše mu: “Što si to učinio!” Jer bijahu doznali da on bježi od Jahve - sam im je to pripovjedio.
11 ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
Oni ga zapitaše: “Što da učinimo s tobom da nam se more smiri?” Jer se more sve bješnje dizalo.
12 ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”
On im odgovori: “Uzmite me i bacite u more, pa će vam se more smiriti, jer znam da se zbog mene diglo na vas ovo veliko nevrijeme.”
13 ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
Ljudi uzeše veslati ne bi li se primakli kopnu, jer se more sve bješnje dizalo protiv njih.
14 ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ-ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।”
Tad zazvaše Jahvu i rekoše: “Ah, Jahve, ne daj da poginemo zbog života ovoga čovjeka i ne svali na nas krv nevinu, jer ti si Jahve: činiš kako ti je milo.”
15 ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।
I uzevši Jonu, baciše ga u more - i more presta bjesnjeti.
16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।
Tada velik strah Jahvin obuze ljude te prinesoše žrtvu Jahvi i učiniše zavjete.
17 ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।
Jahve zapovjedi velikoj ribi da proguta Jonu. Tri dana i tri noći ostade Jona u ribljoj utrobi.